ବିଜେଡି-ଭାଜପା ମିଶିକି ଅଛନ୍ତି, ଚିନ୍ତାଧାରା ବି ଗୋଟିଏ: ରାହୁଲ

ସିମୁଳିଆ,୩୦ା୫: ରାଜ୍ୟରେ ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ଗୁରୁବାର ସରୁଛି ପ୍ରଚାର। ଶେଷ ମୁହୂର୍ତ୍ତରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ ଯଥା ସମ୍ଭବ ଚେଷ୍ଟା କରୁଛନ୍ତି ବିଭିନ୍ନ ଦଳର ପ୍ରାର୍ଥୀ। ଏହି ପରିପ୍ରେକ୍ଷୀରେ ଆଜି ଓଡ଼ିଶା ଆସିଛନ୍ତି କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀ।

ବାଲେଶ୍ୱର ଜିଲାର ସିମୁଳିଆଠାରେ ଆୟୋଜିତ ଏକ ଜନସମାବେଶକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ରାହୁଲ କହିଛନ୍ତି, ଭାଜପା ସମ୍ବିଧାନକୁ ଶେଷ କରିବାକୁ ଚାହୁଁଛି। ଦୁନିଆର ଏପରି କୌଣସି ଶକ୍ତି ନାହିଁ, ଯାହା ସମ୍ବିଧାନକୁ ଶେଷ କରିଦେବ। ଭାଜପାର ଏତେ ଅହଂକାର ଯେ, ଜଗନ୍ନାଥଙ୍କୁ ଅପମାନ କରିଛି। ଏହାକୁ କେବେ ଭଗବାନ ବରଦାସ୍ତ କରିବେ ନାହିଁ। ରାହୁଲ ଆହୁରି ମଧ୍ୟ କହିଛନ୍ତି, ବିଜେଡି-ଭାଜପା ମିଶିକି ଅଛନ୍ତି। ସେମାନଙ୍କର ଚିନ୍ତାଧାରା ବି ଗୋଟିଏ। ରାହୁଲଙ୍କ ଏହି କଥା କେତେଦୂର ସତ ତାହା ରାଜନୈତିକ ମହଲରେ ତର୍ଜମା ଚାଲିଛି।

କଂଗ୍ରେସ କ୍ଷମତାକୁ ଆସିଲେ ଅଗ୍ନିବୀର ଯୋଜନାକୁ ରଦ୍ଦ କରିବ। ଏହା ସହିତ ରାଜ୍ୟର ୩୦ ଲକ୍ଷ ଯୁବବର୍ଗଙ୍କୁ ନିଯୁକ୍ତି ପ୍ରଦାନ କରାଯିବ।

ଜୁନ୍ ୪ରେ ଆମେ କ୍ଷମତାକୁ ଆସିଲେ ମହାଲକ୍ଷ୍ମୀ ଯୋଜନା ଆରମ୍ଭ କରିବୁ। ଜୁନ୍ ୫ରେ ମହିଳାଙ୍କ ବ୍ୟାଙ୍କ ଖାତାକୁ ୮,୫୦୦ଟଙ୍କା ପଠାଯିବ ବୋଲି ସେ କହିଛନ୍ତି। ଏହା ସହିତ ଚାଷୀଙ୍କ ଋଣ ଛାଡ କରାଯିବ। ମୁଁ ଭାଜପାବିରୋଧରେ ଲଢୁଛି ବୋଲି ମୋ ବିରୋଧରେ ୨୪ ମାମଲା ଜାରି ରହିଥିବା ରାହୁଲ କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ଶନିବାର ରାଜ୍ୟରେ ଶେଷ ପର୍ଯ୍ୟାୟ ମତଦାନ ହେବ । ଏହି ଦିନ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଲୋକ ସଭା ସିଟ୍‌ ଓ ୪୨ ବିଧାନସଭା ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟୁଜିଲ୍ୟାଣ୍ଡ ଗସ୍ତରେ ବଦଳିବେ ଟିମ୍ ଇଣ୍ଡିଆର କ୍ୟାପ୍ଟେନ, ଶୁଭମନ୍ ଗିଲ୍‌ଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୨୦ା୯: ଭାରତୀୟ କ୍ରିକେଟ୍ ଦଳ ବର୍ତ୍ତମାନ ଏସୀୟ କ୍ରୀଡ଼ା ପାଇଁ ଯାତ୍ରା କରୁଥିବା ବେଳେ, ଏହି ସମୟ ମଧ୍ୟରେ ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଏକ ଦିନିକିଆ (ODI) ସିରିଜ୍…

ଉଲ୍ଲାସ ପକ୍ଷରୁ ନିଆରା ପ୍ରୟାସ, ୧୮ ରୁ୬୦ ବର୍ଷର ଲୋକଙ୍କୁ ସାକ୍ଷାରତା କରିବ…

କେସିଙ୍ଗା,୨୦ା୯(ତୁମେଶ୍ୱର ସାହୁ): ସମଗ୍ର ରାଜ୍ୟରେ ୧୮ ରୁ ୬୦ବର୍ଷର ଲୋକଙ୍କୁ ସାକ୍ଷରତା କରିବା ପାଇଁ ଉଲ୍ଲାସ ପକ୍ଷରୁ ରବିବାର ପରୀକ୍ଷା ଅନୁଷ୍ଠିତ ହୋଇଛି । ଏହି ପରିପ୍ରେକ୍ଷୀରେ…

ଭଡ଼ାଘରେ ଚାଲିଥିଲା ଅନ୍‌ଲାଇନ୍‌ ବେଟିଂ କାରବାର, ଚଢ଼ାଉ କରି ୩ ଜଣଙ୍କୁ…

ଛତ୍ରପୁର,୨୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ସାଇବର ପୋଲିସ ଏକ ଅନଲାଇନ୍‌ ବେଟିଂ ଆପ୍‌ ଠକେଇ ନେଟ୍‌ଓ୍ବର୍କର ପର୍ଦ୍ଦାଫାଶ କରି ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ…

୮୫ ବର୍ଷରେ MA ପାସ୍‌ କଲେ ଲାଲ ଚାନ୍ଦ; ଏବେ PhD ପାଇଁ ପ୍ରସ୍ତୁତି, କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୨୦ା୯: କୁହାଯାଏ, ପାଠପଢ଼ା ପାଇଁ ବୟସ କେବେ ବି ବାଧା ହୋଇପାରେ ନାହିଁ। ମନରେ ଦୃଢ଼ ଇଚ୍ଛା ଥିଲେ ଯେକୌଣସି ବୟସରେ ଲକ୍ଷ୍ୟ ହାସଲ କରିହୁଏ ।…

ଲଘୁଚାପକୁ ନେଇ ବଡ଼ ଅପଡେଟ୍‌: ମତ୍ସ୍ୟଜୀବୀଙ୍କୁ ଏଭଳି ପରାମର୍ଶ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୨୦ା୯: ଭୁବନେଶ୍ୱର,୨୦ା୯: ଉତ୍ତର ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଶନିବାର ସାନ୍ଧ୍ୟାରେ ଲଘୁଚାପର ରୂପ ନେଇଛି। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ…

ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ଦାରିଙ୍ଗବାଡ଼ିରେ ଭୂମି ପୂଜନ ସହ ଶୁଭଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦୁର୍ଗାମଣ୍ଡପଠାରେ ରବିବାର ଚଳିତ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ଅବସରରେ ଭୂମି ପୂଜନ, ନାଗ ପୂଜନ, ବରୁଣ…

ଚାରି ଦିଗରୁ ବର୍ଷିବ ଟଙ୍କା! ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ୬ଟି ରାଶି ଉପରେ ହେବ ଧନବର୍ଷା, ଖୋଲିବ ନୂଆ ସୁଯୋଗର…

୨୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୩ ମିନିଟ୍‌ରେ ଦେବଗୁରୁ ବୃହସ୍ପତି(ଗୁରୁ) କର୍କଟ ରାଶିରେ ଥାଇ ଅଶ୍ଳେଷା ନକ୍ଷତ୍ରର ତୃତୀୟ ପଦକୁ ଗୋଚର କରିଛନ୍ତି। ସେ ଅକ୍ଟୋବର…

କ୍ୟାଟ୍ରିନାଙ୍କ ସମର୍ଥନରେ ସଲମାନ, ବିକିଙ୍କ ନିରବତାକୁ ନେଇ ପ୍ରଶ୍ନ; ଭାଇଜାନ୍‌ଙ୍କଠାରୁ ଶିଖ…

ମୁମ୍ବାଇ,୨୦ା୯: ଗଣେଶ ଚତୁର୍ଥୀ ଅବସରରେ ସ୍ୱାମୀ ବିକି କୌଶଲଙ୍କ ସହ ନଜର ଆସିଥିଲେ ଅଭିନେତ୍ରୀ କ୍ୟାଟ୍ରିନା କୈଫ । ଏହା ପରେ ସୋସିଆଲ ମିଡିଆର କିଛି ପେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?