ରକ୍ତ ସଞ୍ଚାଳନକୁ ସକ୍ରିୟ କରେ କଲରା

କଲରାର ସ୍ବାଦ ପିତା ହେଲେ ମଧ୍ୟ ଏହା ଆମ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଜଣେ ଡାଇବେଟିସ୍‌ ରୋଗୀ ପାଇଁ ଏହା ଆହୁରି ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ସବୁଠାରୁ ଖାସ୍‌ କଥା ହେଲା, ଏଥିରେ ଏଭଳି ତତ୍ତ୍ୱ ରହିଛି, ଯାହା ରକ୍ତ ସଞ୍ଚାଳନକୁ ସକ୍ରିୟ ରଖିଥାଏ। ଏଥିରେ ଅନେକ ପ୍ରକାର ଭିଟାମିନ୍‌ ରହିଛି। ତନ୍ମଧ୍ୟରୁ ଭିଟାମିନ୍‌-ଏ ଆମର ଦୃଷ୍ଟିଶକ୍ତିକୁ ଆହୁରି ଦୃଢ଼ କରିଥାଏ। ଏହାର ଆଣ୍ଟି-ଅକ୍ସିଡାଣ୍ଟ୍‌ ଗୁଣ ପାଇଁ ବାହାର ଜୀବାଣୁଗୁଡିକ ସହଜରେ ଶରୀର ଭିତରକୁ ପ୍ରବେଶ କରପାରି ନ ଥାନ୍ତି। କଲରା ଜୁସ୍‌ ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ସବୁଠାରୁ ଖାସ୍‌ କଥା ହେଲା, ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଉଚ୍ଚ ରକ୍ତଚାପକୁ କଲରା କେତେକାଂଶରେ ନିୟନ୍ତ୍ରଣରେ ରଖିଥାଏ। ଏହାକୁ ନିୟମିତ ଖାଇଲେ ତାହା ରକ୍ତକୁ ପରିଷ୍କାର ରଖିବା ସହ ରକ୍ତ ସଞ୍ଚାଳନକୁ ଠିକ୍‌ ରଖେ। କଲରା ଖାଇଲେ ଆଉ ଏକ ଉପକାର ମଧ୍ୟ ମିଳିଥାଏ। ଏହା ଶରୀରରେ ସହଜରେ ଆଲର୍ଜି ହେବାକୁ ଦେଇ ନ ଥାଏ। ଏପରି କି ଏହାକୁ ଖାଇଲେ ଆଜ୍‌ମା ସମସ୍ୟାରୁ କେତେକାଂଶରେ ଉପଶମ ମିଳିଥାଏ। ଏହା ମଧ୍ୟ ଓଜନକୁ ସନ୍ତୁଳିତ ରଖେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କୁ ADHD ରୁ ରକ୍ଷା କରିପାରେ ମା’ କ୍ଷୀର, ଜାଣନ୍ତୁ କଣ କହୁଛି ନୂଆ ଗବେଷଣା

ନୂଆଦିଲ୍ଲୀ,୩୦।୬ (ପି.ଟି.): ଆଜିକାଲି ଅନେକ କ୍ଷେତ୍ରରେ ବିଭିନ୍ନ କାରଣକୁ ନେଇ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ହ୍ରାସ ପାଉଥିବା ଦେଖାଯାଉଛି। କେତେକ ସ୍ଥଳରେ ମା’ର ସ୍ବାସ୍ଥ୍ୟଗତ କାରଣ ଏବଂ…

ଆଜିଠୁ ୪ ରାଶିର ଖୋଲୁଛି ଭାଗ୍ୟ! ବ୍ୟବସାୟ-ଇନକମ୍ ଏବଂ ଚାକିରି କ୍ଷେତ୍ରରେ ଡବଲ୍ ଲାଭ…

ହିନ୍ଦୁ ଧର୍ମ ଏବଂ ଜ୍ୟୋତିଷ ଶାସ୍ତ୍ରରେ ପୂର୍ଣ୍ଣିମାକୁ ଅତ୍ୟନ୍ତ ଶୁଭ ଭାବରେ ବର୍ଣ୍ଣନା କରାଯାଇଛି । ଏହା ସହିତ ଜ୍ୟେଷ୍ଠ ପୂର୍ଣ୍ଣିମାକୁ ଅତ୍ୟନ୍ତ ସ୍ବତନ୍ତ୍ର ଭାବରେ ବିବେଚନା…

ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବାର ସହଜ ଉପାୟ…

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଠିକ୍‌ ରହିବା ନିହାତି ଦରକାର। ନ ହେଲେ ଆମେ ରୋଗଗ୍ରସ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଛି। ତେବେ ଏହାକୁ ସନ୍ତୁଳିତ…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଇତିହାସରେ ଏଲ୍‌ ନିନୋ : ବିଗତ ୧୯୮୨-୮୩ ଏବଂ ୧୯୯୭-୯୮ ମସିହାର ଏଲ୍‌ ନିନୋଗୁଡ଼ିକ ବିଂଶ ଶତାବ୍ଦୀର ସବୁଠାରୁ ତୀବ୍ର ଘଟଣା ଥିଲା। ୧୯୮୨-୮୩ର ଘଟଣାଗୁଡ଼ିକ ସମୟରେ,…

ବ୍ରେନ୍‌ ଷ୍ଟ୍ରୋକ୍‌ରୁ ରକ୍ଷା ପାଇବାକୁ ହେଲେ…

ଆମ ଶରୀରରେ ସୁଗାର ପରିମାଣ ସନ୍ତୁଳିତ ରହିବା ନିହାତି ଦରକାର। ଏହାଦ୍ୱାରା ଆମେ ନିଜକୁ କେତେକ ସ୍ବାସ୍ଥ୍ୟ ସମସ୍ୟାଠାରୁ କେତେକାଂଶରେ ଦୂରେଇ ରଖିପାରିବା। ଯଦି ରକ୍ତରେ ସୁଗାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri