ବିଟ୍‌ କଏନ୍‌ ମୂଲ୍ୟ ହ୍ରାସର ସମ୍ମୁଖୀନ

ନୂଆଦିଲ୍ଲୀ: ବିଶ୍ୱର ସବୁଠୁ ମୂଲ୍ୟବାନ ଡିଜିଟାଲ ମୁଦ୍ରା କୁହାଯାଉଥିବା କ୍ରିପ୍ଟୋ କରେନ୍ସି ବା ବିଟ୍‌ କଏନ୍‌ ବର୍ତ୍ତମାନ ସମୟରେ ମୂଲ୍ୟ ହ୍ରାସର ସମ୍ମୁଖୀନ ହୋଇଛି। ଗତ କିଛି ଦିନ ହେବ ଏହା ଦ୍ରୁତଗତିରେ ବୃଦ୍ଧି ପାଉଥିବା ବେଳେ ୨ଦିନ ହେଲା ସେଥିରେ ଅସ୍ଥିରତା ଦେଖାଦେଇଛି। ପୂର୍ବରୁ ଏହାର ମୂଲ୍ୟ ୫୬ ହଜାର ଡଲାରରେ ଥିବାବେଳେ ଶନିବାର ଏହି କଏନ ଦର ୪୬ ହଜାର ୩୦୦ ଡଲାରରେ କାରବାର କରୁଥିବା ଦେଖାଯାଇଛି। ବିଟ୍‌ କଏନ୍‌ ଗୋଟିଏ ବର୍ଷରେ ନିବେଶକଙ୍କୁ ୫୪.୮୫% ରିଟର୍ନ ଦେଇଥିବା ଜଣାପଡିଛି। ଏଥିରେ ଏଲନ ମସ୍କ ନିବେଶ କରିବା ପରଠାରୁ ଏହାର ଦର ଅନିୟନ୍ତ୍ରିତ ହୋଇଚାଲିଥିଲା। ଫଳରେ ପ୍ରାୟ ୩୫୦ ବିଲିୟନ ଡଲାର ମାର୍କେଟ କ୍ୟାପିଟାଲ ବୃଦ୍ଧି ସହ ବିଟ୍‌ କଏନ୍‌ ବିଶ୍ୱର ସବୁଠୁ ମୂଲ୍ୟବାନ ମୁଦ୍ରାରେ ପରିବର୍ତ୍ତିତ ହୋଇସାରିଥିଲା। ସାରା ବିଶ୍ୱ ୨୦୦୯ ମସିହାରେ ଗୁରୁତର ଭାବେ ଆର୍ଥିକ ସଙ୍କଟରେ ଗତି କରୁଥିବା ବେଳେ ଏହି ଡିଜିଟାଲ ମୁଦ୍ରାର ନୂଆକରି ନିବେଶ ଆରମ୍ଭ ହୋଇଥିଲା। ଏହା ୨୦୧୭ ବେଳକୁ ବିଶ୍ୱବାସୀଙ୍କୁ ଆକୃଷ୍ଟ କରିବା ସହ ନିବେଶର ମାଧ୍ୟମ ହୋଇସାରିଥିଲା। ତେବେ ୨୦୧୮ ମସିହାରେ ଅଚାନକ ଏହାର କାରବାର ହ୍ରାସ ହେବା ନିବେଶକଙ୍କୁ କ୍ଷତିରେ ପକାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପରେ ତେଲ ବଳିଥିବାବେଳେ ଯଦି ଦାମ୍ ବଢ଼େ; ତେବେ କାହା ପକେଟ୍‌କୁ ଯାଏ ବର୍ଦ୍ଧିତ ଟଙ୍କା, ମାଲିକ ନା କମ୍ପାନୀ?

ନୂଆଦିଲ୍‌ଲୀ,୨୭।୫: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଉତ୍ତେଜନା ଯୋଗୁଁ ଗତ କିଛି ଦିନ ହେବ ପେଟ୍ରୋଲ ଏବଂ ଡିଜେଲ ଦର ଅନେକ ଥର ବୃଦ୍ଧି ପାଇଛି। ନିକଟରେ ପେଟ୍ରୋଲ ଲିଟର…

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଗୋଟିଏ ଦିନରେ କେତେ ତେଲ ବିକ୍ରି କରିପାରିବ ପେଟ୍ରୋଲ ପମ୍ପ? ଜାଣନ୍ତୁ କଣ ରହିଛି କୋଟା ଓ ସରକାରୀ ନିୟମ

ନୂଆଦିଲ୍ଲୀ,୨୬।୫: ଦେଶରେ ପେଟ୍ରୋଲ ଓ ଡିଜେଲର ବଢୁଥିବା ଦର ମଧ୍ୟରେ ପେଟ୍ରୋଲ ପମ୍ପଗୁଡ଼ିକର ବିକ୍ରି କ୍ଷମତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଆସନ୍ତୁ ଜାଣିବା ଜଣେ ପେଟ୍ରୋଲ…

ଖାଇବା ତେଲ ଉପରେ ସରକାରଙ୍କ ନଜର; ଜାଣନ୍ତୁ କ’ଣ ହେବ ନୂଆ ନିୟମ?

ନୂଆଦିଲ୍‌ଲୀ,୨୬।୫: ବଜାରରେ ବର୍ତ୍ତମାନ ଖାଦ୍ୟ ତେଲ ପ୍ୟାକେଟଗୁଡ଼ିକ ବିଭିନ୍ନ ଆକାରରେ ବିକ୍ରି ହେଉଛି ଯେପରିକି 650 ଗ୍ରାମ, 700 ଗ୍ରାମ, 810 ଗ୍ରାମ ଏବଂ 850 ଗ୍ରାମ।…

ଗଙ୍ଗା ଦଶହରାରେ କମିଲା ସୁନା-ରୂପା ଦର, ଏକାଥରେ ୪ହଜାର…..

ନୂଆଦିଲ୍ଲୀ,୨୬।୫: ସୁନା ଏବଂ ରୂପା ମୂଲ୍ୟରେ ଏକ ବଡ଼ ହ୍ରାସ ପରିଲକ୍ଷିତ ହୋଇଥିଲା। ରୂପା ମୂଲ୍ୟ ୪,୩୦୦ଟଙ୍କାରୁ ଅଧିକ ହ୍ରାସ ପାଇଛି । ସୁନା ମଧ୍ୟ ପ୍ରାୟ ୯୦୦…

ବିଶେଷଜ୍ଞଙ୍କ ବଡ଼ ଆକଳନ, ଅନ୍ତର୍ଜାତୀୟ ବଜାର ଦର ହ୍ରାସ ସତ୍ତ୍ୱେ କମି ନ ପାରେ ପେଟ୍ରୋଲ ମୂଲ୍ୟ

ନୂଆଦିଲ୍ଲୀ,୨୬।୫: ଇତିମଧ୍ୟରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଇଛି। ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ବୁଝାମଣା ସହ ବହୁଚର୍ଚ୍ଚିିତ ହର୍ମୁଜ୍‌ ପ୍ରଣାଳୀକୁ ମୁକ୍ତ…

ଶୀଘ୍ର ଭରିଦିଅନ୍ତୁ ପେଟ୍ରୋଲ-ଡିଜେଲ, ପ୍ରତି ଲିଟର ପିଛା ବଢିଯିବ ଏତେ ଟଙ୍କା! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ, ୨୫।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଶାନ୍ତି ଆଲୋଚନାରେ ସକାରାତ୍ମକ ଅଗ୍ରଗତି ହୋଇଛି। ଏହା ବଜାରରେ ଆଶା ସୃଷ୍ଟି କରିଛି ଯେ ଗତ ତିନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri