ବଳବତ୍ତର ରହିଲା ବିଷ୍ଣୁପଦଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା: ସିବିଆଇ ଚାହିଁଲେ ବି ବର୍ତ୍ତମାନ ବିଷ୍ଣୁଙ୍କୁ….

କଟକ,୪।୩: IAS ବିଷ୍ଣୁପଦ ସେଠୀଙ୍କ ଘରେ CBI ରେଡ ପ୍ରସଙ୍ଗ ଉପରେ ବିଷ୍ଣୁପଦଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ବଳବତ୍ତର ରହିଲା। ଶୁଣାଣି ପରେ ହାଇକୋର୍ଟ ଏହି ସୁରକ୍ଷା ବଳବତ୍ତର ରଖିଛନ୍ତି। ବିଷ୍ଣୁପଦ ସରକାରଙ୍କ ପକ୍ଷରୁ ଜବାବ ଦାଖଲ, ସମୟ ନେଇଥିବା ବେଳେ ଆସନ୍ତା ୧୮ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ତେଣୁ ଏହା ସ୍ପଷ୍ଟ ଯେ ସିବିଆଇ ଚାହିଁଲେ ବି ବର୍ତ୍ତମାନ ବିଷ୍ଣୁଙ୍କୁ ବାନ୍ଧିପାରିବନି ।

 ଗତ ୧୮ ତାରିଖରେ ବରିଷ୍ଠ ଆଇଏଏସ୍ ଅଧିକାରୀଙ୍କ ଘରେ ସବିଆଇର ୮ ଜଣିଆ ଟିମ୍ ଚଢ଼ାଉ କରିଥିଲା । ଟେଣ୍ଡର ଫିକ୍ସିଂ ମାମଲାରେ ବାରାମ୍ବାର ସମନ ପରେ ବି ହାଜର  ବିଷ୍ଣୁପଦ ସେଠୀ ହେଉ ନ ଥିଲେ । ପରେ ତାଙ୍କ ବାସଭବନରେ ଚଢ଼ାଉ ହୋଇଥିଲା।  ପୂର୍ବରୁ ବିଭିନ୍ନ ପ୍ରସଙ୍ଗ ନେଇ ତାଙ୍କ ବିରୋଧରେ ଅଭିଯୋଗ ଥିବାବେଳେ  ବ୍ରିଜ୍ ଆଣ୍ଡ୍ କମ୍ପାନୀକୁ ଅନୁକମ୍ପା ଦେଖାଇବା ଅଭିଯୋଗରେ ତନାଘନା ଚାଲିଥିଲା ।

ବିଷ୍ଣୁପଦ ଏସବୁ ଅଭିଯୋଗକୁ ଗଣମାଧ୍ୟମ ସାମ୍ନାରେ ଖଣ୍ଡନ କରିଥିଲେ  । ସେ କହିଥିଲେ, ମୁଁ ଗତ ୩୦ ବର୍ଷ ହେଲା ଓଡ଼ିଶା ସରକାରରେ ନିଷ୍ଠାର ସହ କାମ ମରିଛି । କେବେ କୌଣସି କାମରେ ଖିଲାପ କରିନାହିଁ । ଏବେ ସିବିଆଇ ମୋ ଉପରେ ଯେଉଁସବୁ ଅଭିଯୋଗ ଆଣୁଛି ସେସବୁ ଭିତ୍ତିହୀନ ବରଂ ତାଙ୍କୁ ଅଯଥା ସମସ୍ୟାରେ ପକାଇବାକୁ ଚେଷ୍ଟା କରାଯାଉଥିବା ବିଷ୍ଣୁପଦ କହିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଛାଡ଼ିବାକୁ ‘ମିଷ୍ଟର ସିଂ’ଙ୍କୁ ଧମକ, US ବିଜ୍ଞାପନକୁ ନେଇ ହଙ୍ଗାମା

ୱାଶିଂଟନ,୧୧।୯(ପି.ଟି.): ଆମେରିକାର ‘ଡିପାର୍ଟମେଣ୍ଟ ଅଫ୍‌ ହୋମଲ୍ୟାଣ୍ଡ୍‌ ସିକ୍ୟୁରିଟି’ (ଡିଏଚ୍‌ଏସ୍‌) ପକ୍ଷରୁ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ‘X’ରେ ଜାରି କରାଯାଇଥିବା ଏକ ବିଜ୍ଞାପନକୁ ନେଇ ସାରା ବିଶ୍ୱରେ ତୀବ୍ର…

ଲଘୁଚାପ ସକ୍ରିୟ: ଏହି ୧୦ ଜିଲାରେ ଛେଚିବ ବର୍ଷା, ସତର୍କ ସୂଚନା ଜାରି

ଭୁବନେଶ୍ୱର, ୧୧ା୯:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ଅଧିକାଂଶ ଜିଲାରେ ବର୍ଷା ହୋଇଥିବାବେଳେ କଟକ ଜିଲା ବାଙ୍କୀଠାରେ ସର୍ବାଧିକ ୧୦୪ ମି.ମି. ବର୍ଷ…

ବାରିପଦାରୁ ୨ ଅଡିଟ୍ ଅଫିସର୍‌ଙ୍କୁ ଧରିଲା ବାଲେଶ୍ୱର ଭିଜିଲାନ୍ସ ଟିମ୍

ବାରିପଦା,୧୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଓ ଗଣଶିକ୍ଷା ବିଭାଗ ଅଧିନରେ ଥିବା ଆଦିବାସୀ ହଷ୍ଟେଲ ଗୁଡିକର ଅଡିଟ…

ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୧୧।୯(ପି.ଟି.): ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (ବ୍ରେଣ୍ଟ କ୍ରୁଡ୍‌) ଦର ବୃଦ୍ଧି ଏବଂ ବୈଦେଶିକ ପୁଞ୍ଜି ପ୍ରତ୍ୟାହାର ଯୋଗୁ ଭାରତୀୟ ମୁଦ୍ରା ‘ଟଙ୍କା’ ମୂଲ୍ୟରେ ବଡ଼ ଧରଣର…

ଗୋଟିଏ କୋଠରିରେ ଚାଲିଛି ୪୭ ବର୍ଷର ବିଦ୍ୟାଳୟ: ଅନୁଦାନ ମିଳୁ ନ ଥିବାରୁ ବଦଳୁନାହିଁ ସ୍ଥିତି

ହାଟଡ଼ିହୀ,୧୧l୯ (ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ କୁଆଡ଼ ପ୍ରାଥମିକ ବିଦ୍ୟାଳୟ ଦୟନୀୟ ଅବସ୍ଥା ଦେଇ ଗତି କରୁଛି। ଗୋଟିଏ ଶ୍ରେଣୀ କକ୍ଷରେ ଶିଶୁ ବାଟିକାରୁ ୫ମ…

ନନ୍ଦନକାନନରେ କେମିତି କଟୁଛି ଓରଙ୍ଗ୍‌ଉଟାନଙ୍କ ଜୀବନ: କିଏ କଣ୍ଢେଇ ଧରି ଶୋଉଛି ତ ଆଉ କାହାକୁ ଜ୍ୱର, ଦେଖନ୍ତୁ Video

ବାରଙ୍ଗ/ ତ୍ରିଶୁଳିଆ, ୧୧ା୯ (ଲିଙ୍ଗରାଜ ରାଉତ/ ତୁଷାରକାନ୍ତ ବେହରା):ମା’ଠାରୁ ଅଲଗା ହେବା ପରେ ବାଲେଶ୍ୱର ଜିଲା ରଣକଠା ସଂରକ୍ଷିତ ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ୫…

ରତ୍ନଭଣ୍ଡାର ଗଣତି-ମଣତିକୁ ନେଇ ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ: ତାଲିକା ସାର୍ବଜନୀନ ହେବନି

ଭୁବନେଶ୍ୱର, ୧୦।୯: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି-ମଣତି ଏବଂ ଅଳଙ୍କାର ତାଲିକାଭୁକ୍ତ ପ୍ରକ୍ରିୟାକୁ ନେଇ ରାଜ୍ୟ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ରଖିଛନ୍ତି। ରତ୍ନଭଣ୍ଡାରରୁ…

ରାଜ୍ୟର ୨ ଉପମୁଖ୍ୟମନ୍ତ୍ରୀ ପଦବୀକୁ ଚ୍ୟାଲେଞ୍ଜ, ଜନସ୍ବାର୍ଥ ମାମଲା ଖାରଜ କଲେ… 

କଟକ,୧୦।୮(କାର୍ତ୍ତିକ ସାହୁ): ଓଡ଼ିଶା ସରକାରଙ୍କ ୨ ଉପମୁଖ୍ୟମନ୍ତ୍ରୀ ପଦବୀର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ରୁଜୁ ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁବାର ଖାରଜ କରିଛନ୍ତି। ହାଇକୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri