ବିଜେଡି, ଭାଜପା ପ୍ରାର୍ଥୀଙ୍କ ପ୍ରଚାର ପ୍ରତିଯୋଗିତା

ଝାରସୁଗୁଡ଼ା ଅଫିସ,୧୮ା୫: ବ୍ରଜରାଜନଗର ଉପନିର୍ବାଚନ ଲାଗି ବିଜେଡି ପ୍ରାର୍ଥିନୀ ଅଳକା ମହାନ୍ତି ଓ ଭାଜପା ପ୍ରାର୍ଥତ୍ନୀ ରାଧାରାଣୀ ପଣ୍ଡା ନିଜ ସମର୍ଥକଙ୍କୁ ଧରି ଲଖନପୁର ବ୍ଲକ୍‌ ୧୯ଖଣ୍ଡ ମୌଜା ଅଞ୍ଚଳରେ ପ୍ରଚାର ଆରମ୍ଭ କରିଛନ୍ତି। ଏଠାରେ ଉଭୟ ପ୍ରାର୍ଥିନୀଙ୍କ ପ୍ରଚାର ପ୍ରତିଯୋଗିତା ମୂଳକ ଭାବେ ଚାଲିଛି।
ଭାଜପା ପ୍ରାର୍ଥିନୀ ପଣ୍ଡା ଗତ ସୋମବାର ୧୯ଖଣ୍ଡ ମୌଜାର ନିଜ ଗ୍ରାମ ଧୂଲୁଣ୍ଡାରୁ ବାହାରି ୨ଦିନ ହେଲାଣି ପ୍ରଚାର ଚଳାଇଛନ୍ତି। ସେହିପରି ବିଜେଡି ପ୍ରାର୍ଥିନୀ ମହାନ୍ତି ୨ଦିନ ଧରି ସ୍ଥାନୀୟ ପୌରାଞ୍ଚଳ ଓ ମଙ୍ଗଳବାର ଲଖନପୁର ବ୍ଲକ୍‌ର ୧୯ଖଣ୍ଡ ମୌଜାରେ ପ୍ରଚାର କରିଥିଲେ। ପ୍ରାର୍ଥୀମାନେ ୧୯ଖଣ୍ଡ ମୌଜାର କଣ୍ଢେଇକେଲା, ରେମତା, ପିଥିଣ୍ଡା, କନକତୋରା, ବାଦିମାଲ ଆଦି ପଞ୍ଚାୟତର ବିଭିନ୍ନ ଗ୍ରାମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନହିତକର ଯୋଜନା ସମ୍ପର୍କରେ କହି ନିଜ ସପକ୍ଷରେ ଭୋଟରଙ୍କୁ ପ୍ରଭାବିତ କରିଥିଲେ। ଏହି ପ୍ରଚାରରେ ଭାଜପା ପ୍ରାର୍ଥିନୀ ପଣ୍ଡାଙ୍କ ସହିତ ସଞ୍ଜୁଲତା ସେଠ୍‌, ଡା. ଗିରିଶ ରାଉତ, କୁନ୍ଦନ ସିଂହଦେଓ, ସୁକୁମାର ପୁରୋହିତ ପ୍ରମୁଖ ସାମିଲ ହୋଇଥିଲେ। ସେହିପରି ବିଜେଡି ପ୍ରାର୍ଥିନୀ ମହାନ୍ତିଙ୍କ ସହିତ ନିର୍ବାଚନ ମଣ୍ଡଳୀ ପର୍ଯ୍ୟବେକ୍ଷକ ସନ୍ଧ୍ୟା ଲାକ୍ରା, ଜୟ କୁମାରୀ ପଟେଲ, ରବିରତ୍ନ ପ୍ରଧାନ, ସଞ୍ଜିତ ପ୍ରଧାନ, ପ୍ରଦୀପ ବିଶ୍ୱାଳ, ସନତ ସିଂହ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri