Posted inଖେଳ

କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍‌ ଓ୍ବିଲିୟମସନ୍‌ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍‌ ଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ପଡ଼ିଆକୁ ଓହ୍ଲାଇବା ସହ ବେଶ୍‌ ଉଲ୍ଲେଖନୀୟ ପ୍ରଦର୍ଶନ କରି ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ରେକର୍ଡ ଭାଙ୍ଗିବାରେ ସଫଳ ହୋଇଛନ୍ତି।

ଓ୍ବାଟଲିଂ ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ କ୍ୟାଚ୍‌ ନେଇଥିବା ଦୁନିଆର ୭ମ ଉଇକେଟକିପର ପାଲଟିଛନ୍ତି। ଭାରତର ଦ୍ୱିତୀୟ ସେସନରେ ରବିନ୍ଦ୍ର ଜାଡେଜାଙ୍କ କ୍ୟାଚ୍‌ ନେଇ ସେ ଏହି ଉପଲବ୍ଧି ହାସଲ କରିଥିଲେ।

ଓ୍ବାଟଲିଂ ନ୍ୟୁଜିଲାଣ୍ଡ ପକ୍ଷରୁ ୭୫ ଟେଷ୍ଟର ୧୨୭ ପାଳିରେ ଉଇକେଟକିପିଂ କରିଥିବା ବେଳେ ୨୫୭ କ୍ୟାଚ୍‌ ଧରିଛନ୍ତି। ଅପରପକ୍ଷେ ଧୋନୀ ୯୦ ମ୍ୟାଚ୍‌ରେ ୨୫୬ କ୍ୟାଚ୍‌ ଧରିଥିଲେ। ମୋଟାମୋଟି ଦେଖିଲେ ଦକ୍ଷିଣ ଆଫ୍ରିକାର ପୂର୍ବ ଉଇକେଟକିପର ତଥା ବର୍ତ୍ତମାନର ପ୍ରମୁଖ କୋଚ୍‌ ମାର୍କ ବାଉଚର ଟେଷ୍ଟ କ୍ରିକେଟରେ ସବୁଠାରୁ ଅଧିକ କ୍ୟାଚ୍‌ ଧରିଥିବା ଉଇକେଟକିପର ରହିଛନ୍ତି। ସେ ୧୪୭ ଟେଷ୍ଟର ୨୮୧ ପାଳିରେ ୫୩୨ କ୍ୟାଚ୍‌ ଧରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri