Posted inରାଜ୍ୟ

ସିବିଆଇ ଏବଂ ଇଡି ଭୟରେ ଭାଜପା ସହିତ ମେଣ୍ଟ କରୁଛି ବିଜେଡି: କଂଗ୍ରେସ

ଭୁବନେଶ୍ୱର,୭ା୩: ଓଡ଼ିଶାରେ ଭାଜପା ଏବଂ ବିଜେଡି ମଧ୍ୟରେ ମେଣ୍ଟ ଚର୍ଚ୍ଚା ଜୋର ଧରିଥିବା ବେଳେ ଗୁରୁବାର ଉଭୟ ଦଳଙ୍କୁ କଟାକ୍ଷ କରିଛି କଂଗ୍ରେସ। ବିଜୁ ଜନତା ଦଳ (ବିଜେଡି) ଓଡ଼ିଶାର ସ୍ୱାର୍ଥ ପାଇଁ ନିଷ୍ପତି ନେଉଥିବା କହୁଥିଲେ ବଳେ ଏହା କେବଳ ନିଜର ଲାଭ ପାଇଁ କରୁଥିବା କହିଛନ୍ତି ପ୍ରଦେଶ କଂଗ୍ରେସ ମୁଖ୍ୟ ଶରତ ପଟ୍ଟନାୟକ।

“ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ବିଜେଡି ଏବଂ ଭାଜପା ୨୦୦୦ ରୁ ୨୦୦୯ ପର୍ଯ୍ୟନ୍ତ ଓଡ଼ିଶାରେ ଶାସନ କରୁଥିଲେ। ଏହା ପରେ ମଧ୍ୟ ବିଜେଡି ସେମାନଙ୍କ ସହ କାମ କରୁଛି। ନବୀନ ପଟ୍ଟନାୟକ ନେତୃତ୍ୱାଧୀନ ସରକାର ଦୁର୍ନୀତିରେ ପରିଣତ ହୋଇଥିବାରୁ ସେମାନେ ଇଡି ଏବଂ ସିବିଆଇ କାର୍ଯ୍ୟନୁଷ୍ଠାନକୁ ଭୟ କରୁଛନ୍ତି ଯେଉଁଥିପାଇଁ ସେମାନେ ଭାଜପା ଆଗରେ ଆତ୍ମସମର୍ପଣ କରିଛନ୍ତି” ବୋଲି ପଟ୍ଟନାୟକ କହିଛନ୍ତି।

ବିଜେଡି ଏବଂ ଭାଜପା ହାତ ମିଳାଇଲେ ମଧ୍ୟ ସେମାନେ ଜିତିପାରିବେ ନାହିଁ। ଓଡିଶାରେ କଂଗ୍ରେସ ସରକାର ଗଠନ କରିବ ବୋଲି ସେ ଦୃଢତାର ସହିତ କହିଛନ୍ତି। ତେବେ ଭାଜପା ଓ ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି: ଭୁବନେଶ୍ୱରରେ ପହଞ୍ଚିଲା ୫ ମୃତଦେହ, ପରିବାରକୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୬: ତାମିଲନାଡୁରେ ଘଟିଥିବା ଦୁଃଖଦ ଗ୍ୟାସ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକଙ୍କ ମଧ୍ୟରୁ ୫ ଜଣଙ୍କ ମୃତଦେହ ମଙ୍ଗଳବାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରକୁ ଅଣାଯାଇଛି।…

କେନ୍ଦ୍ର କ୍ୟାବିନେଟ ଅଦଳବଦଳ: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି; ଆସିବ ମନ୍ତ୍ରୀମଣ୍ଡଳ ଲିଷ୍ଟ!

ନୂଆଦିଲ୍ଲୀ,୨୩।୬: କେନ୍ଦ୍ରୀୟ ମନ୍ତ୍ରୀମଣ୍ଡଳରେ ଅଦଳବଦଳ ନେଇ ଚାଲିଥିବା ଚର୍ଚ୍ଚା ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ପିଏମ ମୋଦୀଙ୍କ…

୩ ଓଡ଼ିଆଙ୍କୁ ପଦ୍ମଶ୍ରୀ: ସାହିତ୍ୟ ଓ କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ମାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୩।୬: ଚଳିତ ବର୍ଷର ପଦ୍ମ ପୁରସ୍କାର ପ୍ରଦାନ ସମାରୋହରେ ରାଜ୍ୟର ତିନିଜଣ ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ ସମ୍ମାନରେ ଭୂଷିତ କରାଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭବନରେ…

Padma Awards: ଶିବୁ ସୋରେନ, ଆର୍. ମାଧବନ ଓ ରୋହିତ ଶର୍ମାଙ୍କ ସମେତ ଦେଶର ୬୫ ବିଶିଷ୍ଟ ବ୍ୟକ୍ତିତ୍ୱ ସମ୍ମାନିତ

ନୂଆଦିଲ୍ଲୀ,୨୩।୬: ନୂଆଦିଲ୍ଲୀର ରାଷ୍ଟ୍ରପତି ଭବନରେ ଆୟୋଜିତ ‘ସିଭିଲ ଇନଭେଷ୍ଟିଚର ସେରେମୋନି-୨’ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ଏହି…

ସନ୍ତୋଷପୁରରେ ଭାଜପାର ମିଶ୍ରଣ ପର୍ବ, ୫୦ରୁ ଅଧିକ ମହିଳା ଓ ପୁରୁଷ …

ଛତ୍ରପୁର/ଗଞ୍ଜାମ,୨୩।୬( ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ ): ଛତ୍ରପୁର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଗଞ୍ଜାମ ବ୍ଲକର ସନ୍ତୋଷପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ର ଏକ ମିଶ୍ରଣ…

ବିଦ୍ୟାଳୟ ଅଛି ହେଲେ ଛାତ ନାହିଁ, ଶିକ୍ଷକ ଅଛନ୍ତି ହେଲେ ପାଠପଢ଼ା ନାହିଁ: ନୂତନ ଗୃହ ନିର୍ମାଣରେ ମଧ୍ୟ ବ୍ୟାପକ ଅନିୟମିତତା

ଥୁଆମୂଳ ରାମପୁର, ୨୩।୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତ ଅଧୀନ ତୁମୋନୀଖୋଲ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ବ୍ୟବସ୍ଥା ସମ୍ପୂର୍ଣ୍ଣ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri