ଥମୁନି ବିଜେଡି-ଭାଜପା ଦୋଷ ଲଦାଲଦି

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ରାଜ୍ୟରେ ଚାଲିଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନେଇ ବିଜେଡି ଓ ଭାଜପା ମଧ୍ୟରେ ଦୋଷ ଲଦାଲଦି ପ୍ରକ୍ରିୟା ଜାରି ରହିଛି। ସବୁଦିନ ଭଳି ମଙ୍ଗଳବାର ମଧ୍ୟ ଉଭୟ ଦଳ ପରସ୍ପର ବିରୋଧରେ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଭାଜପାର ଏକ ପ୍ରତିନିଧି ଦଳ ଅଭିଯୋଗ କରିଛି, କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଘଟଗାଁ ବ୍ଲକର ୭ ନମ୍ବର ଜିଲା ପରିଷଦ ଜୋନ୍‌ର ପଣ୍ଡାସାହି, ମସିଣାଯୋଡ଼ି ଗ୍ରାମର ୭,୮ ଓ ୯ ନମ୍ବର ବୁଥ୍‌ରେ ଗତ ୧୬ ତାରିଖରେ ଅନୁଷ୍ଠିତ ୧ମ ପର୍ଯ୍ୟାୟ ନିର୍ବାଚନରେ ବିଜେଡି ତରଫରୁ ବୁଥ୍‌ ରିଗିଂ ହୋଇଥିଲା। ଏହି ବୁଥ୍‌ ଜବରଦଖଲ ସମୟର ସମସ୍ତ ଘଟଣାର ଫଟୋ, ଭିଡିଓକୁ ଘଟଗାଁ ବିଡିଓ, ଉପଜିଲାପାଳ ଏବଂ ଜିଲାପାଳଙ୍କୁ ପ୍ରଦାନ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଲାଗି ଦାବି କରାଯାଇଥିଲା। ଏହାସହ ଗତ ୧୮ ତାରିଖରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ମଧ୍ୟ ଘଟଣା ସମ୍ପର୍କରେ ଅବଗତ କରାଯାଇ ସାନି ନିର୍ବାଚନ ପାଇଁ ଦାବି କରାଯାଇଥିଲା। ହେଲେ ଏବେ ସୁଦ୍ଧା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ପୁଣିଥରେ ସାନି ମତଦାନ ପାଇଁ ଭାଜପା ଦାବି କରିଛି। ସେହିପରି ବିଜେଡିର ଏକ ପ୍ରତିନିଧି ମଣ୍ଡଳୀ ରାଜ୍ୟ ନିର୍ବାଚନ କମିଶନଙ୍କୁ ଭେଟି ଅଭିଯୋଗ କରିଛନ୍ତି, ଧାମନଗରରେ ବିଜେଡି କର୍ମୀଙ୍କୁ ହତ୍ୟା କରାଯାଇଛି। ଚଳିତ ନିର୍ବାଚନର ଏହା ପ୍ରଥମ ହତ୍ୟା। ହତ୍ୟାରେ ସମ୍ପୃକ୍ତ ସମସ୍ତ ବ୍ୟକ୍ତିଙ୍କୁ ତୁରନ୍ତ ଗିରଫ କରାଯାଉ। ନିର୍ବାଚନ ବେଳେ ଭଦ୍ରକ ଜିଲା ଧାମନଗରର ବିଜେଡି କର୍ମୀ ପ୍ରତାପ ଚନ୍ଦ୍ର ରାଉତଙ୍କୁ ଅମାନୁଷିକ ଭାବେ ହତ୍ୟା କରାଯାଇଛି। ଏହି ହତ୍ୟାକାଣ୍ଡରେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲଙ୍କ ପରୋକ୍ଷ ଓ ପ୍ରତ୍ୟକ୍ଷ ସମ୍ପୃକ୍ତି ଥିବା ବିଜେଡି ଅଭିଯୋଗ କରିଛି। ଯଥାଶୀଘ୍ର ସାମଲ ଏବଂ ହତ୍ୟାରେ ସମ୍ପୃକ୍ତ ଥିବା ସମସ୍ତଙ୍କୁ ଗିରଫ ଲାଗି ବିଜେଡି ଦାବି କରିଛି। ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହାରୁଥିବା ଜାଣି ଭାଜପା ବହୁ ସ୍ଥାନରେ ଏପରି ରକ୍ତମୁଖା ସାଜିଛି। ତେଣୁ ହିଂସାକାଣ୍ଡ ଘଟାଉଥିବା ସମସ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ରାଜ୍ୟ ନିର୍ବାଚନ କମିଶନଙ୍କ ନିକଟରେ ବିଜେଡି ପ୍ରତିନିଧି ଦଳ ଦାବି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri