ପ୍ରାର୍ଥତ୍ପତ୍ର ଦାଖଲ କଲେ ବିଶ୍ୱକେଶନ

ପୁରୀ ଅଫିସ,୨୭।୪: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ସୋମବାର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଦଳୀୟ ସମର୍ଥକଙ୍କ ଗ୍ରହଣରେ ଆସି କୋଭିଡ୍‌ କଟକଣା ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେ ସ୍ଥାନୀୟ କଂଗ୍ରେସ ଭବନଠାରୁ ଶୋଭାଯାତ୍ରାରେ ବାହାରି ଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ପୂର୍ବତନ ଏମ୍‌ପି ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ବିଧାୟକ ସୁରେଶ ରାଉତରାୟ ଶୋଭାଯାତ୍ରାରେ ସାମିଲ ରହିଥିବା ବେଳେ ରାଜ୍ୟ କଂଗ୍ରେସ ଅନ୍ୟ ନେତୃବୃନ୍ଦମାନଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ବିଶ୍ୱକେଶନ ହରିଚନ୍ଦନ ରଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ନିକଟରେ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଏ ନେଇ ବିଶ୍ୱକେଶନ କହିଛନ୍ତି, ଅଜିତବାବୁ ଗତ ୬ମାସ ଧରି ସାଧାରଣ ଲୋକଙ୍କ ସହ ସମ୍ପର୍କରେ ରହି ନିର୍ବାଚନକୁ ଗତିଶୀଳ କରି ରଖିଥିଲେ। ତାଙ୍କ ଅକାଳ ବିୟୋଗ ମୋତେ ପ୍ରାର୍ଥିପତ୍ର ଦାଖଲ ପାଇଁ ବାଧ୍ୟ କରିଛି। କଂଗ୍ରେସ ଅମଳରେ ପିପିଲି-ଡେଲାଙ୍ଗରେ ବିକାଶକୁ ଲୋକେ ଦେଖିଛନ୍ତି। ଏହାପରଠାରୁ ଆଖିଦୃଶିଆ ବିକାଶ ହୋଇପାରିନାହିଁ। ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀ ଭୋଟରମାନେ ଠିକ ପ୍ରାର୍ଥୀକୁ ଭୋଟ ଦେବେ। ଅନ୍ୟପକ୍ଷରେ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି କହିଛନ୍ତି, ପିପିଲି ଭୁବନେଶ୍ୱର ନିକଟସ୍ଥ ଏକ ନିର୍ବାଚନମଣ୍ଡଳୀ ହୋଇଥିଲେ ମଧ୍ୟ ବିକାଶ ହୋଇପାରି ନାହିଁ। ଫନୀ କ୍ଷତିଗ୍ରସ୍ତମାନଙ୍କୁ ସହାୟତା ରାଶି ମିଳିପାରିନାହିଁ। ସେହିଭଳି ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ତାଙ୍କ ପ୍ରତି ଥିବା ଅନୁକମ୍ପା ହିଁ ବିଶ୍ୱକେଶନଙ୍କୁ ବିଜୟ କରାଇବ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ଜାତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୁନଃ ନିର୍ବାଚନ ତାରିଖ ଘୋଷଣା ହୋଇଛି। ମେ ୧୬ରେ ପିପିଲି ଉପନିର୍ବାଚନ ଭୋଟଗ୍ରହଣ ହେବାକୁଥିବା ବେଳେ ୧୯ରେ ଭୋଟ ଗଣିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri