Posted inଖେଳ

କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍‌ ଓ୍ବିଲିୟମସନ୍‌ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ପଡ଼ିଆକୁ ଓହ୍ଲାଇବା ସହ ବେଶ୍‌ ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛନ୍ତି।

ଓ୍ବାଟଲିଂ ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ କ୍ୟାଚ୍‌ ନେଇଥିବା ଦୁନିଆର ୭ମ ଉଇକେଟକିପର ପାଲଟିଛନ୍ତି। ଭାରତର ଦ୍ୱିତୀୟ ସେସନରେ ରବିନ୍ଦ୍ର ଜାଡେଜାଙ୍କ କ୍ୟାଚ୍‌ ନେଇ ସେ ଏହି ଉପଲବ୍ଧି ହାସଲ କରିଥିଲେ।

ଓ୍ବାଟଲିଂ ନ୍ୟୁଜିଲାଣ୍ଡ ପକ୍ଷରୁ ୭୫ ଟେଷ୍ଟର ୧୨୭ ପାଳିରେ ଉଇକେଟକିପିଂ କରିଥିବା ବେଳେ ୨୫୭ କ୍ୟାଚ୍‌ ଧରିଛନ୍ତି। ଅପରପକ୍ଷେ ଧୋନୀ ୯୦ ମ୍ୟାଚ୍‌ରେ ୨୫୬ କ୍ୟାଚ୍‌ ଧରିଥିଲେ। ମୋଟାମୋଟି ଦେଖିଲେ ଦକ୍ଷିଣ ଆଫ୍ରିକାର ପୂର୍ବ ଉଇକେଟକିପର ତଥା ବର୍ତ୍ତମାନର ପ୍ରମୁଖ କୋଚ୍‌ ମାର୍କ ବାଉଚର ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ କ୍ୟାଚ୍‌ ଧରିଥିବା ଉଇକେଟକିପର ରହିଛନ୍ତି। ସେ ୧୪୭ ଟେଷ୍ଟର ୨୮୧ ପାଳିରେ ୫୩୨ କ୍ୟାଚ୍‌ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri