Posted inଜାତୀୟ

ବିଜେଡି, ଭାଜପା ପଦ୍ମପୁରବାସୀଙ୍କୁ ଠକିଛନ୍ତି: ଶରତ

ପଦ୍ମପୁର,୩ା୧୨(ଡି.ଏନ.ଏ.): ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣକୁ ଆଉ ୩ ଦିନ ବାକି ଅଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ପଦ୍ମପୁର କର୍ମୀ ସମ୍ମିଳନୀ ଏବଂ ସାଧାରଣ ସଭାରେ ଯୋଗ ଦେଇଥିଲେ। ଆସନ୍ତା ୫ ତାରିଖରେ କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କୁ ବିପୁଳ ସଂଖ୍ୟାରେ ଭୋଟ୍‌ ଦେଇ ଜୟଯୁକ୍ତ କରିବା ପାଇଁ ସେମାନେ ଜନ ସାଧାରଣଙ୍କୁ ନିବେଦନ କରିଥିଲେ। ପିସିସି ସଭାପତି ପଦ୍ମପୁର ବ୍ଲକର କଂସର ଓ ଦହିତା ପଞ୍ଚାୟତର ଦୁଇଟି ବିଶାଳ ସମାବେଶରେ ଯୋଗଦେଇ କହିଥିଲେ, ଉଭୟ ବିଜେଡି ଓ ଭାଜପା ସରକାର ଦୀର୍ଘ ୨୨ବର୍ଷ ଧରି ସାଧାରଣ ଜନତାଙ୍କୁ ଠକିଚାଲିଛନ୍ତି। ଏହି ଉପନିର୍ବାଚନରେ ବି ମିଛ ପ୍ରତିଶ୍ରୁତି, ପ୍ରଲୋଭନ ଦେଖାଇ ଲୋକଙ୍କୁ ଭୁଆଁ ବୁଲାଉଛନ୍ତି। ରାଜ୍ୟ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ମଧ୍ୟରେ କୌଣସି ତାଳମେଳ ରହୁନାହିଁ। ମୁଖ୍ୟମନ୍ତ୍ରୀ ପଦ୍ମପୁରବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି ୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁରକୁ ଜିଲା କରିବେ। କିନ୍ତୁ ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ ଗୁରୁବାର ମୋରଡା ବିଧାୟକ ରାଜକିଶୋର ଦାସଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ବିଧାନସଭାରେ କହିଛନ୍ତି, ନୂଆ ଜିଲା ଗଠନର କୌଣସି ପ୍ରସ୍ତାବ ନାହିଁ। ପଦ୍ମପୁରବାସୀଙ୍କୁ ଏପରି ଛଳନା କାହିଁକି କରୁଛନ୍ତି ବୋଲି ପ୍ରଶ୍ନ କରିଛନ୍ତି ପିସିସି ସଭାପତି ପଟ୍ଟନାୟକ। ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ଯଜ୍ଞେଶ୍ୱର ବାବୁ, ପୂର୍ବତନ ମନ୍ତ୍ରୀ ଯୁଧିଷ୍ଠିର ଜେନା, ଶୁଭେନ୍ଦୁ ମହାନ୍ତି, ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ବନ୍ଦିତା ପରିଡା, ଭୁଜବଳ ମାଝୀ, ମୁଖପାତ୍ର ରଜନୀ ମହାନ୍ତି, ଅମୀୟ ପାଣ୍ଡବ, ଗଣମାଧ୍ୟମ ସଂଯୋଜକ ଦୀପକ ମହାପାତ୍ର, ସରୋଜ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri