୮୦,୦୦୦ ଡଲାର ଉପରେ ବିଟ୍‌ କଏନ୍‌

ନୂଆଦିଲ୍ଲୀ,୧୧।୧୧: ବର୍ତ୍ତମାନ ସମୟରେ ବିଟ୍‌ କଏନ୍‌ କାରବାରକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା ଜାରି ରହିଛି। ଏପରିକି ପ୍ରଥମ ଥର ପାଇଁ ବିଟ୍‌ କଏନ୍‌ର ମୂଲ୍ୟ ସର୍ବୋଚ୍ଚସ୍ତରରେ ପହଞ୍ଚତ୍ଛି। ରବିବାର ବିଟ୍‌ କଏନ୍‌ ମୂଲ୍ୟରେ ୪.୭% ବୃଦ୍ଧି ଘଟି ୮୦,୦୯୨ ଡଲାରରେ ପହଞ୍ଚତ୍ଛି। ଏହା ପୂର୍ବରୁ ବିଟ୍‌ କଏନ୍‌ର ମୂଲ୍ୟ ୭୯,୭୦୦ ଡଲାର ଥିଲା।
ସେହିଭଳି ଗତ କିଛି ସପ୍ତାହ ହେବ ବିଶ୍ୱସ୍ତରରେ ଡିଜିଟାଲ କାରବାର (କିପ୍ଟ୍ରୋକରେନ୍ସି)ରେ ସୁଧାର ଆସିଥିଲାବେଳେ ବିଭିନ୍ନ ବର୍ଗର ନିବେଶକ ଡିଜିଟାଲ କାରବାରକୁ ଅଧିକ ସୁରକ୍ଷିତ ଓ ଶକ୍ତିଶାଳୀ ମନେ କରୁଥିବାରୁ ଉଭୟ ବଜାର ଓ ବ୍ୟବସାୟୀ ଡିଜିଟାଲ କାରବାରରେ ନିବେଶ କରୁଛନ୍ତି। ଫଳରେ ବିଟ୍‌ କଏନ୍‌ର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି। ଅପରପକ୍ଷରେ ଆମେରିକାର ପ୍ରେସିଡେଣ୍ଟ ନିର୍ବାଚନ ଓ ଟ୍ରମ୍ପଙ୍କ ଐତିହାସିକ ବିଜୟ ଫଳାଫଳ ମଧ୍ୟ ଡିଜିଟାଲ କାରବାର ଓ ବିଟ୍‌ କଏନ୍‌ ମୂଲ୍ୟର ଅନ୍ୟତମ ପ୍ରମୁଖ କାରଣ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି। ସେହିପରି ଦୀର୍ଘ ଦିନ ଧରି ଚର୍ଚ୍ଚା ପରିସରରୁ ବାହାରି ଯାଇଥିବା ବିଟ୍‌ କଏନ ପୁନର୍ବାର ବଜାରରେ ଉତ୍ସାହ ଭରି ଦେଇଛି ବୋଲି ଡିଜିଟାଲ ବଜାରର ନିବେଶକମାନେ ମତବ୍ୟକ୍ତ କରିଛନ୍ତି। ଏପରିକି ଗତ ଦୁଇ ବର୍ଷ ହେବ ଡିଜିଟାଲ କାରବାରର ଚାହିଦା ପୂର୍ବାପେକ୍ଷା ଅଧିକ ବଢିଥିବାବେଳେ ବିଟ୍‌ କଏନ୍‌ର ମୂଲ୍ୟ ମଧ୍ୟ ସେହି ତୁଳନାରେ ପ୍ରାୟ ୯୧%ବଜାର ଅଂଶ ଯୋଗଦାନ କରି ମୂଲ୍ୟ ବୃଦ୍ଧିରେ ଯଥେଷ୍ଟ ଅଭିବୃଦ୍ଧି ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଚ୍ଚସ୍ଥ ଗୁରୁ-ବକ୍ରୀ ଶନିଙ୍କ ଚମତ୍କାର ସଂଯୋଗ: ଦୀପାବଳି ପର୍ଯ୍ୟନ୍ତ ଏହି ୩ ରାଶିକୁ ମିଳିବ ପ୍ରଚୁର ଧନଲାଭ, କ୍ୟାରିୟରରେ…

ଗୁରୁ ଗ୍ରହ ଜୁନ ୨ ତାରିଖରେ କର୍କଟ ରାଶିରେ ଗୋଚର କରିଥିଲେ। ଏବେ ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬ରେ ସିଂହ ରାଶିରେ ଗୋଚର କରିବେ। ଶନି…

ଘର ବାହାରେ ଖେଳୁଥିବା ବେଳେ ଶିଶୁକନ୍ୟାଙ୍କୁ ଟେକି ନେଇଗଲା ବାଘ, ତାପରେ…

ମାଲକାନଗିରି,୧୮।୮(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ ଇନ୍ଦ୍ରାଗୁଡ଼ା ଗ୍ରାମରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଘର ବାରଣ୍ଡାରେ ଶିଶୁକନ୍ୟା ଜଣକ ବସିଥିବା ବେଳେ ହଠାତ୍…

ମହିଳାଙ୍କ ଖାତାକୁ ଆସିବ ୩ହଜାର ଟଙ୍କା, ହେଲେ ସରକାର କାହିଁକି ଦେଉଛନ୍ତି ଏହି ଟଙ୍କା? ଜାଣନ୍ତୁ ଏହା ପଛର ରହସ୍ୟ

କୋଲକାତା,୧୮।୮: ପଶ୍ଚିମବଙ୍ଗ ସରକାରଙ୍କ ଅନ୍ନପୂର୍ଣ୍ଣା ଯୋଜନାରେ ହିତାଧିକାରୀ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପାଣ୍ଠି ସ୍ଥାନାନ୍ତର ପ୍ରକ୍ରିୟା ସୋମବାର (ଅଗଷ୍ଟ ୧୭, ୨୦୨୬) ଠାରୁ ଆରମ୍ଭ ହୋଇଛି। ରାଜ୍ୟ…

ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ଖବର: ପେଟ୍ରୋଲ-ଡିଜେଲ ଦାମ୍‌…

ନୂଆଦିଲ୍ଲୀ, ୧୮।୮: ଜନସାଧାରଣଙ୍କ ପାଇଁ ଅନ୍ତର୍ଜାତୀୟ ବଜାରରୁ ଏକ ନୂଆ ଚିନ୍ତାଜନକ ଖବର ଆସୁଛି। Crude Oil ଦରରେ ଲଗାତାର ତୃତୀୟ ଦିନ ପାଇଁ ବୃଦ୍ଧି ଦେଖିବାକୁ…

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri