ସୁଶାନ୍ତଙ୍କ ସୁରକ୍ଷା ବଢ଼ାଇବାକୁ ପୁଣି ଦାବି କଲା ବିଜେଡି

ଭୁବନେଶ୍ବର, ୨୯୧୧(ବ୍ୟୁରୋ): ବିଜେଡି ବିଧାୟକ ସୁଶାନ୍ତ ସିଂଙ୍କ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢ଼ାଇବାକୁ ଶାସକ ଦଳ ପକ୍ଷରୁ ପୁଣି ଦାବି କରାଯାଇଛି। ବିଜେଡିର ଏକ ପ୍ରତିନିଧି ଦଳ ସୋମବାର ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କୁ ଭେଟି ଅଭିଯୋଗ କରିଛି ଯେ, ୨୦୧୮ ବିଜେପୁର ଉପନିର୍ବାଚନରେ ଭାଜପାର ଦୁଇ ଜଣ ସୁଶାନ୍ତ ସିଂଙ୍କ ଭାଇଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ। ଏବେ ସେହି ଦୁଇ ଜଣ ଭାଜପା ନେତା ପଦ୍ମପୁର ଉପନିର୍ବାଚନରେ ଷ୍ଟାର କ୍ୟାମ୍ପେନର ପାଲଟିଛନ୍ତି। ସେମାନେ ଉକ୍ତ ଘଟଣାରେ ଜେଲରେ ଥିବାବେଳେ ଏବେ ବେଲ୍‌ରେ ଆସି ପଦ୍ମପୁରରେ ବୁଲୁଛନ୍ତି। ଗତ ନଭେମ୍ବର ୨୫ରେ ଏକ ପ୍ରତିନିଧି ଦଳ ଏହି ଘଟଣା ସମ୍ପର୍କରେ ଏକ ପିଟିଶନ ଦେବା ସହିତ ସୁଶାନ୍ତ ସିଂଙ୍କ ସୁରକ୍ଷା ବଢ଼ାଇବାକୁ ଅନୁରୋଧ କରାଯାଇଥିଲା। ଏବେ ସୁଶାନ୍ତଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା ନେଇ ସାମାଜିକ ଗଣମାଧ୍ୟମରେ ଧମକ ମିଳୁଛି। ସାମାଜିକ ଗଣମାଧ୍ୟମରେ ମିଳିଥିବା ଧମକ ସମ୍ପର୍କିତ ତଥ୍ୟ ପେନଡ୍ରାଇଭ ଜରିଆରେ ପ୍ରଦାନ କରାଯାଇଛି। ଅପରପକ୍ଷେ ଭାଜପା ନେତା ରିଙ୍କୁ ମେହେର ଏବଂ ଅନ୍ୟ କର୍ମୀଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଗଲା ନାହିଁ। ସେମାନେ ବିଜେଡି କର୍ମୀ ସଞ୍ଜୁ ବରିହାଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି। ଗୁରୁତର ଭାବେ ମସ୍ତିଷ୍କରେ ଆଘାତ ଲାଗିବା ଯୋଗୁ ସଞ୍ଜୁ ଏବେ ଭିମ୍‌ସାର ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତେଣୁ ସାମାଜିକ ଗଣମାଧ୍ୟମ ଜରିଆରେ ସୁଶାନ୍ତ ସିଂଙ୍କୁ ଯେଉଁ ନୂଆ ଧମକ ମିଳିଛି, ତାକୁ ଦୃଷ୍ଟିରେ ରଖି ତାଙ୍କ ସୁରକ୍ଷା ବ୍ୟବସ୍ଥା ବଢାଯାଉ। ଏହାସହ ଉକ୍ତ ଆପରାଧିକ କାର୍ଯ୍ୟକଳାପରେ ଲିପ୍ତ ଥିବା ବ୍ୟକ୍ତିଙ୍କ ଉପରେ କଡା ନଜର ରଖିବାକୁ ବିଜେଡି ପ୍ରତିନିଧି ଦଳ ସିଇଓଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri