ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର କଂଗ୍ରେସକୁ ହରାଇ ଆନ୍ଧ୍ର ପ୍ରଦେଶରେ ଭାଜପା, ଟିଡିପି ଏବଂ ଜନସେନା ମେଣ୍ଟ ସରକାର କରିଛି । ଏହି ଦୁଇ ଆଞ୍ଚଳିକ ଦଳ ଲୋକସଭା ନିର୍ବାଚନରେ ମଧ୍ୟ ଖରାପ ପ୍ରଦର୍ଶନ କରିଛନ୍ତି । କିନ୍ତୁ ଏହି ଦୁଇ ଦଳଙ୍କ ପାଖରେ ଏବେ ମଧ୍ୟ ଭାଜପାକୁ ବିରୋଧ କରିବା ଏବଂ କୌଣସି ବିଲ୍‌ ପାସ୍‌ କରାଇନଦେବା ଭଳି କ୍ଷମତା ରହିଛି ।

ରାଜ୍ୟସଭାରେ ବର୍ତ୍ତମାନ ୱାଇଏସ୍‌ଆର କଂଗ୍ରେସର ୧୧ ଜଣ ଏମ୍‌ପି ଥିବାବେଳେ ବିଜୁ ଜନତା ଦଳର ୯ ଜଣ ଏମ୍‌ପି ଅଛନ୍ତି। ଅନ୍ୟପକ୍ଷରେ, ଦଶ ବର୍ଷ ଶାସନ କରିବା ପରେ ମଧ୍ୟ ଭାରତୀୟ ଜନତା ପାର୍ଟିର ସଂସଦର ଉପର ଗୃହରେ ସଂଖ୍ୟାଗରିଷ୍ଠତା ନାହିଁ । ଯଦି ଏହାର ସହଯୋଗୀ ଏମ୍‌ପିଙ୍କ ସଂଖ୍ୟା ଯୋଡ଼ି ଦିଆଯାଏ ତେବେ ବି ଏହା ବିଲ୍‌ ପାସ୍‌ କରିବାକୁ ସମର୍ଥ ନୁହେଁ ।

ରାଜ୍ୟସଭାର ମୋଟ ସଦସ୍ୟଙ୍କ ସଂଖ୍ୟା ୨୪୫ ହୋଇଥିବା ବେଳେ କୌଣସି ବିଲ ପାସ କରିବାକୁ, ୧୨୩ ଏମ୍‌ପିଙ୍କ ସମର୍ଥନ ଆବଶ୍ୟକ ହେବ । ବର୍ତ୍ତମାନ ସମସ୍ତ ଏନଡିଏ ସହଯୋଗୀ ଦଳର ରାଜ୍ୟସଭା ସାଂସଦଙ୍କ ସଂଖ୍ୟା ମାତ୍ର ୧୧୭, ଯାହା ସଂଖ୍ୟାଗରିଷ୍ଠତାଠାରୁ ୬ ସଦସ୍ୟ କମ୍‌। ଏଭଳି ପରିସ୍ଥିତିରେ, ୱାଇଏସ୍‌ଆର କଂଗ୍ରେସ କିମ୍ବା ବିଜୁ ଜନତା ଦଳ ବିନା ସମର୍ଥନରେ ଉପର ଗୃହରେ କୌଣସି ବିଲ ପାସ କରିବା ସହଜ ହେବ ନାହିଁ। ଆଗାମୀ ଦିନରେ ଅତି କମରେ ୬ଟି ଖାଲି ସିଟ ଜିତିବାକୁ ଭାଜପା ନିଶ୍ଚୟ ଚେଷ୍ଟା କରିବ । ତେବେ ସରକାର ହରାଇବା ପରେ ମଧ୍ୟ ଏବେ ବିି ୱାଇଏସ୍‌ର କଂଗ୍ରେସ ଏବଂ ବିଜୁ ଜନତା ଦଳ ରାଜ୍ୟସଭାରେ କ୍ଷମତାପୂର୍ଣ୍ଣ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

କାଲି ମିଳିବ ସୁଭଦ୍ରା ଟଙ୍କା, ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୭ା୩: ଆସନ୍ତାକାଲି ଅର୍ଥାତ୍‌ ରବିବାର ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା। ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ୧ କୋଟି ୧୨…

ସରକାରଙ୍କ ବଡ଼ ଘୋଷଣା: ତୃତୀୟ ସନ୍ତାନ ଜନ୍ମ ହେଲେ ମିଳିବ ୨୫,୦୦୦ ଟଙ୍କା

ହାଇଦ୍ରାବାଦ୍‌,୭।୩: ଆନ୍ଧ୍ର ପ୍ରଦେଶ ସରକାର ଏକ ନୂତନ ପଦକ୍ଷେପ ଘୋଷଣା କରିଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁ ବିଧାନସଭାରେ କହିଛନ୍ତି,ରାଜ୍ୟର ଜନ୍ମହାର ନିରନ୍ତର ହ୍ରାସ ପାଉଛି…

ସ୍ତ୍ରୀଙ୍କୁ ପିଟିପିଟି ମାରିଦେଲେ ସ୍ବାମୀ, ପୋଲିସ ପଚାରିବାରୁ କହିଲେ କାଲି ରାତିର ଘଟଣା…

ଦେବଗଡ଼,୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ବମ୍ପରଡ଼ା ଆଇଆରବି ବାଟାଲିୟନ ପଛପାଖରୁ ଜଣେ ମହିଳାଙ୍କ ମୃତଦେହ ଜବତ ହେଇଥିବା ଜଣାପଡ଼ିଛି। ତେବେ ଘରୋଇ କଳିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri