ବଢ଼ୁଛି ବିଟ୍‌ କଏନ୍‌ ନିବେଶ

ନୂଆଦିଲ୍ଲୀ: ବିଦେଶରେ ବିଟ୍‌ କଏନ୍ର ଚାହିଦା ଓ ମୂଲ୍ୟ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ପ୍ରଭାବ ଏସିଆ ବଜାରରେ ଦେଖିବାକୁ ମିଳିଛି। ଏହି କଏନ ପ୍ରତି ଗ୍ରାହକଙ୍କର ଆକୃଷ୍ଟ ବଢ଼ିବାରେ ଳାଗିଛି। ଫଳରେ ଗତ ମାସରେ ଏସିଆରେ ଏହାର ମୋଟ୍‌ ନିବେଶ ୧ ଟ୍ରିଲିୟନ ବା ୧ ହଜାର କୋଟି ଡଲାର ବୃଦ୍ଧି ପାଇଥିବା ଜଣାପଡ଼ିଛି। ଶନିବାର ଏହି କ୍ରିପ୍ଟୋ କରେନ୍ସି ବା ବିଟ୍‌କଏନ ଏକ ନୂଆ ରେକର୍ଡ ହାସଲ କରିଛି।
ବିଶ୍ୱର ସବୁଠାରୁ ଲୋକପ୍ରିୟ ତଥା ଲାଭବାନ ମୁଦ୍ରା କୁହାଯାଇଥିବା ଏହି କ୍ରିପ୍ଟୋ କରେନ୍ସି (ବିଟକଏନ୍‌) ୫୬,୬୨୦ ଡଲାର ଛୁଇଁଛି। ଯାହା ଏକ ରେକର୍ଡ ସ୍ତର ବୋଲି ନିବେଶକମାନେ ମତ ଦେଇଛନ୍ତି। ଗତ ସପ୍ତାହରେ ଏହାର ଦାମ୍‌ ପ୍ରାୟ ୧୮% ବୃଦ୍ଧି ପାଇଥିଲା। ଚଳିତ ବର୍ଷ ଏହାର ମୂଲ୍ୟ ଆହୁରି ବୃଦ୍ଧି ପାଇବ ବୋଲି ଅନୁମାନ କରାଯାଉଛି। ବିଟକଏନ୍‌ ଏତେ ଲୋକପ୍ରିୟ ଓ ଲାଭବାନ ହେବାର କାରଣ ହେଉଛି ଏହା ପ୍ରତି ବଡ଼ ବଡ଼ ନିବେଶକ ଓ ପୁଞ୍ଜିପତିମାନେ ଆକୃଷ୍ଟ ହୋଇ ଏଥିରେ ନିବେଶ କରିଛନ୍ତି ଏପରିକି ଟେସଲା, ମାଷ୍ଟରକାର୍ଡ ଭଳି କମ୍ପାନୀ ଏଥିରେ କାରବାର କରୁଥିବା ସୂଚନା ମିଳିଛି। ବିଟକଏନ୍‌ ପରେ ଇଥିରିୟମର ମଧ୍ୟ ଚାହିଦା ବଢିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri