ଶଙ୍ଖ ଧରିଲେ ବିଶ୍ୱରଞ୍ଜନ : ୨୦୧୯ ନିର୍ବାଚନରେ ବରୀରୁ ହୋଇଥିଲେ ଭାଜପା ବିଧାୟକ ପ୍ରାର୍ଥୀ

ବରୀ,୨୯।୧୦(ଡି.ଏନ୍‌.ଏ.): ଦୀର୍ଘ ଦିନ ଧରି ଚାଲିଥିବା କଳ୍ପନା ଜଳ୍ପନାର ଶେଷରେ ଅନ୍ତ ଘଟିଛି। ୨୦୧୯ ନିର୍ବାଚନରେ ବରୀ ଭାଜପାରୁ ପ୍ରାର୍ଥୀ ହୋଇଥିବା ବିଶ୍ୱ ରଞ୍ଜନ ମଲ୍ଲିକ ଶୁକ୍ରବାର ବିଜେଡିରେ ଯୋଗ ଦେଇଛନ୍ତି। ଆନୁଷ୍ଠାନିକ ଭାବେ ରାଜ୍ୟ ବିଜେଡି କାର୍ଯ୍ୟାଳୟ ପରିସରରେ ଦଳରେ ଯୋଗ ଦେବା ଅବସରରେ ବରୀ ବିଧାୟିକା ସୁନନ୍ଦା ଦାସ ପୁଷ୍ପଗୁଚ୍ଛ ପ୍ରଦାନ କରି ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି। ଏହି ଅବସରରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ, ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ। ଭାଜପା ନେତା ମଲ୍ଲିକ ଓ ବରୀ ବିଧାୟିକାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ତିକ୍ତତା ଲାଗିରହିଥିଲା। ୨୦ ତାରିଖରେ ମଲ୍ଲିକ ଭାଜପାରୁ ଇସ୍ତଫା ଦେଇଥିଲେ। ତେବେ ଆଜିର ମିଶ୍ରଣ ପର୍ବ ଭାଜପା ଶୂନ୍ୟ ବରୀ ବୋଲି ରାଜନୈତିକ ପଣ୍ଡିତମାନେ ମତ ବ୍ୟକ୍ତ କରିଛନ୍ତି। ଆଗାମୀ ପଞ୍ଚାୟତ ନିର୍ବାଚନରେ ତୃଣମୂଳସ୍ତରରେ ଥିବା କର୍ମୀମାନେ ପରସ୍ପର ବିରୋଧୀ ଉଭୟ ନେତାଙ୍କ ମିଶ୍ରଣକୁ କେତେଦୂର ଗ୍ରହଣ କରିବେ ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ନବୀନ, ପାଣ୍ଡିଆନଙ୍କ ମଝିରେ ଫଟୋ ଉଠାଇଲେ ସୁର, ବିଜେଡିରେ ହେବେ କି ସାମିଲ!

ଭୁବନେଶ୍ୱର,୨୫।୪: ବିଧାୟକ ସୁର ରାଉତରାୟଙ୍କୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଏବେ ଆଉ ଏକ ଖବର ସାମ୍ନାକୁ ଆସିଛି। ଜଟଣୀରେ ଥିବା ବିଜେଡି କାର୍ଯ୍ୟାଳୟରେ ସୁର...

ମେ ଦ୍ୱିତୀୟ ସପ୍ତାହ ଆରମ୍ଭ ଯାଏଁ ଜାରି ରହିବ ତାତି!

ଭୁବନେଶ୍ୱର,୨୫।୪: ସମଗ୍ର ଓଡ଼ିଶାରେ ପ୍ରଚଣ୍ଡ ତାତି ଜାରି ରହିଛି। ସକାଳ ୮ଟା ରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ଗୁରୁବାର ପୂର୍ବାହ୍ନ ୧୧ଟା ୩୦ ସୁଦ୍ଧା...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌

ଭୁବନେଶ୍ୱର,୨୫।୪: ଏମ୍‌ପି ସୁରେଶ ପୂଜାରୀଙ୍କ ଘର ପରିସରରେ ଖସିଲା ଡ୍ରୋନ୍‌। ବେଲପାହାଡ଼ ଗାନ୍ଧି ଛକ ଆମ୍ବଝର ନିକଟ ଭଡ଼ା ଘର ପରିସରରେ ଡ୍ରୋନ୍‌ ପଡିଥିବା ସୂଚନା...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri