ପ୍ରାର୍ଥତ୍ପତ୍ର ଦାଖଲ ବେଳେ ବିଜେଡି-ଭାଜପା ମୁହାଁମୁହିଁ

ପୁରୀ,୩୦ା୪(ଅଜିତ୍‌ ମହାନ୍ତି):ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସୋମବାର ପ୍ରାର୍ଥତ୍ପତ୍ର ଦାଖଲ ସମୟରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ନାମାଙ୍କନ ଶୋଭାଯାତ୍ରାରେ ଆସିଥିବା ଭାଜପା ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିଲେ। ପରସ୍ପରକୁ ଗାଳିଗୁଲଜ କରିବା ସହ ଧସ୍ତାଧସ୍ତି ସ୍ଥିତି ଉପୁଜିଥିଲା। ଉଭୟ ଦଳର କର୍ମୀମାନେ ଆଣିଥିବା ଫୁଲମାଳ ପରସ୍ପର ଉପରକୁ ଫିଙ୍ଗିଥିଲେ। ‘ନବୀନ-ନବୀନ’ ଓ ‘ମୋଦି-ମୋଦି’ ସ୍ଲୋଗାନରେ କମ୍ପିଥିଲା ଜିଲାପାଳଙ୍କ କାର୍ଯ୍ୟାଳୟ ପରିସର। କିଛି ସମୟ ପାଇଁ ପୋଲିସ ଦେଖଣାହାରୀ ସାଜିଥିବାବେଳେ ଜିଲାପାଳଙ୍କ କାର୍ଯ୍ୟାଳୟ ରଣକ୍ଷେତ୍ର ସଦୃଶ ପ୍ରତୀୟ ମାନ ହୋଇଥିଲା। ତେବେ ସ୍ଥିତି ବିଗିଡ଼ିବା ପୂର୍ବରୁ ପୁରୀ ଏସ୍‌ପି ପିନାକ ମିଶ୍ର ଘଟଣାସ୍ଥଳରେ ଅଧିକ ପୋଲିସ ଫୋର୍ସ ସହ ପହଞ୍ଚି ନିୟନ୍ତ୍ରଣ କରିଥିଲେ। ଉଭୟ ଦଳର କର୍ମୀଙ୍କୁ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ବାହାର କରାଯାଇଥିଲା। ଫଳରେ ପରିବେଶ ଶାନ୍ତ ପଡ଼ିଥିଲା।
ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନ ହୋଇଥିବାରୁ ଶୋଭାଯାତ୍ରାରେ ଭାଜପା ଏମ୍‌ପି ପ୍ରାର୍ଥୀ ସମ୍ବିତ ପାତ୍ର ତାଙ୍କ ସମର୍ଥକଙ୍କ ସହ ଆସି ଜିଲାପାଳ ତଥା ରିଟର୍ନିଂ ଅଫିସର ସିଦ୍ଧାର୍ଥ ଶଙ୍କର ସ୍ବାଇଁଙ୍କ ନିକଟରେ ପ୍ରାର୍ଥତ୍ପତ୍ର ଦାଖଲ କରିଥିଲେ। ଏହି ସମୟରେ ସତ୍ୟବାଦୀ ଆସନ ପାଇଁ ନାମାଙ୍କନ ଦାଖଲ କରିବାକୁ ବିଜେଡି ପ୍ରାର୍ଥୀ ସଞ୍ଜୟ ଦାସବର୍ମା ରିଟର୍ନିଂ ଅଫିସର ତଥା ଅତିରିକ୍ତ ଜିଲାପାଳ (ପ୍ରଶାସନ) ଶରତ ଚନ୍ଦ୍ର ବେହେରାଙ୍କ ନିକଟକୁ ଆସିଥିଲେ। ଉଭୟ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରୁଥିବାବେଳେ କର୍ମୀମାନେ ବାହାରେ ଥିଲେ। ଏହି ସମୟରେ ଭାଜପା ନେତ୍ରୀ ଉପାସନା ମହାପାତ୍ର କାର୍ଯ୍ୟାଳୟ ଭିତରକୁ ଯାଇଥିଲେ। ଫଳରେ କେତେଜଣ ଭାଜପା କର୍ମୀ ସଞ୍ଜୟଙ୍କ ସମର୍ଥକଙ୍କୁ ଟାର୍ଗେଟ କରି ଭାଜପା ଭାଜପା ସ୍ଲୋଗାନ ଦେଇଥିଲେ। ଅନୁରୂପ ଭାବେ ବିଜେଡି ସମର୍ଥକମାନେ ମଧ୍ୟ ବିଜେଡି ବିଜେଡି ସ୍ଲୋଗାନ ଦେଇଥିଲେ। ଫଳରେ ଏହା ବିବାଦର ରୂପ ନେଇଥିଲା। କର୍ମୀମାନେ ଧସ୍ତାଧସ୍ତି ହେବା ସହ ଫୁଲମାଳ ପରସ୍ପରକୁ ପିଙ୍ଗିଥିଲେ। ସେହିପରି ଭାଜପା କର୍ମୀ ଜୟ ଶ୍ରୀ ରାମ, ଭାରତ ମାତା କି ଜୟ, ଓଡ଼ିଶାରେ ତାମିଲ ଶାସନ ଚଳିବ ନାହିଁ ଇତ୍ୟାଦି ନାରା ଦେଇଥିଲେ। ସେହିପରି ବିଜେଡି କର୍ମୀମାନେ ଜୟ ଜଗନ୍ନାଥ, ବିଜେଡି ବିଜେଡି ନାରାରେ କମ୍ପାଇଥିଲେ। ଅନେକ ପୋଲିସ କର୍ମଚାରୀ ଘଟଣାସ୍ଥଳକୁ ଆସି ନ ଥିଲେ। ଫଳରେ ପ୍ରଥମରୁ ସ୍ଥିତି ନିୟନ୍ତ୍ରଣ ହୋଇପାରି ନ ଥିଲା। ଏନେଇ ଏସ୍‌ପି ପିନାକ ମିଶ୍ର କହିଛନ୍ତି, ନାମାଙ୍କନ ପତ୍ର ଦାଖଲ ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ଫୋର୍ସ ଓ ସ୍ବତନ୍ତ୍ର ପୋଲିସ ମୁତୟନ କରାଯାଇଛି। ବରିଷ୍ଠ ପୋଲିସ ଅଧିକାରୀମାନଙ୍କୁ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

ଜେଲ୍‌ ଶୌଚାଳୟରୁ ମିଳିଲା ବିଚାରାଧୀନ କଏଦୀଙ୍କ ମୃତଦେହ, ପରିବାର ଲୋକେ ଅଭିଯୋଗ ଆଣି କହିଲେ…

ପୁରୀ,୨୯ା୩(ଅଜିତ କୁମାର ମହାନ୍ତି): ରାମଚଣ୍ଡୀ ଥାନା ଅର୍ନ୍ତଗତ ବାରଙ୍ଗସ୍ଥିତ ପୁରୀ ଜେଲରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପୁରୀ ଜେଲ୍‌ରେ ଥିବା ଜଣେ ବିଚାରାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri