ବିଶ୍ୱଜିତ ପୂର୍ବତଟ ରେଳପଥର ନୂତନ ସିପିଆର୍‌ଓ

ଭୁବନେଶ୍ୱର,୧୨।୧୧: ଭାରତୀୟ ରେଳପଥ ଷ୍ଟୋର ସର୍ଭିସ୍‌ (ଆଇଆର୍‌ଏସ୍‌ଏସ୍‌)ର ୨୦୧୩ ବ୍ୟାଚ୍‌ର ଅଧିକାରୀ ବିଶ୍ୱଜିତ ସାହୁ ପୂର୍ବତଟ ରେଳପଥର ନୂତନ ମୁଖ୍ୟ ଜନସମ୍ପର୍କ ଅଧିକାରୀ (ସିପିଆର୍‌ଓ) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମରିସସ୍‌ ରେଳପଥକୁ ଡେପୁଟେଶନରେ ବିଦେଶ ଯାଉଥିବା ବିଦାୟୀ ମୁଖ୍ୟ ସିପିଆରଓ ତଥା ଭାରତୀୟ ରେଳପଥ ମେକାନିକାଲ ଇଞ୍ଜିନିୟରିଂ ସେବା ଅଧିକାରୀ କୋଶଳେନ୍ଦ୍ର କିଶୋର ଖାଡ଼ଙ୍ଗାଙ୍କ ଠାରୁ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ମୁଖ୍ୟ ଜନସମ୍ପର୍କ ଅଧିକାରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପୂର୍ବରୁ ସାହୁ ପୂର୍ବତଟ ରେଳପଥ ମୁଖ୍ୟାଳୟରେ ଉପ ମୁଖ୍ୟ ଭଣ୍ଡାର ପ୍ରବନ୍ଧକ ଭାବେ କାର୍ଯ୍ୟ କରୁଥିଲେ। ରେଳପଥର କାର୍ଯ୍ୟ ସମ୍ପାଦନରେ ସାମଗ୍ରୀ ପରିଚାଳନାରେ ତାଙ୍କର ଅଭିଜ୍ଞତା ରହିଛି। ସେ ବିଶାଖାପାଟଣାଠାରେ ସିନିୟର ମ୍ୟାଟେରିଆଲ ମ୍ୟାନେଜର ଓ ଡିଭିଜନାଲ ମ୍ୟାଟେରିଆଲ୍‌ ମ୍ୟାନେଜର ଏବଂ ଭୁବନେଶ୍ୱରର ମଞ୍ଚେଶ୍ୱରରେ ଥିବା ରେଳଡବା ମରାମତି କାରଖାନାରେ ମଧ୍ୟ ସିନିୟର ମ୍ୟାଟେରିଆଲ ମ୍ୟାନେଜର ଭାବେ କାର୍ଯ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26...

‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…

ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ

ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋରଦାର ପ୍ରସ୍ତୁତି: ଅଣ୍ଟା ଭିଡିଲେଣି ବିଡିଓ, କହିଲେ ଏଥର ମଞ୍ଚ ଦୁଲୁକିବ…

ଦାରିଙ୍ଗବାଡି, ୨୧।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଶୀତ ମହୋତ୍ସବକୁ ନେଇ ଜିଲା ତଥା ଜଲା ବାହାରେ ଉତ୍କଣ୍ଠା ବଢିଛି। ଶୀତ ମହୋତ୍ସବ ଦାରିଙ୍ଗବାଡି...

ଲଡ୍ଡୁ ଗୋପାଳଙ୍କ ମୂର୍ତ୍ତି କେତେ ବଡ଼ ହେବା ଉଚିତ? ଜାଣନ୍ତୁ ଘରେ ରଖିବାର ୧୦ ନିୟମ…

ଲଡ୍ଡୁ ଗୋପାଳ ହେଉଛନ୍ତି ଭଗବାନ ଶ୍ରୀକୃଷ୍ଣଙ୍କ ବାଳ ସ୍ବରୂପ। ଘରେ ଲଡ୍ଡୁ ଗୋପାଳଙ୍କୁ ରଖିବା କେବଳ ପୂଜା ନୁହେଁ, ବରଂ ଏକ ବାଳକଙ୍କୁ ପରିବାରର ସଦସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri