ନିର୍ବାଚନ ସ୍ବଚ୍ଛତାକୁ ନେଇ ବିଜେଡି ଆଣିଲା ବଡ଼ ଅଭିଯୋଗ, ଲେଖାଶ୍ରୀ କହିଲେ ଭୋଟରେ ହୋଇଛି…

ଭୁବନେଶ୍ୱର୯।୮: ୨୦୨୪ ଲୋକ ସଭା ନିର୍ବାଚନର ଅନିୟମିତତା ଅଭିଯୋଗ ଆଣିଲା ବିଜେଡି। ବିଜେଡି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ଇଭିଏମ ଏବଂ ଇସିଆଇଙ୍କ ସ୍ବଚ୍ଛତାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ଲେଖାଶ୍ରୀ କହିଛନ୍ତି, ପଡ଼ିଥିବା ଭୋଟ ଓ ଗଣତି ହେବା ଭୋଟରେ ୫ କୋଟିର ବ୍ୟବଧାନ ରହିଛ। ୫୪୧ ଆସନରୁ ୫୩୮ ଆସନରେ ଭୋଟ ବ୍ୟତିକ୍ରମ। ୭୯ଟି ସଂସଦୀୟ କ୍ଷେତ୍ରରେ ଫଳାଫଳ ଭିନ୍ନ ହୋଇଥାଆନ୍ତା। ଓଡ଼ିଶାର ୧୮ଟି ଆସନରେ ଫଳାଫଳ ଅଲଗା ହୋଇଥାଆନ୍ତା। ଫଳରେ ଭାଜପା କେନ୍ଦ୍ରରେ ସରକାର କରିପାରିନଥାଆନ୍ତା।

୨୦୨୪ ନିର୍ବାଚନରେ ବିଜେଡି ଶୋଚନୀୟ ପରାଜୟ ହୋଇଛି। ତେବେ ନିର୍ବାଚନର ପ୍ରାୟ ୨ମାସ ପରେ ଦଳୀୟ କାର୍ଯ୍ୟକ୍ରମର ତଦାରଖ ପାଇଁ ଦେବୀ ମିଶ୍ରଙ୍କ ନେତୃତ୍ୱରେ ବରିଷ୍ଠ ନେତାମାନଙ୍କୁ ନେଇ ବିଜେଡି ୧୫ ଜଣିଆ ସମନ୍ବୟ କମିଟି ଗଠନ କରିଛି। ଗୁରୁବାର ଶଙ୍ଖଭବନଠାରେ ଦେବୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି କମିଟିର ପ୍ରଥମ ବୈଠକ ବସିଥିଲା। ଏଥିରେ ବରିଷ୍ଠ ନେତାମାନେ ଗତ ନିର୍ବାଚନ ପରିଚାଳନାକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଥିଲେ। ନାଁ ନ ନେଇ ଦଳର ମଙ୍ଗ ଧରିଥିବା ୩ ଜଣ ନେତାଙ୍କୁ କଡ଼ା ସମାଲୋଚନା କରିଥିବା ସୂଚନା ମିଳିଛି। ସେମାନେ ଅଭିଯୋଗ କରିଥିଲେ ଯେ, ଏହି ୩ ଜଣଙ୍କ ପାଇଁ ଦଳ ନିର୍ବାଚନରେର କ୍ଷତି ସହିଲା । ଦଳରେ ଆଉ ଜିଲା ପର୍ଯ୍ୟବେକ୍ଷକ ଦରକାର ନାହିଁ ବୋଲି ପ୍ରସ୍ତାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?