ପୋଲିସ ହାତରୁ ଦୁଇ ଯୁବକଙ୍କୁ ଛଡ଼ାଇନେଲେ ବିଜେଡି କର୍ମୀ

ସଜନାଗଡ଼,୨୧।୨(ଡି.ଏନ୍‌.ଏ): ପୁଣି ଜଣେ ଖବରଦାତା ଆକ୍ରମଣର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଖବରଦାତା ଜଣକ ଫଟୋ ଉଠାଉଥିବା ବେଳେ ତାଙ୍କୁ ମାଡ଼ ମରାଯାଇ ହତ୍ୟା ଧମକ ଦିଆଯାଇଛି। ଖବରଦାତା ଆହତ ହୋଇ ନୀଳଗିରି ମେଡିକାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଆଣୁଥିବା ବେଳେ କିଛି ବିଜେଡି କର୍ମୀ ପୋଲିସକୁ ଅଟକାଇ ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଥିବା ଜଣାପଡିଛି। ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଏହି ଘଟଣାକୁ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଇଛି।
ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀ ୨ ନମ୍ବର ଜୋନର କାନପୁରଠାରେ ରବିବାର ସନ୍ଧ୍ୟାରେ ବିଜେଡି ପକ୍ଷରୁ ପ୍ରଚାର କରାଯାଉଥିଲା। ସା ୭ଟା ପରେ ନିର୍ବାଚନ ପ୍ରଚାର ନିୟମ ଉଲ୍ଲଙ୍ଘନ ହେଉଥିବା ଜାଣି ଖବରଦାତା ଲେଲିନ କୁମାର ଦେ ଫଟୋ ଉତ୍ତୋଳନ କରିବାକୁ ଯାଇଥିଲେ। ସେତିକିବେଳେ ପ୍ରଚାର ଗାଡି ପଛରେ ଥିବା ବିଜେଡି କର୍ମୀ ତାଙ୍କୁ ଆକ୍ରମଣ କରିବା ସହ ଗାଳିଗୁଲଜ କରିଥିଲେ । ଏଥିସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ଖବରଦାତା ଲେଲିନ ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୮୬/୨୦୨୨) ରୁଜୁ କରିଛି।
ଏହି ପରିପ୍ରେକ୍ଷୀରେ ସୋମବାର ନୀଳଗିରି ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହ ଦୁଇ ଅଭିଯୁକ୍ତଙ୍କୁ ଧରିଥିଲା। ଏହା ଜାଣି ପାରି କିଛି ବିଜେଡି କର୍ମୀ ଘଟଣା ସ୍ଥଳରେ ପହଞ୍ଚି ପୋଲିସ ଗାଡିକୁ ଅଟକାଇଥିଲେ। ପରେ ପୋଲିସ ହାତରୁ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଛଡାଇ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri