ବିଜେଡି କର୍ମୀଙ୍କୁ ହତ୍ୟା

ଭଦ୍ରକ ଅଫିସ/ଧାମନଗର, ୨୩ା୨(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକରେ ପଞ୍ଚାୟତ ନିର୍ବାଚନ ନେଇ ରାଜନୈତିକ ହିଂସା ଉଗ୍ରରୂପ ଧାରଣ କରିଛି। ସୋମବାର ରାତିରେ ଜଣେ ବିଜେଡି କର୍ମୀଙ୍କୁ ପିଟି ପିଟି ହତ୍ୟା କରାଯାଇଛି। ମୃତକ ହେଲେ ଧାମନଗର ଥାନା ଦଳାଙ୍ଗ ପଞ୍ଚାୟତ ଜାହାଙ୍ଗୀର ଗଁାର ପ୍ରତାପ ଚନ୍ଦ୍ର ରାଉତ। ଭାଜପା କର୍ମୀଙ୍କ ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଥିବା ମୃତକଙ୍କ ଭାଇ କେଶବ ଥାନାରେ ଅଭିଯୋଗ କରିଛନ୍ତି। ଏନେଇ ପୋଲିସ ଏକ ମାମଲା (ନଂ.୭୭/୨୨) ରୁଜୁ କରି ତଦନ୍ତ ଚଳାଇଛି।
ସୂଚନା ଅନୁଯାୟୀ, ପ୍ରତାପ ରାତିରେ ଘରକୁ ଫେରୁଥିବା ବେଳେ କେତେ ଜଣ ଭାଜପା କର୍ମୀ ତାଙ୍କୁ ଆକ୍ରମଣ କରିଥିଲେ। ତାଙ୍କ ଭାଇ କେଶବ ଏହାକୁ ବିରୋଧ କରିବାରୁ ତାଙ୍କୁ ମଧ୍ୟ ମାଡ଼ ମରାଯାଇଥିଲା। ଗୁରୁତର ଅବସ୍ଥାରେ ପ୍ରତାପଙ୍କୁ ଧାମନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନିଆଯାଇଥିବା ବେଳେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ସଂକ୍ରାନ୍ତରେ ମଙ୍ଗଳବାର ବିଜେଡି ପକ୍ଷରୁ ଏକ ଖବରଦାତା ସମ୍ମିଳନୀ କରାଯାଇ ଘଟଣାରେ ଭାଜପା ନେତା ମନମୋହନ ସାମଲଙ୍କ ସମ୍ପୃକ୍ତି ଥିବା କୁହାଯାଇଛି। ଏଥିସହ ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଅପରପକ୍ଷରେ ଭାଜପା ମଧ୍ୟ ଏକ ଖବରଦାତା ସମ୍ମିଳନୀ ଡାକି ବିଜେଡିର ଅଭିଯୋଗକୁ ଖଣ୍ଡନ କରିଛି।
ବିଜେଡି ଖବରଦାତା ସମ୍ମିଳନୀରେ ଜିଲା ଯୋଜନା ବୋର୍ଡ ଅଧ୍ୟକ୍ଷ ବ୍ୟୋମକେଶ ରାୟ, ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ, ଜିଲା ବିଜେଡିି ପର୍ଯ୍ୟବେକ୍ଷକ ତଥା ଧର୍ମଶାଳା ବିଧାୟକ ପ୍ରଣବ ବଳବନ୍ତରାୟ, ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ, ଜିଲା ବିଜେଡିି ସଭାପତି ଜଗନ୍ନାଥ ଦାସ, ଧାମନଗର ବ୍ଲକ ଅଧ୍ୟକ୍ଷ ଅଶୋକ ନାୟକ ପ୍ରମୁଖ ଉପସ୍ଥିତ ରହି ବିଜେଡିି କର୍ମୀଙ୍କୁ ହତ୍ୟା ଘଟଣାର ତୀବ୍ର ନିନ୍ଦା କରିବା ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ସେହିପରି ଭାଜପା ଖବରଦାତା ସମ୍ମିଳନୀରେ ବିଧାୟକ ବିଷ୍ଣୁ ସେଠୀ, ଭାଜପା କର୍ମୀ ମନୋଜ ମଲ୍ଲିକ, ସୂର୍ଯ୍ୟବଂଶୀ ସୂରଜ, ଅରବିନ୍ଦ ପତି, କୈଳାସ ମହାପାତ୍ର, ବିଜୁ ରାମ ପ୍ରମୁଖ ଉପସ୍ଥିତ ରହି ଘଟଣାସ୍ଥଳର ସିସିଟିଭି ଓ ଅଭିଯୁକ୍ତମାନଙ୍କ ସିଡିଆର୍‌ ଯାଞ୍ଚ କରି ପଦକ୍ଷେପ ନେବା ପାଇଁ ଦାବି କରିଛନ୍ତି। ଭାଜପା ନେତା ମନମୋହନ ସାମଲ ଘଟଣାକୁ ରାଜନୈତିକ ଷଡ଼ଯନ୍ତ୍ର ବୋଲି କହିବା ସହ ତାଙ୍କ ସମ୍ପୃକ୍ତିକୁ ଖଣ୍ଡନ କରିଛନ୍ତି। ପୋଲିସ ତଦନ୍ତ କରୁ, ଆପେ ଜାଣିପାରିବ ବୋଲି ସେ ପ୍ରତିକ୍ରିୟା ରଖିଛନ୍ତି। ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପଦକ୍ଷେପ ନିଆଯିବ ବୋଲି ଥାନାଧିକାରୀ ଶ୍ରୀବଲ୍ଲଭ ସାହୁ କହିଛନ୍ତି। ରିପୋର୍ଟ ଲେଖା ସୁଦ୍ଧା କାହାରିକୁ ଗିରଫ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri