ଭିଷ୍ମଗିରୀ କଲେଜରେ ଓଡ଼ିଆ ପକ୍ଷ ପାଳନ: ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭିଷ୍ମଗିରୀ ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଶନିବାର ଓଡ଼ିଆ ପକ୍ଷ ପାଳନ ଅବସରରେ ପାରମ୍ପରିକ ଖାଦ୍ୟ ପ୍ରଦର୍ଶନ ସହ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଓଡ଼ିଶାର ବରପୁତ୍ର ମାନଙ୍କ ସ୍ମୃତିଚାରଣ କରାଯାଇଥିଲା । କଲେଜ ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ. ଯୁଧିଷ୍ଠିର ସ୍ବାଇଁ, ମୁଖ୍ୟବକ୍ତା ରୂପେ ଖଲିକୋଟ ରାମଚନ୍ଦ୍ର ମର୍ଦ୍ଦରାଜ କଲେଜର ଅବସରପ୍ରାପ୍ତ ଓଡିଆ ପ୍ରାଧ୍ୟାପକ ଡ. ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ, ସମ୍ମାନିତ ଅତିଥି ରୂପେ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଜେନାମଣି ସାହୁ ଏବଂ ଓଡ଼ିଆ ଅଧ୍ୟାପକ ମନ୍ମୟ କୁମାର ପାତ୍ର ପ୍ରମୁଖ ମଞ୍ଚାସିନ ଥିଲେ । ଓଡ଼ିଆ ଜାତିର ଅସ୍ମିତାକୁ ଅକ୍ଷୁର୍ଣ୍ଣ ରଖିବା ପ୍ରତିଟି ଓଡ଼ିଆଙ୍କ ମୌଳିକ କର୍ତ୍ତବ୍ୟ ବୋଲି ଆଲୋଚନାଚକ୍ରରେ ମତପ୍ରକାଶ ପାଇଥିଲା। ପରବର୍ତ୍ତୀ ପର୍ଯ୍ୟାୟରେ ଛାତ୍ରୀଛାତ୍ର ମାନଙ୍କ ଦ୍ୱାରା ପାରମ୍ପରିକ ଓଡ଼ିଆ ଖାଦ୍ୟ ପ୍ରଦର୍ଶିତ କରାଯାଇଥିଲା । ଅଧ୍ୟାପକ ପ୍ରଶାନ୍ତ କୁମାର ପଣ୍ଡା ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅନ୍ୟ ଅଧ୍ୟାପିକା,ଅଧ୍ୟାପକ ଓ କର୍ମଚାରୀ ବୃନ୍ଦ ସହଯୋଗ କରିଥିଲେ । ଶେଷରେ ଅଧ୍ୟାପକ ଦେବଦତ୍ତ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ କଲେଜର ସମସ୍ତ ଅଧ୍ୟାପିକା ଅଧ୍ୟାପକ ଓ କର୍ମଚାରୀଙ୍କ ସମେତ ଛାତ୍ରୀଛାତ୍ର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri