ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଯେଉଁଠି ମାଙ୍କଡ଼ କୁକୁର ସମ୍ପର୍କକୁ ଶତ୍ରୁତାର ସମ୍ପର୍କ କୁହାଯାଏ ସେଠାରେ ଏକ କୁକୁର ମାଙ୍କଡ଼କୁ କୋଳରେ ଧରି ଗେଲ କରୁଥିବା ଦୃଶ୍ୟ ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।
Kiss at the end 💕 pic.twitter.com/L29S5D0I7C
— Susanta Nanda IFS (@susantananda3) September 8, 2020