ବିଜେଡିର ରଣନୀତି ପ୍ରସ୍ତୁତି

ବ୍ରଜରାଜନଗର,୮ା୪ (ଡି.ଏନ.ଏ.): ଝାରସୁଗୁଡାର ଏକ ହୋଟେଲରେ ଶୁକ୍ରବାର ଦଳୀୟ କର୍ମକର୍ତ୍ତାଙ୍କୁ ନେଇ ବିଜେଡି ପକ୍ଷରୁ ଏକ ରୁଦ୍ଧଦ୍ୱାର ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଜିଲା ପର୍ଯ୍ୟବେକ୍ଷକ ସାରଦା ନାୟକ, ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ, ଉପସଭାପତି ଦେବୀପ୍ରସାଦ ମିଶ୍ର, ଝାରସୁଗୁଡା ଉପନିର୍ବାଚନ ଲାଗି ପ୍ରାର୍ଥୀ ହୋଇଥିବା ଦୀପାଳି ଦାସ ପ୍ରମୁଖ ଯୋଗଦେଇ ଦଳର ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ଜିଲାର ଲଇକେରା, କୋଲାବିରା, କିର୍ମିରା ଓ ଝାରସୁଗୁଡା ବ୍ଲକର ଅଧ୍ୟକ୍ଷ, ଉପାଧ୍ୟକ୍ଷ, ୱାର୍ଡମେମ୍ବର, ବ୍ରଜରାଜନଗର, ବେଲପାହାଡ଼ ଅଞ୍ଚଳର ଅଧ୍ୟକ୍ଷଙ୍କୁ ଡକାଯାଇ ସେମାନଙ୍କ ମତାମତ ନିଆଯାଇଥିଲା। ବିଶେଷକରି ସ୍ବର୍ଗତ ନବ ଦାସ ଓ କିଶୋର ମହାନ୍ତିଙ୍କ ଯେଉଁ ଗୋଷ୍ଠୀ ସବୁ ରହିଛି ସମସ୍ତଙ୍କୁ ଗୋଟିଏ ଛାତ ତଳେ ବସାଇ ଦଳ ପାଇଁ କାର୍ଯ୍ୟ କରିବା ଉପରେ ଦଳୀୟ ପଦାଧିକାରୀ ଗୁରୁତ୍ୱ ଦେଇଥିଲେ। ନାମାଙ୍କନପତ୍ର ଦାଖଲ ପୂର୍ବରୁ ପ୍ରତ୍ୟେକ ପଞ୍ଚାୟତରେ ସଭା କରି କର୍ମୀମାନଙ୍କୁ ଏକତ୍ରିତ କରାଇବା ପାଇଁ ନିର୍ବାଚିତ ପ୍ରତିନିଧିଙ୍କୁ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଭେନ୍ସା ବିଶ୍ବବିଦ୍ୟାଳୟ ବିବାଦ; ସମୂହ ଛୁଟିରେ ଗଲେ ଅଧ୍ୟାପକ

କଟକ,୨୮।୮(ପ୍ରଭୁକଲ୍ୟାଣ ପାଲ): ସମୁହ ଛୁଟିରେ ଗଲେ ରେଭେନ୍ସା ଅଧ୍ୟାପିକା ଓ ଅଧ୍ୟାପକ । ଏହାସହ କୁଳପତିଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି । ରେଭେନ୍ସା ୟୁନିଭରସିଟି ଟିଚର୍ସ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଥରିଲା ଚାଇନା: ଭୟରେ ଲୋକେ ଦୌଡ଼ିଲେ

ବେଜିଂ,୨୮।୭: ଦକ୍ଷିଣ-ପଶ୍ଚିମ ଚାଇନାର ସିଚୁଆନ ପ୍ରଦେଶରେ ପ୍ରବଳ ଭୂକମ୍ପ ଅନୁଭୂତ ହୋଇଛି। ଚାଇନା ଭୂକମ୍ପ ନେଟୱାର୍କସ ସେଣ୍ଟର (CENC) ଅନୁଯାୟୀ, ଲଙ୍ଗଚାଙ୍ଗ ସହରରେ ୫.୧ ତୀବ୍ରତାର ଭୂକମ୍ପ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର…

ମୋହନ ଭାଗବତଙ୍କ ଭିଜା ରଦ୍ଦ ପାଇଁ ୟୁଏସ୍‌ସିଆଇଆର୍‌ଏଫ୍‌ର ଦାବି

ଓ୍ବାଶିଂଟନ,୨୮।୮(ପି.ଟି.): ନ୍ୟୁୟର୍କକୁ ୩ ଦିନିଆ ଗସ୍ତରେ ଯାଇଥିବା ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତଙ୍କ ଭିଜା ରଦ୍ଦ କରିବାକୁ ଆମେରିକାର ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

ସେପ୍ଟେମ୍ବର ୧ରୁ ଲାଗୁ ହେବ ନୂଆ ନିୟମ: ଗ୍ରାହକଙ୍କ ସୁବିଧା ପାଇଁ …

ଚେନ୍ନାଇ,୨୮।୮: ତାମିଲନାଡୁରେ ମଦର ଖୁଚୁରା ବିକ୍ରି ଉପରେ ସରକାରୀ ଏକାଧିକାର ରଖୁଥିବା ସଂସ୍ଥା TASMAC ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ଆସନ୍ତା ସେପ୍ଟେମ୍ବର ୧ ତାରିଖରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri