ବିଜେଡି କର୍ମୀଙ୍କୁ ହତ୍ୟା

ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଗଁାର ପ୍ରତାପ ଚନ୍ଦ୍ର ରାଉତ। ଭାଜପା କର୍ମୀଙ୍କ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ମୃତକଙ୍କ ଭାଇ କେଶବ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ.୭୭/୨୨) ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ପ୍ରତାପ ରାତିରେ ଘରକୁ ଫେରୁଥିବା ବେଳେ କେତେ ଜଣ ଭାଜପା କର୍ମୀ ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ଭାଇ କେଶବ ଏହାକୁ ବିରୋଧ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଗୁରୁତର ଅବସ୍ଥାରେ ପ୍ରତାପଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ମଙ୍ଗଳବାର ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇ ଘଟଣାରେ ଭାଜପା ନେତା ମନମୋହନ ସାମଲଙ୍କ ସମ୍ପୃକ୍ତି ଥିବା କୁହାଯାଇଛି। ଏଥିସହ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଅପରପକ୍ଷରେ ଭାଜପା ମଧ୍ୟ ଏକ ଖବରଦାତା ସମ୍ମିଳନୀ ଡାକି ବିଜେଡିର ଅଭିଯୋଗକୁ ଖଣ୍ଡନ କରିଛି।
ବିଜେଡି ଖବରଦାତା ସମ୍ମିଳନୀରେ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବ୍ୟୋମକେଶ ରାୟ, ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲା ବିଜେଡିି ପର୍ଯ୍ୟବେକ୍ଷକ ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଜିଲା ବିଜେଡିି ସଭାପତି ଜଗନ୍ନାଥ ଦାସ, ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ ପ୍ରମୁଖ ଉପସ୍ଥିତ ରହି ବିଜେଡିି କର୍ମୀଙ୍କୁ ହତ୍ୟା ଘଟଣାର ତୀବ୍ର ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ଭାଜପା ଖବରଦାତା ସମ୍ମିଳନୀରେ ବିଧାୟକ ବିଷ୍ଣୁ ସେଠୀ, ଭାଜପା କର୍ମୀ ମନୋଜ ମଲ୍ଲିକ, ସୂର୍ଯ୍ୟବଂଶୀ ସୂରଜ, ଅରବିନ୍ଦ ପତି, କୈଳାସ ମହାପାତ୍ର, ବିଜୁ ରାମ ପ୍ରମୁଖ ଉପସ୍ଥିତ ରହି ଘଟଣାସ୍ଥଳର ସିସିଟିଭି ଓ ଅଭିଯୁକ୍ତମାନଙ୍କ ସିଡିଆର୍‌ ଯାଞ୍ଚ କରି ପଦକ୍ଷେପ ନେବା ପାଇଁ ଦାବି କରିଛନ୍ତି। ଭାଜପା ନେତା ମନମୋହନ ସାମଲ ଘଟଣାକୁ ରାଜନୈତିକ ଷଡ଼ଯନ୍ତ୍ର ବୋଲି କହିବା ସହ ତାଙ୍କ ସମ୍ପୃକ୍ତିକୁ ଖଣ୍ଡନ କରିଛନ୍ତି। ପୋଲିସ ତଦନ୍ତ କରୁ, ଆପେ ଜାଣିପାରିବ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ଥାନାଧିକାରୀ ଶ୍ରୀବଲ୍ଲଭ ସାହୁ କହିଛନ୍ତି। ରିପୋର୍ଟ ଲେଖା ସୁଦ୍ଧା କାହାରିକୁ ଗିରଫ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri