ପ୍ରାର୍ଥତ୍ପତ୍ର ଦାଖଲ କଲେ ବିଶ୍ୱକେଶନ

ପୁରୀ ଅଫିସ,୨୭।୪: ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ହେବା ପରେ ସୋମବାର ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ଦଳୀୟ ସମର୍ଥକଙ୍କ ଗ୍ରହଣରେ ଆସି କୋଭିଡ୍‌ କଟକଣା ମଧ୍ୟରେ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ସେ ସ୍ଥାନୀୟ କଂଗ୍ରେସ ଭବନଠାରୁ ଶୋଭାଯାତ୍ରାରେ ବାହାରି ଜିଲାପାଳ କାର୍ଯ୍ୟାଳୟରେ ପହଞ୍ଚତ୍ଥିଲେ। ପୂର୍ବତନ ଏମ୍‌ପି ତଥା ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି, ବିଧାୟକ ସୁରେଶ ରାଉତରାୟ ଶୋଭାଯାତ୍ରାରେ ସାମିଲ ରହିଥିବା ବେଳେ ରାଜ୍ୟ କଂଗ୍ରେସ ଅନ୍ୟ ନେତୃବୃନ୍ଦମାନଙ୍କୁ ମଧ୍ୟ ଦେଖିବାକୁ ମିଳିଛି। ବିଶ୍ୱକେଶନ ହରିଚନ୍ଦନ ରଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁଙ୍କ ନିକଟରେ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଏ ନେଇ ବିଶ୍ୱକେଶନ କହିଛନ୍ତି, ଅଜିତବାବୁ ଗତ ୬ମାସ ଧରି ସାଧାରଣ ଲୋକଙ୍କ ସହ ସମ୍ପର୍କରେ ରହି ନିର୍ବାଚନକୁ ଗତିଶୀଳ କରି ରଖିଥିଲେ। ତାଙ୍କ ଅକାଳ ବିୟୋଗ ମୋତେ ପ୍ରାର୍ଥିପତ୍ର ଦାଖଲ ପାଇଁ ବାଧ୍ୟ କରିଛି। କଂଗ୍ରେସ ଅମଳରେ ପିପିଲି-ଡେଲାଙ୍ଗରେ ବିକାଶକୁ ଲୋକେ ଦେଖିଛନ୍ତି। ଏହାପରଠାରୁ ଆଖିଦୃଶିଆ ବିକାଶ ହୋଇପାରିନାହିଁ। ପିପିଲି-ଡେଲାଙ୍ଗ ନିର୍ବାଚନ ମଣ୍ଡଳୀ ଭୋଟରମାନେ ଠିକ ପ୍ରାର୍ଥୀକୁ ଭୋଟ ଦେବେ। ଅନ୍ୟପକ୍ଷରେ କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝି କହିଛନ୍ତି, ପିପିଲି ଭୁବନେଶ୍ୱର ନିକଟସ୍ଥ ଏକ ନିର୍ବାଚନମଣ୍ଡଳୀ ହୋଇଥିଲେ ମଧ୍ୟ ବିକାଶ ହୋଇପାରି ନାହିଁ। ଫନୀ କ୍ଷତିଗ୍ରସ୍ତମାନଙ୍କୁ ସହାୟତା ରାଶି ମିଳିପାରିନାହିଁ। ସେହିଭଳି ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ତାଙ୍କ ପ୍ରତି ଥିବା ଅନୁକମ୍ପା ହିଁ ବିଶ୍ୱକେଶନଙ୍କୁ ବିଜୟ କରାଇବ ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବିୟୋଗ ପରେ ଜାତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୁନଃ ନିର୍ବାଚନ ତାରିଖ ଘୋଷଣା ହୋଇଛି। ମେ ୧୬ରେ ପିପିଲି ଉପନିର୍ବାଚନ ଭୋଟଗ୍ରହଣ ହେବାକୁଥିବା ବେଳେ ୧୯ରେ ଭୋଟ ଗଣିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri