ସବୁଠି ଦେବଶିଳ୍ପୀଙ୍କୁ ଆହ୍ବାନ

କେନ୍ଦୁଝର,୧୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଖଣି ଖାଦାନ ଜିଲା ହୋଇଥିବା ବେଳେ ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଜିଲାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବାବା ବିଶ୍ୱକର୍ମାଙ୍କ ପୂଜା ଧୁମ୍‌ଧାମ ପାଳିତ ହେଉଛି। ଜିଲାରେ ଲଘୁଚାପ ଜନିତ ବର୍ଷା ସ୍ବତ୍ତ୍ୱେ ପୂଜା ମାହୋଲ ବେଶ ସରଗରମ ରହିଛି। ଏପରିକି ଜିଲାର କେତେକ ଅଞ୍ଚଳରେ ମଙ୍ଗଳବାର ମଧ୍ୟ ପୂଜା ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି। ଖଣି ଓ ଶିଳ୍ପ ସମୃଦ୍ଧ ଯୋଡ଼ା, ବଡ଼ବିଲ, ବଲାଣି, ରୁଗୁଡ଼ି, ବାମେବାରି ଅଞ୍ଚଳରେ ଦେବଶିଳ୍ପୀଙ୍କ ପୂଜା ମହାଆଡମ୍ବର ସହକାରେ ପାଳନ ହେଉଥିବା ବେଳେ ବଂଶପାଳ ବ୍ଲକ ଅଁରାସ୍ଥିତ ଶ୍ରୀ ମେଟକିକ୍ସ, ସଦର ବ୍ଲକ ଏମ୍‌ଏସ୍‌ପି ସ୍ପଞ୍ଜ କାରଖାନାରେ ମଧ୍ୟ ଦେବଶିଳ୍ପୀଙ୍କୁ ଆହ୍ବାନ କରାଯାଇଛି।

ଏପରିକି କେନ୍ଦୁଝର ସହରର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଯଥା ବିଧି ସହକାରେ ପାଳିତ ହେଉଛି। ପୂର୍ବତଟ ରେଳପଥ ଅନ୍ତର୍ଗତ କର୍ମୀ ଦଳ ନିୟନ୍ତ୍ରକ, ଜେନେରାଲ ଇଲେକ୍ଟ୍ରିକାଲ ଅଫିସ, ଇଂଜିନିୟରିଂ ବିଭାଗ, ଟିଆରଡି ଅଫିସ ସମେତ ସମସ୍ତ ରେଳବାଇର ଅନ୍ୟ ଯାନ୍ତ୍ରିକ ବିଭାଗଗୁଡିକରେ ମଧ୍ୟ ସୋମବାର ସକାଳରୁ ବିଶ୍ୱକର୍ମାଙ୍କୁ ପୂଜାର୍ଚ୍ଚନା କରାଯାଇଥିଲା।

ସେହିପରି ଇଲେକ୍ଟ୍ରି ଅଫିସ, କେନ୍ଦୁଝର ଜିଲା ଟ୍ରକ ମାଲିକ ସଂଘ, ବସ୍‌ ମାଲିକ ସଂଘ, ଶିଳ୍ପ ତାଲିମ କେନ୍ଦ୍ର, ଗାଡ଼ି ଗ୍ୟାରେଜ, ଲେଦ ଆଦି ସ୍ଥାନରେ ବାବା ବିଶ୍ୱକର୍ମାଙ୍କୁ ପୂଜା କରାଯାଉଛି। ଏଥିପାଇଁ ପୂଜା ମଣ୍ଡପଗୁଡିକ ବିଭିନ୍ନ ଆଲୋକ ମାଳାରେ ସୁସଜ୍ଜିତ ହୋଇଥିବା ବେଳେ ଆକର୍ଷଣୀୟ ତୋରଣ ପୂଜା ମଣ୍ଡପରେ ଝଲସି ଉଠୁଛି। ସକାଳୁ ଗାଡ଼ି ପୂଜା ପରେ ମଣ୍ଡପରେ ପୂଜା କାର୍ଯ୍ୟ ଯଥା ବିଧି ଆରମ୍ଭ ହୋଇଥିଳା। ପରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପୂଜା ମଣ୍ଡପନିକଟରେ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ସନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

ଭିଡିଓ କଲ୍‌ର ଅପରପାର୍ଶ୍ୱରୁ ଶୁଭିଲା ‘ଦିଦି ପଡ଼ିଗଲା’: ୪୩ ଘଣ୍ଟା ପରେ ଉଦ୍ଧାର ହେଲା…

ସୁନ୍ଦରଗଡ଼, ୧୯/୯ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଘୋଘର ନିକଟ ଇବ୍‌ ନଦୀର କନାକୁଣ୍ଡଠାରେ ଗୁରୁବାର ଅପରାହ୍ଣରେ ଗୋଡ଼ ଖସି ଜଳର…

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ:ରୋଗୀଙ୍କ ଚିକିତ୍ସାରେ ବାଧା

ବାଲିଗୁଡ଼ା, ୧୯/୯ (ସଞ୍ଜୟ କୁମାର ପାଣିଗ୍ରାହୀ): ପୂଜା, ପର୍ବପର୍ବାଣି ଓ ବିଭିନ୍ନ ଉତ୍ସବ ଅବସରରେ ଡିଜେ ସାଉଣ୍ଡର ଅତ୍ୟଧିକ ବ୍ୟବହାର ଏବେ ସାଧାରଣ ଲୋକଙ୍କ ପାଇଁ ଅସୁବିଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?