ବିଷ୍ଣୁପଦ ସେଠୀଙ୍କୁ ଏସ୍‌ଏସ୍‌ପିଡି ବିଭାଗର ପ୍ରମୁଖ ସଚିବ ଦାୟିତ୍ୱ

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର):ରାଜ୍ୟ ସରକାର ଆଇଏଏସ୍‌ ସ୍ତରରେ ଶନିବାର ଏକ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଓଏସ୍‌ଡି ଥିବା ୧୯୯୫ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବିଷ୍ଣୁପଦ ସେଠୀଙ୍କୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ଯୋଜନା ଏବଂ ସଂଯୋଜନା ବିଭାଗର ସ୍ବତନ୍ତ୍ର ସଚିବ ଥିବା ୧୯୯୯ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଭାସ୍କର ଜ୍ୟୋତି ଶର୍ମା ଲ୍ୟାଣ୍ଡ ରେକର୍ଡସ ଓ ସେଟେଲମେଣ୍ଟ କମିଶନର ଭାବେ ନୂଆ ଦାୟିତ୍ୱ ପାଇଛନ୍ତି। ଏହି ପଦରେ କାର୍ଯ୍ୟ କରିବା ବେଳେ ସେ ସ୍ବତନ୍ତ୍ର ସଚିବ ପାହ୍ୟାର ସମସ୍ତ ସୁବିଧା ସୁଯୋଗ ପାଇବେ। ସେହିପରି ପଞ୍ଚାୟତିରାଜ ବିଭାଗ ଅଧୀନ ପାନୀୟ ଜଳ ଏବଂ ସ୍ବଚ୍ଛତା ବିଭାଗର ନିର୍ଦ୍ଦେଶକ ତଥା ଅତିରିକ୍ତ ସଚିବ ଥିବା ୨୦୦୮ ବ୍ୟାଚ୍‌ ଆଇଏଏସ୍‌ ଅଫିସର ବି. ପରମେଶ୍ୱରନ୍‌ ଭୁବନେଶ୍ୱର କନସୋଲିଡେଶନ କମିଶନର ଭାବେ ନିଯୁକ୍ତି ପାଇଛନ୍ତି। ଅତିରିକ୍ତ ଶାସନ ସଚିବ ପାହ୍ୟା ଅଧିକାରୀଙ୍କୁ ମିଳୁଥିବା ସମସ୍ତ ସୁବିଧା ସୁଯୋଗ ତାଙ୍କୁ ଦିଆଯିବ। ଆନିମଲ ହଜ୍‌ବ୍ୟାଣ୍ଡ୍ରି ଏବଂ ଭେଟେରିନାରି ସର୍ଭିସ୍‌ର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ୨୦୧୦ ମସିହାର ଆଇଏଏସ୍‌ ରାମାଶିଷ ହାଜରା ବୋର୍ଡ ଅଫ୍‌ ସେକେଣ୍ଡାରି ଏଜୁକେଶନର ଓଡ଼ିଶା ସଭାପତି ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ୨୦୧୦ ବ୍ୟାଚ୍‌ ଆଇଏଏସ୍‌ ଜ୍ୟୋତି ପ୍ରକାଶ ଦାସ ଆର୍‌ଓଟିଆଇ(ରେଭିନ୍ୟୁ ଅଫିସର୍ସ ଟ୍ରେନିଂ ଇନ୍‌ଷ୍ଟିଚ୍ୟୁଟ୍‌) ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱ ସହିତ ପଞ୍ଚାୟତିରାଜ ଏବଂ ପାନୀୟ ଜଳ ବିଭାଗର ସ୍ପେଶାଲ ପ୍ରୋଜେକ୍ଟର ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇବେ। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ପେଶାଲ ପ୍ରୋଜେକ୍ଟ ନିର୍ଦ୍ଦେଶକ ଥିବା ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଅରବିନ୍ଦ ଡାକୁଆ ଉକ୍ତ ବିଭାଗର ପାନୀୟ ଜଳ ଏବଂ ସ୍ବଚ୍ଛତା ବିଭାଗ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ପାଇଛନ୍ତି। ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ଇନ୍ଦ୍ରମଣି ତ୍ରିପାଠୀଙ୍କୁ ଏସ୍‌ଟି ନିର୍ଦ୍ଦେଶକ ଭାବେ ନୂଆ ଦାୟିତ୍ୱ ଦିଆଯାଇଛି। ସେହିପରି ବୋର୍ଡ ଅଫ୍‌ ରେଭିନ୍ୟୁର ଫାଇନାନ୍ସିଆଲ ଆଡଭାଇଜର ଥିବା ୨୦୧୧ ବ୍ୟାଚ୍‌ ଆଇଏଏସ୍‌ ସୁବ୍ରତ ଶତପଥୀଙ୍କୁ ଇନ୍‌ପେକ୍ଟର ଜେନେରାଲ ଅଫ୍‌ ରେଜିଷ୍ଟ୍ରେଶନ (ଆଇଜିଆର୍‌) ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?