ଭାଗବଣ୍ଟା ଫାଇନାଲ୍‌, ରାତି ସୁଦ୍ଧା ବଡ ଘୋଷଣା

ଭୁବନେଶ୍ୱର,୧୨।୩: ରାଜ୍ୟରେ ମେଣ୍ଟ ନେଇ ଜୋରଦାର ହାଓ୍ବା ଚାଲିଛି। ଭାଜପା -ବିଜେଡି ଏକାଠି ନିର୍ବାଚନ ଲଢିବା ନେଇ ଦିଲ୍ଲୀ ଠୁ ପଲ୍ଲୀ ଯାଏଁ ଚର୍ଚ୍ଚା। ଏପଟେ ବନ୍ଦ ଦରଜା କୋଠରୀରେ ଚାଲିଛି ଦୁଇ ଦଳର ହାଇଲେବୁଲ ବୈଠକ। ଏହି ହାଇଲେବୁଲ ବୈଠକ ଦଳର ଶୀର୍ଷ ନେତାଙ୍କ ମଧ୍ୟରେ ଚାଲିଛି। ମେଣ୍ଟ ନେଇ ସବୁଠୁ ଚର୍ଚ୍ଚା ଚାଲୁଥିବାବଳେ ଅନ୍ୟ ନେତା-ମନ୍ତ୍ରୀ କି ବିଧାୟକ ଏହାକୁ ନେଇ ଟେର୍‌ ପାଉ ନାହାନ୍ତି। ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନୂଆଦିଲ୍ଲୀରେ ଥିବା ୧୯-କୃଷକ ରୋଡସ୍ଥିତ ସରକାରୀ ବାସଭବନରେ ରାଜ୍ୟ ଭାଜପାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ଭାଜପା ଏବଂ ବିଜେଡି ମଧ୍ୟରେ ଆସନ ବୁଝାମଣାକୁ ନେଇ ଆଲୋଚନା ହୋଇଛି, ଯାହା ଜଣାପଡୁଛି ଆଜି ସଂଧ୍ୟା ସୁଦ୍ଧା ମେଣ୍ଟ ଘୋଷଣା ହୋଇପାରେ। ତେବେ ଣ୍ଟେ ନେଇ ଚୂଡାନ୍ତ ନିଷ୍ପତ୍ତି ସରିଥିବା ଜଣାପଡିଛି। କେବଳ ଔପଚାରିକ ଘୋଷଣାକୁ ଅପେକ୍ଷା ରହିଛି।

ଆସନ ବୁଝାମଣାକୁ ନେଇ ଚର୍ଚ୍ଚା ଭିତରେ ପ୍ରତିକ୍ରିୟା ରଖିଛନ୍ତି ଉଭୟ ଭାଜପା ଓ ବିଜେଡି ନେତା । ଭାଜପା ବିଧାୟକ ନାଉରୀ ନାୟକ କହିଛନ୍ତି, ପ୍ରଧାନମନ୍ତ୍ରୀ ଯାହା ନିଷ୍ପତ୍ତି ନେବେ ଦଳର ଶୃଙ୍ଖଳିତ କର୍ମୀ ଭାବେ ତାକୁ ଗ୍ରହଣ କରିବେ । ସେହିପରି ବିଧାୟକ ସୂରଜ ସୂର୍ଯ୍ୟବଂଶୀ କହିଛନ୍ତି, ମେଣ୍ଟ ନେଇ ରାଜ୍ୟ ସଭାପତି ପୂର୍ବରୁ କହି ସାରିଛନ୍ତି ।
ଅନ୍ୟପକ୍ଷେ ବିଜେଡି ବିଧାୟକ ପର୍ଶୁରାମ ଧଡ଼ା କହିଛନ୍ତି, ମେଣ୍ଟ ନେଇ କୌଣସି ଦ୍ୱନ୍ଦ୍ୱ ନାହିଁ । ମୁଖ୍ୟମନ୍ତ୍ରୀ ଓଡ଼ିଶା ସ୍ବାର୍ଥ ପାଇଁ ସବୁବେଳେ ପଦକ୍ଷେପ ନେଇଥାନ୍ତି ଓ ନେଉଛନ୍ତି । ମୁଖ୍ୟମନ୍ତ୍ରୀ ଯାହା ନିଷ୍ପତ୍ତିି ନେବେ ସମସ୍ତେ ତାକୁ ମାନିବେ । ଆସନ ବୁଝାମଣା ନେଇ ତର୍ଜମା ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ଆପ୍‌ର ପ୍ରଚାର ଗୀତକୁ ବ୍ୟାନ୍‌ କଲା ଇସି

ନୂଆଦିଲ୍ଲୀ,୨୮ା୪:ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର ଲୋକ ସଭା ପ୍ରଚାର ଗୀତ ଉପରେ ନିର୍ବାଚନ କମିଶନ (ଇସି) ପ୍ରତିବନ୍ଧ ଲଗାଇଛି। ଆପ୍‌ ଗୀତ ‘ଜେଲ କେ ଜବାବ...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

ବଢୁଛି ତାତି: ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ କର

ସମ୍ବଲପୁର,୨୭ା୪(ବି.ଶଙ୍କର): ସଂପ୍ରତି ରାଜ୍ୟରେ ତାପମାତ୍ରା ବୃଦ୍ଧି ହୋଇଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ତାପମାତ୍ରା ବୃଦ୍ଧି ଯୋଗୁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟ ଓ...

ମୋଦିଙ୍କ ମନ୍ତବ୍ୟକୁ ସମାଲୋଚନା କରି ଗିରଫ ହେଲେ ଭାଜପା ନେତା

ବିକାନେର,୨୮ା୪: ରାଜସ୍ଥାନରେ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବିକାନେରର ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚା ସଭାପତି ଉସ୍‌ମାନ ଘନିଙ୍କୁ ଶନ୍ତି ଭଙ୍ଗ କରିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri