କୋଟିଆ: ଭାଜପା-ବିଜେଡି ମୁହାଁମୁହିଁ

ଭୁବନେଶ୍ୱର,୩ା୪(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋଟିଆ ଗସ୍ତକରି ସେଠାରେ ଜଣେ ଆନ୍ଧ୍ର ଅଧିକାରୀଙ୍କୁ ଉକ୍ତ ସ୍ଥାନରୁ ଘଉଡ଼ାଇବା ସହିତ ଏହା ଓଡ଼ିଶାର ବୋଲି କହିଥିଲେ। ଏହାକୁ ନେଇ ରାଜ୍ୟ ରାଜନୀତି ଭିନ୍ନ ସରଗରମ ହୋଇଛି। ଅନ୍ୟପକ୍ଷରେ କୋଟିଆକୁ ନେଇ ଉଭୟ ବିଜେଡି ଏବଂ କଂଗ୍ରେସ ସ୍ପଷ୍ଟ ମତ ରଖନ୍ତୁ ବୋଲି ଭାଜପା ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର କହିଛନ୍ତି। ଏହାର ଉତ୍ତରରେ ବିଜେଡି କହିଛି ଯେ, ଭାଜପା କୋଟିଆ ପ୍ରତି କରିଥିବା ଅବହେଳାକୁ ଲୁଚାଇବାକୁ ଚେଷ୍ଟା କରିଛି।
ଭୃଗୁ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କୋରାପୁଟ ଜିଲା କୋଟିଆକୁ ଯାଇ ସେଠାରେ ଉତ୍କଳ ଦିବସ ପାଳନ କରି ଜଣେ ପ୍ରକୃତ ଓଡ଼ିଆର ପରିଚୟ ଦେଇଛନ୍ତି। ଓଡ଼ିଶାର ଐତିହ୍ୟ, କଳା ଓ ସୀମା ଆଜି ଅସୁରକ୍ଷିତ ସମୟରେ କେନ୍ଦ୍ରମନ୍ତ୍ରୀ ସେମାନଙ୍କ ପାଖରେ ପହଞ୍ଚି କୋଟିଆବାସୀଙ୍କ ମନୋବଳକୁ ବଢ଼ାଇଛନ୍ତି। ଧର୍ମେନ୍ଦ୍ର ପ୍ରଧାନ ଜଣେ ଓଡ଼ିଆ ପୁଅ ଓ ଓଡ଼ିଶା ନାଗରିକ, ତା’ପରେ ସେ କେନ୍ଦ୍ରମନ୍ତ୍ରୀ। ଓଡ଼ିଶାକୁ ଓଡ଼ିଆ ଲୋକ ଶାସନ କରୁ ନ ଥିବାରୁ ରାଜ୍ୟ ସରକାର କୋଟିଆରେ ପଶିବା ପାଇଁ ଆନ୍ଧ୍ରପ୍ରଦେଶକୁ ପ୍ରଶ୍ରୟ ଦେଉଛନ୍ତି। କିଛିଦିନ ତଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓଡ଼ିଶା ଗସ୍ତରେ ହଠାତ୍‌ କାହିଁକି ଆସିଲେ। କେଉଁଥି ପାଇଁ ଓ କ’ଣ କଥା ହେଲେ ତାହାକୁ ଏପର୍ଯ୍ୟନ୍ତ ରାଜ୍ୟ ସରକାର ସାର୍ବଜନୀନ କରିଲେ ନାହିଁ। ସ୍ଥାନୀୟ ଗ୍ରାମବାସୀ ଓ ଭାଜପା ପକ୍ଷରୁ କୋଟିଆରେ ଉତ୍କଳ ଦିବସ ପାଳନ ସଭା ଚାଲିଥିବାବେଳେ ଆନ୍ଧ୍ରର ଅଫିସରମାନେ କୋଟିଆ ଅଞ୍ଚଳରେ ବୁଲୁଥିଲେ। ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପରେ ଆନ୍ଧ୍ରର ଉପଦ୍ରବ୍ୟ କୋଟିଆ ଭିତରେ ଅଧିକ ବଢ଼ିଛି। ‘ଆନ୍ଧ୍ର ଗୋ ବ୍ୟାକ୍‌’ ଭାଜପାର ସ୍ପଷ୍ଟ ମତ। ଏଥିରେ କୌଣସି ଦ୍ୱିମତ କିମ୍ବା ଦ୍ୱନ୍ଦ୍ୱ ନାହିଁ। ଭାଜପାର ବିଧାୟକମାନେ ବାରମ୍ବାର ବିଧାନସଭାରେ ବାଚସ୍ପତି ଓ ରାଜ୍ୟ ସରକାରଙ୍କୁ ଦାବି କରିଛନ୍ତି, ହାଉସ୍‌ କମିଟିକୁ ବାଚସ୍ପତିଙ୍କ ନେତୃତ୍ୱରେ ଥରେ କୋଟିଆ ଗସ୍ତ କରାନ୍ତୁ। କୋଟିଆକୁ ଆନ୍ଧ୍ର କବଜା କରିବାକୁ ମସୁଧା ଚଳାଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଦିନେ ବି ସେଠାକୁ ନ ଯିବା ଦୁଃଖର ବିଷୟ ବୋଲି ଭୃଗୁ କହିଛନ୍ତି।
ବିଜେଡି ମୁଖପାତ୍ର ଈପ୍‌ସିତା ସାହୁ କହିଛନ୍ତି ଯେ, ରାଜ୍ୟ ଭାଜପା କୋଟିଆ ପ୍ରତି କରିଥିବା ଅବହେଳାକୁ ଘୋଡାଇବାକୁ ଚେଷ୍ଟା କରୁଛନ୍ତି। ବିଶ୍ୱଭୂଷଣ ହରିଚନ୍ଦନ ଯେତେବେଳେ ଆନ୍ଧ୍ର ରାଜ୍ୟପାଳ ଥିଲେ ସେ ଥରୁଟିଏ ମଧ୍ୟ କୋଟିଆ କଥା ଉଠାଇଥିଲେ କି ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଆନ୍ଧ୍ର ରାଜ୍ୟପାଳ ଥିବାବେଳେ ଚାହିଁଥିଲେ ସମସ୍ୟାର ସମାଧାନ କରିପାରିଥାନ୍ତେ। ତେଣୁ କୋଟିଆକୁ ନେଇ ଶସ୍ତା ରାଜନୀତି କରିବା ଆଗରୁ ଭାଜପା ନେତାଙ୍କୁ ଲଜ୍ଜା ଲାଗିବା ଉଚିତ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହ୍ୟ ଶୀତ: ପଡୁଛି ବରଫ..

ଫୁଲବାଣୀ,୧୧।୧୨(ରାକେଶ କୁମାର ରାଉତ): କନ୍ଧମାଳ ଜିଲାରେ ଏବେ ଶୀତର ଲହରୀ ଜାରି ରହିଛି। ପର୍ଯ୍ୟଟକଙ୍କ ଆଗମନ ଧୀରେଧୀରେ ବଢୁଛି। ଗୁରୁବାର ଭୋର ସମୟରେ ଫୁଲବାଣୀରେ ବରଫର...

ଆଦିବାସୀ ମହିଳା ଶ୍ରମିକଙ୍କୁ ବଳାତ୍କାର କଲେ ଗାଁ ସାଥୀ, କାହା ଆଗରେ କହିଲେ ଜୀବନରୁ ମାରିଦେବି,ଏମିତି ଅଭିଯୋଗ ଆଣି ପୀଡ଼ିତା…

ଲାଞ୍ଜିଗଡ଼,୧୧ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ବିଜେପୁର ଥାନା ଅଞ୍ଚଳର ଜଣେ ଆଦିବାସୀ ମହିଳା (୩୭)ଙ୍କୁ ବଳାତ୍କାର ଅଭିଯୋଗ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ...

ଖେଳିଗଲା ଆତଙ୍କ: ଏହି ଜିଲାରେ ୭୦୦୦ରୁ ଅଧିକ HIV ରୋଗୀ ଚିହ୍ନଟ: ୪୦୦ ଶିଶୁ ପଜିଟିଭ୍‌

ପାଟନା,୧୧।୧୨: ବିହାରର ସୀତାମାଢ଼ି ଜିଲାରୁ ଏକ ଚିନ୍ତାଜନକ ଖବର ଆସିଛି। ଏଚଆଇଭି ପଜିଟିଭ ରୋଗୀଙ୍କ ସଂଖ୍ୟା କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହା ସ୍ବାସ୍ଥ୍ୟ ବିଭାଗ...

ବୈଜ୍ଞାନିକ କୌଶଳ ବ୍ୟବହାର କରି ଶିମିଳିପାଳ ଅଭୟାରଣ୍ୟରୁ କରୁଥିଲେ ଶିକାର: ୫ କୁଖ୍ୟାତ ଶିକାରୀଙ୍କୁ…. 

ବାରିପଦା,୧୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନରୁ ୫ଜଣ କୁଖ୍ୟାତ ଶିକାରୀ ଧରା ପଡିଛନ୍ତି । ଶିମିଳିପାଳ ବନ୍ୟଜନ୍ତୁ ବୁଦ୍ଧିମତା ନେଟୱର୍କ ପରି...

ଆମେରିକା ପରେ ଏବେ ଏହି ଦେଶ ଭାରତ ଉପରେ ଲଗାଇଲା ୫୦% ଟାରିଫ୍‌, ଜାଣନ୍ତୁ କେବେଠୁ ହେବ ଲାଗୁ…

ନୂଆଦିଲ୍ଲୀ,୧୧।୧୨: ଡିସେମ୍ବର ୧୦ ତାରିଖରେ, ମେକ୍ସିକୋ ସିନେଟ ଏକ ବଡ଼ ବିଲ ପାସ କରିଛି। ଯାହା ଚାଇନା ଭାରତ, ଦକ୍ଷିଣ କୋରିଆ, ଥାଇଲ୍ୟାଣ୍ଡ ଏବଂ ଇଣ୍ଡୋନେସିଆ...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ଫ୍ରିଜ୍‌ରେ ଅଣ୍ଡା ରଖିଲେ ପଚିଯାଏ ନା ସତେଜ ରହେ, ପ୍ରକୃତ ଉତ୍ତର ଜାଣିଲେ…

ଅଣ୍ଡା ପୁଷ୍ଟିସାରର ଏକ ବଡ଼ ଉତ୍ସ, ତେଣୁ ଏହାକୁ ଅଧିକାଂଶ ଘରେ ରଖାଯାଇଥାଏ। କିନ୍ତୁ ଏହାକୁ କେଉଁଠାରେ ରଖିବେ ସେନେଇ ଚିନ୍ତାରେ ଥାନ୍ତି ଗୃହିଣୀମାନେ। ଫ୍ରିଜ୍‌ରେ...

ପିଆଜ, ରସୁଣ ପାଇଁ ଭାଙ୍ଗିଲା ୨୨ ବର୍ଷର ସ୍ତ୍ରୀ-ସ୍ବାମୀ ସମ୍ପର୍କ: ପୂରା ଘଟଣା ଜାଣିଲେ…

ଅହମଦାବାଦ,୧୧ା୧୨:ବିବାହର ୨୨ ବର୍ଷ ପରେ ଗୁଜରାଟର ଏକ ଦମ୍ପତି ସମ୍ପର୍କ ତୁଟାଇ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଏହାର କାରଣ ଅନେକଙ୍କୁ ବିସ୍ମିତ କରିଛି। ମହିଳା ଜଣକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri