ଭାଜପା ଛାଡିଲେ ବିଶ୍ୱରଞ୍ଜନ

ଯାଜପୁର ଅଫିସ/ବରୀ, ୨୦।୧୦: ଯାଜପୁର ଜିଲାରେ ଭାଜପାର ସାଙ୍ଗଠନିକ ସ୍ଥିତି କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଧର୍ମଶାଳା ନିର୍ବାଚନ ମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ତୁଷାର ପରିଡ଼ା ବିଜେଡିରେ ଯୋଗଦାନ କରିବାର କିଛିଦିନ ପରେ ବୁଧବାର ବରୀ ନିର୍ବାଚନ ମଣ୍ଡଳୀର ଭାଜପା ପ୍ରାର୍ଥୀ ବିଶ୍ୱରଞ୍ଜନ ମଲ୍ଲିକ ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ବରୀ ବ୍ଲକ ଅଧ୍ୟକ୍ଷା ସୁବାସିନୀ ଶର୍ମା, ଉପାଧ୍ୟକ୍ଷ ରମେଶଚନ୍ଦ୍ର ଭଞ୍ଜ ଓ ୨୪ ନଂ. ଜିଲା ପରିଷଦ ଜୋନର ସଭ୍ୟା ରଞ୍ଜିତା ସାମଲ ମଧ୍ୟ ରାଜ୍ୟ ଭାଜପା ସଭାପତିଙ୍କୁ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ବିଶ୍ୱରଞ୍ଜନ କଂଗ୍ରେସ ଛାଡ଼ି ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ି ପରାସ୍ତ ହୋଇଥିଲେ। ଏହାପରେ ସେ ଭାଜପା ଟିକେଟରେ ନିର୍ବାଚନ ଲଢ଼ି ଥିଲେ ମଧ୍ୟ ଜିତି ପାରି ନ ଥିଲେ। ଏବେ ସେ ବିଜେଡିରେ ମିଶିବାର ସମ୍ଭାବନା ରହିଛି। ବରୀବାସୀ ଏହାକୁ କେତେଦୂର ଗ୍ରହଣ କରବେ ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଅନ୍ୟପକ୍ଷେ ନିଜ ସଙ୍ଗଠନକୁ ସୁରକ୍ଷା ଦେବାକୁ ଯାଇ ବିଶ୍ୱରଞ୍ଜନ ଭାଜପା ଛାଡି ବିଜେଡିରେ ମିଶିବାକୁ ଯାଉଛନ୍ତି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri