Posted inଖେଳ

ଅବସର ନେବେ ବିଜେ ଓ୍ବାଟଲିଂ

ଓ୍ବେଲିଂଟନ,୧୩।୫(ଏପି): ନ୍ୟୁଜିଲାଣ୍ଡ ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂ ଅବସର ନେବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ମାସରେ ଇଂଲଣ୍ଡର ସାଉଥାମ୍ପଟନଠାରେ ଆୟୋଜନ ହେବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପରେ ସେ ସବୁପ୍ରକାର କ୍ରିକେଟରୁ ଅବସର ଘୋଷଣା କରିବେ ବୋଲି କହିଛନ୍ତି।
ଆଗାମୀ ସେସନ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ ୨୦ ଜଣିଆ ଚୁକ୍ତିବଦ୍ଧ ଖେଳାଳିଙ୍କ ତାଲିକା ପ୍ରକାଶ କରିବା ପରେ ଦକ୍ଷିଣ ଆଫ୍ରିକା ଜନ୍ମିତ ଓ୍ବାଟଲିଂ ଏହି ଗୁରୁତ୍ୱପୂର୍ଣ୍ଣ କଥା ଘୋଷଣା କରିଛନ୍ତି। ଟେଷ୍ଟ ଫର୍ମାଟ୍‌ରେ ନ୍ୟୁଜିଲାଣ୍ଡ ଭଲ ଉନ୍ନତି କରିଛି ଓ ଏଥିରେ ଓ୍ବାଟଲିଂଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଆସିଛି। ୨୦୦୯ରେ ସେ ଓପନିଂ ବ୍ୟାଟ୍ସମ୍ୟାନ ଓ ଜଣେ ପାର୍ଟଟାଇମ୍‌ ଉଇକେଟକିପର ଭାବେ କ୍ୟାରିୟର ଆରମ୍ଭ କରିଥିଲେ। ତେବେ ୨୦୧୩ରେ ବ୍ରେଣ୍ଡନ ମ୍ୟାକଲମ ଅବସର ନେବା ପରେ ସେ ଟେଷ୍ଟରେ ମୁଖ୍ୟ ଉଇକେଟକିପର ଭାବେ ଦାୟିତ୍ୱ ନିର୍ବାହ କରିଥିଲେ। ସେବେଠାରୁ ସେ ନ୍ୟୁଜିଲାଣ୍ଡ ଦଳର ନିୟମିତ ସଦସ୍ୟ ରହିଆସିଥିଲେ। ୭୩ଟି ଟେଷ୍ଟ ଖେଳି ସେ ୩୮.୧୧ ରନ ହାରରେ ୩,୭୭୩ ରନ ସଂଗ୍ରହ କରିଥିଲେ ଓ ୮ଟି ଶତକ ସହ ୧୯ଟି ଅର୍ଦ୍ଧଶତକ ଅର୍ଜନ କରିଥିଲେ। ନ୍ୟୁଜିଲାଣ୍ଡର ୨୫୭ଟି ଉଇକେଟକିପିଂ ଡିସ୍‌ମିସାଲ ରେକର୍ଡରେ ତାଙ୍କର ଭୂମିକା ରହିଥିଲା। ଏଥିରେ ୨୪୯ଟି କ୍ୟାଚ୍‌ ସାମିଲ ରହିଥିଲା। ତେବେ ସୀମିତ ଓଭର କ୍ରିକେଟରେ ସେ ସେତେଟା ସକ୍ରିୟ ନ ଥିଲେ। କ୍ୟାରିୟରରେ ସେ ମାତ୍ର ୨୮ଟି ଦିନିକିଆ ଓ ୫ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

୨ ଭାରତୀୟ ଖେଳାଳିଙ୍କ ମଧ୍ୟରେ ଯୁଦ୍ଧ ସୃଷ୍ଟି କଲା ICC, ବୁମ୍‌ରାଙ୍କୁ ଚ୍ୟାଲେଞ୍ଜ କଲେ ଟିମ ଇଣ୍ଡିଆର ଏହି ଖେଳାଳି!

ନୂଆଦିଲ୍ଲୀ,୬।୪: ମାର୍ଚ୍ଚ ମାସ ପାଇଁ ପ୍ଲେୟାର ଅଫ ଦ ମନ୍ଥ ପାଇଁ ଆଇସିସି ମନୋନୀତ ବ୍ୟକ୍ତିଙ୍କ ନାମ ଘୋଷଣା କରିଛି। ସବୁଦିନ ପରି, ଆଇସିସି ଏହି ପୁରସ୍କାର…

ଧମାକାଦାର ଇନିଂସ ସହିତ ରେକର୍ଡ କଲେ ସରଫରାଜ

ନୂଆଦିଲ୍ଲୀ,୬।୪: ଇଣ୍ଡିଆନ ପ୍ରିମିୟର ଲିଗ ର 2026 ସଂସ୍କରଣରେ, ଚେନ୍ନାଇ ସୁପର କିଙ୍ଗସ ଲଗାତାର ତିନୋଟି ପରାଜୟ ବରଣ କରିଛି। ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଥିବା ଏକ…

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

IPLରେ ଇତିହାସ ରଚିଲେ ମହମ୍ମଦ ଶାମି, ୪ ଓଭରରେ…

ନୂଆଦିଲ୍ଲୀ,୫।୪: ମହମ୍ମଦ ଶାମି ୨୦୨୬ IPL ସିଜିନରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ପାଇଁ ଖେଳୁଛନ୍ତି। ବର୍ତ୍ତମାନ ଟୁର୍ଣ୍ଣାମେଣ୍ଟର ୧୦ମ ଲିଗ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri