ବିଜେଡି ନେତାଙ୍କୁ ଗାଡ଼ି ଚଢ଼ାଇ ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଖମ୍ବାରିଗାଁ ପଞ୍ଚାୟତର ବିଜେଡି ଯୁବନେତା ତଥା ପୂର୍ବତନ ବ୍ଲକ ଯୁବ ସଭାପତି ଲଳିତ ମୋହନ ମହାପାତ୍ରଙ୍କୁ ଗାଡ଼ି ଚଢ଼ାଇ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକଙ୍କ ଭାଇ ରଜତ ମହାପାତ୍ର ବୁଧବାର କେ.ନୂଆଗାଁ ଥାନାରେ ଏତଲା ଦେଇଛନ୍ତି। ପୋଲିସ ନଂ.୨୧୧/୨୩ରେ ହତ୍ୟା ମାମଲା ରୁଜୁ କରିଛି। ଏଥିସହିତ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ମୃତଦେହ ଜବତ କରି ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ବ୍ରହ୍ମପୁର ଏସ୍‌ପି ଶ୍ରବଣ ବିବେକ ଏମ୍‌ଙ୍କ ସହ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସରଜମିନ ତଦନ୍ତ କରି ଫେରିଛନ୍ତି। ଲଳିତଙ୍କ ବୁଲେଟ୍‌ ମୋଟରସାଇକେଲକୁ ପୋଲିସ ଜବତ କରିଛି। ଏହି ଘଟଣାକୁ ନେଇ ଖମ୍ବାରି ଗାଁରେ ଚାପା ଉତ୍ତେଜନା ଲାଗି ରହିଛି। ପରିସ୍ଥିତି ନିୟନ୍ତ୍ରଣାଧୀନ ଥିବା କେ.ନୂଆଗାଁ ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri