ବିଜେଡି, ଭାଜପାର ପରାଜୟକୁ ନେଇ ଚର୍ଚ୍ଚା

ଗୁଣପୁର,୨ା୩(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସରିଛି। ଏଥିରେ ଶାସକ ବିଜେଡିକୁ ଗୁଣପୁର ବ୍ଲକରେ ଧରାଶାୟୀ ହେବାକୁ ପଡ଼ିଛି। ସେହିପରି ଭାଜପାର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି। ଏସବୁ ଭିତରେ କଂଗ୍ରେସ ଦୁଇଟି ଜୋନ୍‌ ବାଜି ମାରିନେଇଛି। ତେବେ ଶାସକ ବିଜେଡି ଓ ଭାଜପାର ପରାଜୟ ଏବଂ କଂଗ୍ରେସର ବିଜୟକୁ ନେଇ ଏବେ ଅଞ୍ଚଳରେ ବିିଭିନ୍ନ ପ୍ରକାର ଚର୍ଚ୍ଚା ହେଉଛି। ଗୁଣପୁର-ଥେରୁବାଲି ପ୍ରକଳ୍ପକୁ ଅଣଦେଖା କରିବା ଉଭୟ ଦଳ ପାଇଁ ମହଙ୍ଗା ପଡ଼ିଛି ବୋଲି ବୁଦ୍ଧିଜୀବୀଙ୍କ ମଧ୍ୟରେ ଚର୍ଚ୍ଚାର ବିଷୟ ହୋଇଛି।
ବିଜେଡି ପାଇଁ ରାଜ୍ୟ ସଭା ସଦସ୍ୟ ଏନ୍‌. ଭାସ୍କର ରାଓ, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ରାଜ୍ୟ ଉପଦେଷ୍ଟା ସୁଧୀର ଦାସ, ଗୁଣପୁର ବିଧାୟକ ରଘୁନାଥ ଗମାଙ୍ଗଙ୍କ ଭଳି ହେଭିୱେଟ୍‌ମାନେ ପ୍ରଚାର କରିଥିବାବେଳେ ଦୁଇଟି ଜିଲା ପରିଷଦ ଜୋନ୍‌ରେ ଦଳକୁ ପରାଜୟ ସ୍ବୀକାର କରିବାକୁ ପଡ଼ିଛି। ଅନ୍ୟପକ୍ଷରେ ଭାଜପା ପାଇଁ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ ଏବଂ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ ପ୍ରଚାର କରିଥିଲେ। ତେବେ ଦୁଇ ଦଳକୁ କୌଣସି ସଫଳତା ମିଳିନାହିଁ।
ଅନ୍ୟପକ୍ଷରେ କଂଗ୍ରେସ ପକ୍ଷରୁ କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା ଏବଂ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷ ବିଜୟ ଗମାଙ୍ଗ ପ୍ରଚାର ମଙ୍ଗ ଧରିଥିଲେ। ଏମ୍‌ପି ସପ୍ତଗିରି ଅନେକ ଥର ଗୁଣପୁର-ଥେରୁବାଲି ରେଳପଥ ପ୍ରସଙ୍ଗ ପାର୍ଲାମେଣ୍ଟ ଠାରୁ ଆରମ୍ଭକରି ଅନେକ ସ୍ଥାନରେ ଅଗ୍ରାଧିକାର ଭିତ୍ତିରେ ଉଠାଇଛନ୍ତି। ଏହାର ଫଳ ସ୍ବରୂପ ଗୁଣପୁରର ଦୁଇଟି ଜିଲା ପରିଷଦ ଜୋନ୍‌ କଂଗ୍ରେସ ସପକ୍ଷକୁ ଯାଇଥିବା କୁହାଯାଉଛି। ରାଜ୍ୟ ଏବଂ କେନ୍ଦ୍ର ମଧ୍ୟରେ ଗୁଣପୁର-ଥେରୁବାଲି ରେଳପଥର ଭାଗ୍ୟ ଅଟକିଥିବାବେଳେ ଏବେ ପୌର ନିର୍ବାଚନ ହେବାକୁ ଯାଉଛି। ଏହାର ପ୍ରଭାବ ପୌରାଞ୍ଚଳର ସଚେତନ ଭୋଟରଙ୍କ ଉପରେ କିଭଳି ପଡ଼ୁଛି ତାହା ଆଗାମୀ ଦିନରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ଇମ୍ପେରିୟାଲ୍ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଘାଟିତ,ଯୋଗଦେଲେ ୧୯ ଜିଲ୍ଲାରୁ ୧୨୫ ପ୍ରତିଯୋଗୀ

ବଲାଙ୍ଗୀର,୨୮।୨ (ସୁନିଲ କୁମାର ମହାନ୍ତି): ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ଫଳ ବଜାର ପ୍ରାଙ୍ଗଣରେ କଳିଙ୍ଗ ବଡିବିଲଡିଂ ଆସୋସିଏଶନ ବଲାଙ୍ଗୀର ଶାଖା ତରଫରୁ ଇମ୍ପେରିୟାଲ କ୍ଲାସିକ ୨୦୨୬…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

କେରଳରେ ବାଇକ ଦୁର୍ଘଟଣାରେ ଦାରିଙ୍ଗବାଡି ଯୁବକଙ୍କ ମୃତ୍ୟୁ, ମୃତଦେହ ଆଣିବାକୁ ପରିବାର ଚିନ୍ତାରେ

ଦାରିଙ୍ଗବାଡି, ୨୮।୨ (ଅରୁଣ ସାହୁ): ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଚାଲିଯାଇଛି ଯୁବକଙ୍କ ଜୀବନ।କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦନେକବାଡି ପଞ୍ଚାୟତ କୁପିବାଡି ଗ୍ରାମର ହେରାର୍ଦ…

ଦିନକ ପରେ ଦୋଳ ଯାତ୍ରା: ଗଞ୍ଜାମ ପୋଲିସର କଡ଼ା ତାଗିଦ, ରାସ୍ତାରେ ହୋର୍ଡିଂ କିମ୍ବା ବାଇକ୍‌ ରଖିଲେ…

ଗଞ୍ଜାମ,୨୮।୨(ବିଦ୍ୟାଧର ସାହୁ): ଦିନକ ପରେ ଗଞ୍ଜାମ ସହରରେ ଅନୁଷ୍ଠିତ ହେବ ଐତିହାସିକ ପ୍ରସିଦ୍ଧ ଦୋଳ ଯାତ୍ରା। ଏଥିପାଇଁ ଚଳଚଞ୍ଚଳ ହୋଇ ପଡ଼ିଛି ସମଗ୍ର ସାହି ଓ ସହର।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri