ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା ହେବା ପରେ ବିଜେଡି ଶିବିରରେ ଆନନ୍ଦ ଉଲ୍ଲାସ ଦେଖାଦେଇଛି। ବାସୁଦେବପୁରରେ ଶୁକ୍ରବାର ମଧ୍ୟାହ୍ନରେ ବିଧାୟକ ତଥା ଆଗାମୀ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ହୋଇଥିବା ବିଷ୍ଣୁବ୍ରତଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ବହୁ ସଂଖ୍ୟାରେ ତାଙ୍କ ସମର୍ଥକ, ଶୁଭେଚ୍ଛୁ ଓ ଦଳୀୟ କର୍ମୀ ତାଙ୍କୁ ଏକ ବାଇକ୍‌ ରାଲିରେ କାର୍ଯ୍ୟାଳୟଠାରୁ ଏବି କଲେଜ ପର୍ଯ୍ୟନ୍ତ ନେଇଥିଲେ।
ବିଷ୍ଣୁବ୍ରତ ୨୦୧୯ ନିର୍ବାଚନରେ ବାସୁଦେବପୁର ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ହୋଇ ୧୦ ହଜାରରୁ ଊର୍ଦ୍ଧ୍ୱ ଭୋଟ୍‌ ବ୍ୟବଧାନରେ ବିଜୟୀ ହୋଇଥିଲେ। ମୋଟ ୭୮ ହଜାରରୁ ଊର୍ଦ୍ଧ୍ୱ ଭୋଟ୍‌ ପାଇବାରେ ସଫଳ ହୋଇଥିଲେ। ୨ୟ ଥର ତାଙ୍କ ଉପରେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭରସା ରଖି ପୁନର୍ବାର ପ୍ରାର୍ଥୀ କରିଥିବାରୁ ସେ କୃତଜ୍ଞତା ଜ୍ଞାପନ କରିବା ସହ ବିଜୟୀ ହେବା ନେଇ ଦୃଢ଼ ଆଶା ପ୍ରକଟ କରିଛନ୍ତି। ପ୍ରକାଶଥାଉ କି, ୧୯୯୦ଠାରୁ ୨୦୧୯ ପର୍ଯ୍ୟନ୍ତ ୬ଥର ବିଷ୍ଣୁବ୍ରତଙ୍କ ବାପା ବିଜୟଶ୍ରୀ ରାଉତରାୟ ଏହି ନିର୍ବାଚନମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଆସୁଥିଲେ। ବିଜୟଶ୍ରୀ ୬ଥର ଓ ତାଙ୍କ ପୁଅ ବିଷ୍ଣୁବ୍ରତ ଥରେ ବିଧାୟକ ହୋଇଥିବା ବେଳେ ପୁନର୍ବାର ବିଷ୍ଣୁବ୍ରତ ଏହି ନିର୍ବାଚନମଣ୍ଡଳୀରୁ ଜିତି ବିଧାୟକ ହେବେ ବୋଲି ତାଙ୍କ ସମର୍ଥକମାନେ ଆଶା ବାନ୍ଧିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri