ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା: ରଘୁନାଥ ସାହୁଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର,୨୦।୪: ବିଧାନସଭା ନିର୍ବାଚନ ପାଇଁ ବଜେଡି ଷଷ୍ଠ ପ୍ରାର୍ଥୀ ତାଲିକା ଶନିବାର ଘୋଷଣା କରିଛି। ତାଲିକାରେ ରହିଛି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ନାଁ। ସେ ବଡ଼ଚଣାରୁ ଲଢିବେ। ସେହିପରି ଚିଲିକାରୁ ରଘୁନାଥ ସାହୁ, କେନ୍ଦ୍ରାପଡ଼ାରୁ ଗଣେଶ୍ବର ବେହେରା, ଚମ୍ପୁଆରୁ ସନାତନ ମହାକୁଡ଼, ରେମୁଣାରୁ ବିଦ୍ୟାସ୍ମିତା ମହାଳିକ, ସିମୁଳିଆରୁ ସୁଭାଷିନୀ ସାହୁଙ୍କୁ ଦଳ ଟିକେଟ୍‌ ଦେଇଛି। ଆନନ୍ଦପୁରରୁ ଅଭିମନ୍ୟୁ ସେଠୀ, ସାରସକଣାରୁ ଦେବାଶିଷ ମାରାଣ୍ଡି, କରଞ୍ଜିଆ- ବାସନ୍ତୀ ହେମ୍ବ୍ରମଙ୍କୁ ଦଳ ପ୍ରାର୍ଥୀ କରିଛି।