ପୋଲିସ ହାତରୁ ଦୁଇ ଯୁବକଙ୍କୁ ଛଡ଼ାଇନେଲେ ବିଜେଡି କର୍ମୀ

ସଜନାଗଡ଼,୨୧।୨(ଡି.ଏନ୍‌.ଏ): ପୁଣି ଜଣେ ଖବରଦାତା ଆକ୍ରମଣର ଶିକାର ହୋଇଛନ୍ତି। ନିର୍ବାଚନ ପ୍ରଚାର ସମୟରେ ଖବରଦାତା ଜଣକ ଫଟୋ ଉଠାଉଥିବା ବେଳେ ତାଙ୍କୁ ମାଡ଼ ମରାଯାଇ ହତ୍ୟା ଧମକ ଦିଆଯାଇଛି। ଖବରଦାତା ଆହତ ହୋଇ ନୀଳଗିରି ମେଡିକାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଆଣୁଥିବା ବେଳେ କିଛି ବିଜେଡି କର୍ମୀ ପୋଲିସକୁ ଅଟକାଇ ଅଭିଯୁକ୍ତଙ୍କୁ ଛଡ଼ାଇ ନେଇଥିବା ଜଣାପଡିଛି। ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତି ଦେଖାଦେଇଛି। ଏହି ଘଟଣାକୁ ବୁଦ୍ଧିଜୀବୀ ମହଲରେ ନିନ୍ଦା କରାଯାଇଛି।
ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ନୀଳଗିରି ନିର୍ବାଚନମଣ୍ଡଳୀ ୨ ନମ୍ବର ଜୋନର କାନପୁରଠାରେ ରବିବାର ସନ୍ଧ୍ୟାରେ ବିଜେଡି ପକ୍ଷରୁ ପ୍ରଚାର କରାଯାଉଥିଲା। ସା ୭ଟା ପରେ ନିର୍ବାଚନ ପ୍ରଚାର ନିୟମ ଉଲ୍ଲଙ୍ଘନ ହେଉଥିବା ଜାଣି ଖବରଦାତା ଲେଲିନ କୁମାର ଦେ ଫଟୋ ଉତ୍ତୋଳନ କରିବାକୁ ଯାଇଥିଲେ। ସେତିକିବେଳେ ପ୍ରଚାର ଗାଡି ପଛରେ ଥିବା ବିଜେଡି କର୍ମୀ ତାଙ୍କୁ ଆକ୍ରମଣ କରିବା ସହ ଗାଳିଗୁଲଜ କରିଥିଲେ । ଏଥିସହ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ଏନେଇ ଖବରଦାତା ଲେଲିନ ନୀଳଗିରି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୮୬/୨୦୨୨) ରୁଜୁ କରିଛି।
ଏହି ପରିପ୍ରେକ୍ଷୀରେ ସୋମବାର ନୀଳଗିରି ପୋଲିସ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ସହ ଦୁଇ ଅଭିଯୁକ୍ତଙ୍କୁ ଧରିଥିଲା। ଏହା ଜାଣି ପାରି କିଛି ବିଜେଡି କର୍ମୀ ଘଟଣା ସ୍ଥଳରେ ପହଞ୍ଚି ପୋଲିସ ଗାଡିକୁ ଅଟକାଇଥିଲେ। ପରେ ପୋଲିସ ହାତରୁ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଛଡାଇ ନେଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମଏମଡିଆର୍‌ ଆଇନ ପ୍ରତ୍ୟାହାର ଦାବିରେ ଗର୍ଜିଲା ବିଜେଡି: ୧୦ ହଜାରରୁ ଊର୍ଦ୍ଧ୍ୱ ବିଜେଡି କର୍ମୀ କଲେ ବିଶାଳ ପ୍ରତିବାଦ

କେସିଙ୍ଗା, ୨୯।୯(ତୁମେଶ୍ୱର ସାହୁ):ଏମଏମଡିଆର୍‌ ଆଇନର ପ୍ରତିବାଦ ଓ ଏହାକୁ ପ୍ରତ୍ୟାହାର ଦାବିରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଭୁବନେଶ୍ୱରଠାରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜିତ…

ରୋହିତ,ସେହୱାଗ, ଇଶାନଙ୍କୁ ପଛରେ ପକାଇଲେ କୋହଲି, ନିଜ ନାଁରେ କଲେ ଅନନ୍ୟ ରେକର୍ଡ, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୯: ଦିନିକିଆ କ୍ରିକେଟରେ ବିରାଟ କୋହଲିଙ୍କ ନାମ ପୁଣିଥରେ ଏକ ବିଶେଷ ରେକର୍ଡ ସହ ଚର୍ଚ୍ଚାରେ ରହିଛି। ନିଜ ବ୍ୟାଟିଂ ଦ୍ୱାରା ଦୀର୍ଘଦିନ ଧରି ରେକର୍ଡ ପରେ…

ଗୁଳି କରି ବ୍ୟବସାୟୀଙ୍କୁ ହତ୍ୟା; ଟଙ୍କା ବ୍ୟାଗ୍‌ ଲୁଟିନେଲେ ଦୁର୍ବୃତ୍ତ, ଅଞ୍ଚଳରେ ଚାଞ୍ଚଲ୍ୟ

ପାଟଣା,୨୯।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା କେନ୍ଦେଇପୋଷି-ପାଟଣା ରାସ୍ତାର ଭୀମାପଡ଼ା ଜଙ୍ଗଲ ନିକଟରେ ସୋମବାର ବିଳମ୍ବିତ ରାତିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ୧୦ଟା…

ବଟେଶ୍ୱର ପୀଠକୁ ସଂଯୋଗ ରାସ୍ତା ଶୋଚନୀୟ: ତୁରନ୍ତ ମରାମତି ଦାବି

ଗଞ୍ଜାମ, ୨୯/୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଦ ପଞ୍ଚାୟତର କଣ୍ଟିଆଗଡ଼ ନିକଟରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବଟେଶ୍ୱରକୁ ହୁମାଠାରୁ ସଂଯୋଗ କରୁଥିବା ରାସ୍ତା ଏବେ ଅତ୍ୟନ୍ତ…

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?