ସୋମବାର ବିଜେଡି, ଭାଜପା, କଂଗ୍ରେସର ବିଧାୟକ ଦଳ ବୈଠକ

ଭୁବନେଶ୍ୱର,୪ା୨(ସୁନିତ୍‌ ମିଶ୍ର)ଷୋଡ଼ଶ ବିଧାନସଭାର ପଞ୍ଚଦଶ ଅଧିବେଶନ ଆସନ୍ତା ୫ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ୨୦୨୪ ସାଧାରଣ ନିର୍ବାଚନ ନେଇ କୌଣସି ସମୟରେ ତାରିଖ ଘୋଷଣା ହୋଇଯାଇପାରେ। ଆସନ୍ତା ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇପାରେ। ସରକାର ଏହି ଅଧିବେଶନରେ ଅନ୍ତରୀଣ ବଜେଟ ଗୃହରେ ଉପସ୍ଥାପିତ କରିବେ। ସମୟ ଦୃଷ୍ଟିରୁ ଦେଖିଲେ ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ହୋଇଥିବା କାରଣରୁ ବିରୋଧୀ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଶାସକ ଦଳକୁ ଟାର୍ଗେଟ କରିବାକୁ ଯୋଜନା ପ୍ରସ୍ତୁତ କରୁଛନ୍ତି। କେଉଁସବୁ ପ୍ରସଙ୍ଗରେ ଶାସକ ଦଳକୁ ଘେରିଲେ ନିର୍ବାଚନରେ ତାହା ଫାଇଦା ଦେଇପାରିବ ସେନେଇ ବିରୋଧୀ ଶିବିରରେ ବେଶ୍‌ ଆଲୋଚନା ଚାଲିଛି।
ମିଳିଥିବା ସୂଚନା ମୁତାବକ, ଶାସକ ବିଜେଡି ପକ୍ଷରୁ ସୋମବାର ପୂର୍ବାହ୍ନ ୧୦ଟା ସମୟରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ବିରୋଧୀଙ୍କୁ କିପରି ମୁକାବିଲା କରିହେବ ସେନେଇ ଦଳ ପକ୍ଷରୁ ଆଲୋଚନା ହେବ। ତେବେ କେନ୍ଦ୍ରୀୟ ଅବହେଳା ଏବଂ ଦରଦାମ୍‌ ବୃଦ୍ଧି ପ୍ରସଙ୍ଗରେ ବିଜେଡି ଦୀର୍ଘଦିନ ହେଲା ଚୁପ୍‌ ରହିବା ଯୋଗୁ ଏହି କଥା ଆଉ ଧରିବ ନାହିଁ ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି। ଏହାସହ ବହୁ ଗୁରୁତ୍ୱପୂର୍ଣ୍ଣ ବିଲ୍‌ ପାର୍ଲାମେଣ୍ଟରେ ପାସ୍‌ ହେବାବେଳେ ବିଜେଡି ସମର୍ଥନ କରିଛି। ତେଣୁ କେଉଁ ପ୍ରସଙ୍ଗ ଉପରେ ଦଳ ବିଚାର କରି ବିରୋଧୀଙ୍କ ମୁକାବିଲା କରିବ ସେନେଇ ଚର୍ଚ୍ଚା ଜୋର୍‌ ଧରିଛି।
ଭାଜପା ବିଧାୟକ ଦଳ ବୈଠକ ସୋମବାର ପୂର୍ବାହ୍ନ ୯ଟାରେ ଅନୁଷ୍ଠିତ ହେବ। ଦଳର ଜଣେ ବିଧାୟକଙ୍କ କହିଛନ୍ତି, କେନ୍ଦ୍ରୀୟ ଯୋଜନାକୁ ନିଜ ନାଁରେ ପ୍ରଚାର କରିବା, ନବ ଦାସ ହତ୍ୟାକାଣ୍ଡରେ ଏଫ୍‌ବିଆଇ ତଦନ୍ତ କ’ଣ ହେଲା ଆଦି ପ୍ରସଙ୍ଗ ଉପରେ ଆଲୋଚନା ହେବ।
ମଙ୍ଗଳବାରଠାରୁ ରାହୁଲ ଗାନ୍ଧୀ ଅଢେଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ତେଣୁ ପ୍ରାୟ ସବୁ ବିଧାୟକ ଏବେ ରାଉରକେଲାରେ ଡେରା ପକାଇଛନ୍ତି। ତେଣୁ ସୋମବାର ଶେଷ ମୁହୂର୍ତ୍ତରେ କଂଗ୍ରେସ ବିଧାୟକ ଦଳ ବୈଠକ ହୋଇପାରେ ବୋଲି ବିଧାୟକ ସନ୍ତୋଷ ସିଂ ସାଲୁଜା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲା ସିପିଆଇ, ଏହି ସବୁ ଦାବି ପୂରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୧୦।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଙ୍ଗଳବାର ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସିପିଆଇ) ପକ୍ଷରୁ ବିଭିନ୍ନ ଦାବି ପୂରଣ ପାଇଁ ବିକ୍ଷୋଭ ପ୍ରଦର୍ଶନ…

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏକାଥରକେ ବଢିଗଲା ଏତେ…

ଭୁବନେଶ୍ୱର,୧୦।୨: NHMରେ କାର୍ଯ୍ୟରତ ଚୁକ୍ତିଭିତ୍ତିକ ଆୟୁଷ ଡାକ୍ତରଙ୍କ ଦରମା ବଢ଼ିଲା। ଏନେଇ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି। ବରିଷ୍ଠତା ଭିତ୍ତିରେ ୨୦ ହଜାର…

ଜଙ୍ଗଲକୁ କାଠ ସଂଗ୍ରହ ଯାଇଥିବାବେଳେ ଆକ୍ରମଣ କଲା ଦନ୍ତା: ୩ ମୃତ, ୩ ଗୁରୁତର

ଢେଙ୍କାନାଳ,୧୦।୨(ରତନ ନାୟାର): ଢେଙ୍କାନାଳ ସଦର ରେଞ୍ଜ ପାଟପୁରା ଗ୍ରାମ ଜଙ୍ଗଲ ନିକଟରେ ବଡ଼ ଅଘଟଣ ଘଟିଛି । ସଦର ରେଞ୍ଜ ଲୋଚାପଲି ଗ୍ରାମର କିଛି ମହିଳା ଓ…

ନିଶା ମହାରଣାଙ୍କୁ ମିଳିଲା ଜାମିନ, ଏସ୍‌ଡିଜେଏମ କୋର୍ଟରେ ଆତ୍ମସମର୍ପଣ ପରେ…

ବଲାଙ୍ଗୀର, ୧୦।୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଚନ୍ଦନଭାଟି ଗାଁର ଏକ ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାକୁ ନେଇ କିଛି…

ପାରାକୁ ଖାଇବାକୁ ଦେଇ ଫସିଲେ ମହିଳା: ଲାଗିଲା ୨ ଲକ୍ଷ ଟଙ୍କା ଜରିମାନା

ସାଧାରଣତଃ ପଶୁ ଏବଂ ପକ୍ଷୀମାନଙ୍କୁ ଖାଇବାକୁ ଦେବା ଭଲ ବୋଲି ବିବେଚନା କରାଯାଏ। କିନ୍ତୁ ଯଦି ଏଥିପାଇଁ ଜଣଙ୍କ ଉପରେ ଜରିମାନା ଲଗାଯିବ, ତେବେ ଏହା ନିହାତି…

ଆମେ ନିଜ ପାଇଁ ନୁହେଁ ବରଂ…ଭାରତ ବିପକ୍ଷ ମ୍ୟାଚ ଖେଳିବାକୁ ପାକିସ୍ତାନ ରାଜି ପରେ ମୁହଁ ଖୋଲିଲେ ନକ୍‌ବି

ଇସଲାମାବାଦ୍‌,୧୦।୨: ପାକିସ୍ତାନ କ୍ରିକେଟ ବୋର୍ଡ ଅଧ୍ୟକ୍ଷ ମୋହସିନ ନକବିଙ୍କ ICC T20 ବିଶ୍ୱକପ ୨୦୨୬ରେ ଭାରତ ବିପକ୍ଷ ମ୍ୟାଚ ବର୍ଜନ କରିବା ସମ୍ପର୍କରେ ବୟାନ ପରେ ଏହା…

୧୫ରେ ମହାଶିବରାତ୍ରୀ ପାଳନ ନେଇ କୌଣସି ଦନ୍ଦ୍ୱ ନାହିଁ: ଲିଙ୍ଗରାଜ ମନ୍ଦିର ସୁପରଭାଇଜର

ଭୁବନେଶ୍ୱର,୧୦।୨: ଆସନ୍ତା ୧୫ରେ ପାଳନ ହେବ ମହାଶିବରାତ୍ରି। ଏଥିରେ କୌଣସି ଦନ୍ଦ୍ୱ ନାହିଁ ବୋଲି ସୂଚନା ଦେଇଛନ୍ତି ଲିଙ୍ଗରାଜ ମନ୍ଦିର ସୁପରଭାଇଜର। ଯେଉଁ ଦିନ ଚତୁର୍ଦ୍ଦଶୀରେ ବେଢ଼ା…

କଳସ ଯାତ୍ରା ସମୟରେ ଦଳାଚକଟା, ମହିଳା ମୃତ

ଗ୍ବାଲିୟର,୧୦।୨: ମଧ୍ୟ ପ୍ରଦେଶ ଗ୍ବାଲିୟରର ନବଗ୍ରହ ପୀଠ ମନ୍ଦିରରେ ଚାଲିଥିବା ପ୍ରାଣ ପ୍ରତିଷ୍ଠା ସମାରୋହ ସମୟରେ କଳସ ଯାତ୍ରା ସମୟରେ ଏକ ବଡ଼ ଦୁର୍ଘଟଣା ଘଟିଥିଲା। ଶୋଭାଯାତ୍ରାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri