ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା ହେବା ପରେ ବିଜେଡି ଶିବିରରେ ଆନନ୍ଦ ଉଲ୍ଲାସ ଦେଖାଦେଇଛି। ବାସୁଦେବପୁରରେ ଶୁକ୍ରବାର ମଧ୍ୟାହ୍ନରେ ବିଧାୟକ ତଥା ଆଗାମୀ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ହୋଇଥିବା ବିଷ୍ଣୁବ୍ରତଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ବହୁ ସଂଖ୍ୟାରେ ତାଙ୍କ ସମର୍ଥକ, ଶୁଭେଚ୍ଛୁ ଓ ଦଳୀୟ କର୍ମୀ ତାଙ୍କୁ ଏକ ବାଇକ୍‌ ରାଲିରେ କାର୍ଯ୍ୟାଳୟଠାରୁ ଏବି କଲେଜ ପର୍ଯ୍ୟନ୍ତ ନେଇଥିଲେ।
ବିଷ୍ଣୁବ୍ରତ ୨୦୧୯ ନିର୍ବାଚନରେ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇ ୧୦ ହଜାରରୁ ଊର୍ଦ୍ଧ୍ୱ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ। ମୋଟ ୭୮ ହଜାରରୁ ଊର୍ଦ୍ଧ୍ୱ ଭୋଟ୍‌ ପାଇବାରେ ସଫଳ ହୋଇଥିଲେ। ୨ୟ ଥର ତାଙ୍କ ଉପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭରସା ରଖି ପୁନର୍ବାର ପ୍ରାର୍ଥୀ କରିଥିବାରୁ ସେ କୃତଜ୍ଞତା ଜ୍ଞାପନ କରିବା ସହ ବିଜୟୀ ହେବା ନେଇ ଦୃଢ଼ ଆଶା ପ୍ରକଟ କରିଛନ୍ତି। ପ୍ରକାଶଥାଉ କି, ୧୯୯୦ଠାରୁ ୨୦୧୯ ପର୍ଯ୍ୟନ୍ତ ୬ଥର ବିଷ୍ଣୁବ୍ରତଙ୍କ ବାପା ବିଜୟଶ୍ରୀ ରାଉତରାୟ ଏହି ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଥିଲେ। ବିଜୟଶ୍ରୀ ୬ଥର ଓ ତାଙ୍କ ପୁଅ ବିଷ୍ଣୁବ୍ରତ ଥରେ ବିଧାୟକ ହୋଇଥିବା ବେଳେ ପୁନର୍ବାର ବିଷ୍ଣୁବ୍ରତ ଏହି ନିର୍ବାଚନମଣ୍ଡଳୀରୁ ଜିତି ବିଧାୟକ ହେବେ ବୋଲି ତାଙ୍କ ସମର୍ଥକମାନେ ଆଶା ବାନ୍ଧିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri