ବିଆଇଏସ୍‌ର ମାନକ ମହୋତ୍ସବ

ଭୁବନେଶ୍ୱର,୧୨ା୧୧(ଅନୁରାଧା ମହାରଣା): କେନ୍ଦ୍ର ସରକାରଙ୍କ ଖାଉଟି ବ୍ୟାପାର ଓ ସର୍ବସାଧାରଣ ବଣ୍ଟନ ମନ୍ତ୍ରଣାଳୟ ଅଧୀନ ଭାରତୀୟ ମାନକ ବ୍ୟୁରୋ(ବିଆଇଏସ୍‌), ଭୁବନେଶ୍ୱର ପକ୍ଷରୁ ବିଶ୍ୱ ମାନକ ଦିବସ ପାଳନ କରାଯାଇଛି। ଏହି ଅବସରରେ କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ଆୟୋଜିତ ମାନକ ମହୋତ୍ସବରେ ‘ଉନ୍ନତ ବିଶ୍ୱ ପାଇଁ ମିଳିତ ଦୃଷ୍ଟିକୋଣ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଉଦ୍‌ଘାଟନୀ ଅଧିବେଶନରେ ବିଆଇଏସ୍‌ ଭୁବନେଶ୍ୱର ଶାଖାର ନିର୍ଦ୍ଦେଶକ ତଥା ମୁଖ୍ୟ ଏକେ ପୁରୋହିତ ସ୍ବାଗତ ଅଭିଭାଷଣ ଦେଇଥିଲେ। ସମ୍ମାନିତ ଅତିଥି ଭାବେ ରେଭେନ୍ସା ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଡ. ସଞ୍ଜୟ କୁମାର ନାୟକ ଓ କିଟ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଶରଣଜିତ୍‌ ସିଂହ ଯୋଗଦେଇଥିଲେ। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ କ୍ରୟ ସମୟରେ ଦ୍ରବ୍ୟର ମାନକ ତଥା ଗୁଣବତ୍ତା ଯାଞ୍ଚ ଉପରେ ଗୁରୁତ୍ୱାରୋପ କରିଥିଲେ। ପରବର୍ତ୍ତୀ ଅଧିବେଶନରେ ଦୀପକ ମହାପାତ୍ର ଏସ୍‌ଡିଜି-୯: ଶିଳ୍ପ, ଉଦ୍ଭାବନ ଏବଂ ଭିତ୍ତିଭୂମି ଶୀର୍ଷକ ବିଷୟବସ୍ତୁ ଉପସ୍ଥାପନ କରିଥିଲେ। ଏହାପରେ ଅନୁଷ୍ଠିତ ୪ଟି ଟେକ୍ନିକାଲ ଅଧିବେଶନରେ ଆଇକ୍ୟୁଏମ୍‌ଏସ୍‌ର ନିର୍ଦ୍ଦେଶକ ସୁବ୍ରତ ପାଣିଗ୍ରାହୀ, ନ୍ୟାଶନାଲ ଇନ୍‌ଫର୍‌ମେଟିକ୍ସ ସେଣ୍ଟରର ନୀଳାଦ୍ରି ବିହାରୀ ମହାନ୍ତି, କିଟ୍‌ ବିଶ୍ୱବିଦ୍ୟାଳୟର ମେକାନିକାଲ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ଡ. ଅନିଶ ପାଣ୍ଡେ ଓ ସମ୍ବଲପୁରର ଜେଏସ୍‌ଡବ୍ଲ୍ୟୁ ବିପିଏସ୍‌ଏଲର ବିଜନେସ୍‌ ଏକ୍ସଲେନ୍ସ ମୁଖ୍ୟ ମୁକେଶ ପଣ୍ଡା ପ୍ରମୁଖ ଆଲୋଚନା କରିଥିଲେ। ଏହାସହ ଉପସ୍ଥିତ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଏକ କୁଇଜ୍‌ ପ୍ରତିଯୋଗିତା ହୋଇଥିଲା। ପଥପ୍ରାନ୍ତ ନାଟକ ସହ ଅନ୍ୟାନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ବେଶ୍‌ ଚିତ୍ତାକର୍ଷକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri