Posted inଜାତୀୟ

ବିଶ୍ୱଜିତ୍‌ ଚାଟାର୍ଜୀ ଶ୍ରେଷ୍ଠ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ

ପଣଜୀ, ୧୭ା୧: ଗୋଆରେ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ସମାରୋହ (ଆଇଏଫଏଫଆଇ)ର ୫୧ତମ ସଂସ୍କରଣ ଆୟୋଜିତ ହୋଇଛି। ମହୋତ୍ସବରେ ହିନ୍ଦୀ ଓ ବଙ୍ଗଳା ଚଳଚ୍ଚିତ୍ର ଜଗତର ଜଣାଶୁଣା ଅଭିନେତା, ଫିଲ୍ମ ନିର୍ମାତା, ନିର୍ଦ୍ଦେଶକ ତଥା ଗାୟକ ବିଶ୍ୱଜିତ୍‌ ଚାଟାର୍ଜୀଙ୍କୁ ବର୍ଷର ଶ୍ରେଷ୍ଠ ଭାରତୀୟ ଚଳଚ୍ଚିତ୍ର ବ୍ୟକ୍ତିତ୍ୱ ପୁରସ୍କାରରେ ସମ୍ମାନିତ କରାଯାଇଛି। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭଡେକର ମହୋତ୍ସବର ଉଦ୍‌ଘାଟନୀ ସମାରୋହ ଅବସରରେ ପୁରସ୍କାର ଘୋଷଣା କରିଥିଲେ। ମାର୍ଚ୍ଚ ୨୦୨୧ରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ସମାରୋହରେ ଚାଟାର୍ଜୀଙ୍କୁ ଏହି ସମ୍ମାନ ପ୍ରଦାନ କରାଯିବ।
ସାଲ୍‌ ବାଦ୍‌, କୋହରା, ଏପ୍ରିଲ ଫୁଲ୍‌, ମେରେ ସନମ, ନାଇଟ ଇନ ଲଣ୍ଡନ, ଦୋ କଲିୟାଁ ଏବଂ କିସ୍‌ମତ୍‌ ଚଳଚ୍ଚିତ୍ରରେ ଚାଟାର୍ଜୀଙ୍କ ଅଭିନୟ ଲୋକପ୍ରିୟ ହୋଇଥିଲା। ସେହିପରି ତାଙ୍କ ଅଭିନୀତ ପ୍ରସିଦ୍ଧ ବଙ୍ଗଳା ଚଳଚ୍ଚିତ୍ରଗୁଡ଼ିକ ମଧ୍ୟରେ ରହିଛି ଚୌରଙ୍ଘୀ, ଗଡ଼ ନସୀମପୁର, କୁହେଲି। ଏଥିସହ ଶ୍ରୀମାନ ପୃଥ୍ବୀରାଜ, ଜୟ ବାବା ତାରକନାଥ, ଏବଂ ଅମର ଗୀତୀ ଭଳି ଲୋକପ୍ରିୟ ଚଳଚ୍ଚିତ୍ରରେ ମଧ୍ୟ ସେ ଅଭିନୟ କରିଛନ୍ତି। ‘କେହତେ ହୈ ମୁଝକୋ ରାଜା’ର ପ୍ରଯୋଜନା ଏବଂ ନିର୍ଦ୍ଦେଶନା ଦାୟିତ୍ୱ ତୁଲାଇବା ସହ ନିଜେ ଏଥିରେ ଅଭିନୟ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri