Posted inଖେଳ

ଏହି କ୍ରିକେଟରଙ୍କ ଗୋଟିଏ ଶର୍ଟରେ କଣା ହେଲା ବଲ୍‌: ମାତ୍ର ୩ ଓଭରରେ…

ପୁଣେ,୨୩।୩: ସ୍ଥାନୀୟ ମହାରାଷ୍ଟ୍ର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଥିବା ଭାରତ-ଇଂଲଣ୍ଡ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଭାରତୀୟ ଟିମ୍‌ ବ୍ୟାଟିଂ କରୁଥିବା ବେଳେ ମାତ୍ର ୧୬ ବଲ୍‌ ପରେ ଅମ୍ପାୟାର ବଲ୍‌ ପରିବର୍ତ୍ତନ କରିଥିଲେ। କାରଣ ଏହା ନଷ୍ଟ ହୋଇ ଯାଇଥିଲା। ଓପନର ଶିଖର ଧଓ୍ବନ୍‌ଙ୍କ ଏକ ଶର୍ଟ ପରେ ବଲ୍‌ରେ କଣା ହୋଇଯାଇଥିବା କୁହାଯାଉଛି।

ପ୍ରକାଶ ଯେ, ଇଂଲଣ୍ଡ ଟସ୍‌ ଜିତିବା ପରେ ଭାରତକୁ ବ୍ୟାଟିଂ ଲାଗି ଆମନ୍ତ୍ରିତ କରିଥିଲା। ଭାରତ ପକ୍ଷରୁ ରୋହିତ ଶର୍ମା ଏବଂ ଶିଖର ଧଓ୍ବନ ଓପନିଂ ଲାଗି ଆସିଥିଲେ। ଦଳ ପ୍ରଥମ ଦୁଇ ଓଭରରେ ୪ ରନ୍‌ କରିଥିଲା। ପରେ ମାର୍କ ଉଡ୍‌ଙ୍କ ତୃତୀୟ ଓଭରର ଚତୁର୍ଥ ବଲ୍‌ରେ ଧଓ୍ବନ୍‌ ଏକ ଭଲ ଶର୍ଟ ଖେଳିଥିଲେ। ଏହା ଚୌକା ହୋଇଥିଲା। ବଲଟି ଉଇକେଟକିପର ପାଖକୁ ଆସିବା ପରେ ଏହାର ଯାଞ୍ଚ କରାଯାଇଥିଲା। ଅମ୍ପାୟାର ବଲ୍‌ର ଅବସ୍ଥା ଦେଖି ନୂଆ ବଲ୍‌ ଆଣିବାକୁ ନିର୍ଦ୍ଦେଶ ଦେଇଥିଲେ। ତେବେ ବ୍ୟାଟ୍ସମ୍ୟାନ୍‌ମାନେ ଆକ୍ରାମକ ଶର୍ଟ ଖେଳି ନ ଥିଲେ ସୁଦ୍ଧା ବଲ୍‌ର ଏଭଳି ଅବସ୍ଥା ଅନେକଙ୍କୁ ଚକିତ କରିଥିଲା। ଏବେ ସୋସିଆଲ ମିଡିଆରେ ପ୍ରଶଂସକମାନେ ଘଟଣାକୁ ନେଇ ଚର୍ଚ୍ଚା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍‌ରେ କରନ୍ତୁ ରିସେଟ୍‌

ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…

ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍‌ ଅଟକି ରହିଲେ ମୋଦି, କାରଣ ଜାଣିଲେ…

ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…

କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…

କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…

ନିଶାଖୋର ପୁଅ ପାଇଁ ଆତ୍ମହତ୍ୟା କରିଦେଲେ ମା’-ବାପା! ଘର ଭିତରୁ ପୋଲିସ…

ପୁରୀ,୨୧ା୬(ଅଜିତ କୁମାର ମହାନ୍ତି): ପୁରୀ ତାଳବଣିଆ ଥାନା ଅନ୍ତର୍ଗତ ସେନାପତି ବଗିଚା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ରବିବାର ଦେଖିବାକୁ ମିଳିଛି। ଘର ଭିତରୁ ପୋଲିସ ଦମ୍ପତିଙ୍କ…

ନୂଆପଡ଼ାରେ ସକାଳୁ ସ୍କୁଲ ଆସିବେ ପିଲା

ନୂଆପଡ଼ା,୨୧ା୬(ମକାରୁ ବେମାଲ): ନୂଆପଡ଼ା ଜିଲାରେ ସକାଳୁଆ ସ୍କୁଲ ଅବଧି ବଢ଼ିଛି। ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ହେବାକୁ ଜିଲାପାଳ ନିଷ୍ପତ୍ତି ନେଇଛନ୍ତି। ହିଟ ଓ୍ବେଭ୍‌…

ଇପିଏଫ୍‌ଓ ୩.୦ରେ ବଡ଼ ପରିବର୍ତ୍ତନ! ଆଉ ୭୫% ନୁହେଁ, ଏଣିକି ବିନା କାରଣରେ ବି ଉଠାଇ ପାରିବେ ପୁରା PF ଟଙ୍କା

ନୂଆଦିଲ୍ଲୀ,୨୧।୬: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର ସଦସ୍ୟମାନଙ୍କ ପାଇଁ ‘EPFO 3.0’ ଅଧୀନରେ ଅନେକ ସହଜ ଓ ସୁବିଧାଜନକ ନିୟମ ଆଣିବାକୁ ଯାଉଛି। ଏହି…

ଗଞ୍ଜାମ କଲେଜରେ ଅନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri