ସିଟ୍‌ ବିଜେଡି ହାତରେ ପଡ଼ୁ

ଭଦ୍ରକ, ୧୨।୩ (ରବିନାରାୟଣ ଖିଲାର):ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଦ୍ୱନ୍ଦ୍ୱରେ। କେତେକେ ମେଣ୍ଟ ଚାହୁଁ ଥିବାବେଳେ ଅଧିକାଂଶ ସପକ୍ଷରେ ନାହାନ୍ତି। ଏଭଳିସ୍ଥଳେ ଭଦ୍ରକ ବିଜେଡି ଲୋକ ସଭା ଆସନକୁ ଅକ୍ତିଆର କରିବା ପାଇଁ ରାଜ୍ୟ ମୁଖିଆଙ୍କୁ ଅବଗତ କରାଇଛନ୍ତି।
ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ସମେତ ବାଲେଶ୍ୱର ଜିଲାର ସୋର ଓ ସିମୁଳିଆକୁ ମିଶାଇଲେ ମୋଟ ୭ ବିଧାନସଭା ନିର୍ବାଚନମଣ୍ଡଳୀକୁ ନେଇ ଭଦ୍ରକ ଲୋକ ସଭା ଆସନ। ମେଣ୍ଟ ହେଲେ ଭଦ୍ରକ ଏମ୍‌ପି ଆସନ ଭାଜପା ଭାଗରେ ପଡ଼ିବ ବୋଲି ଚର୍ଚ୍ଚା ହେଉଛି। ଏହାକୁ ନେଇ ବିଜେଡି ନେତାଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏଥିନେଇ ବିଜେଡି ଜିଲା ସଭାପତି ଜଗନ୍ନାଥ ସ୍ବାଇଁ, ଯୁବ ସଭାପତି ମୁକୁନ୍ଦ ସାମଲ, ଛାତ୍ର ସଭାପତି ଦୀପ୍ତିସୂର୍ଯ୍ୟ ବିଶ୍ୱାଳ, ମହିଳା ସଭାନେତ୍ରୀ ବିଦ୍ୟୁତ୍‌ଲତା ନାୟକଙ୍କ ସମେତ କେତେ ଜଣ କର୍ମକର୍ତ୍ତା ମୁଖ୍ୟମନ୍ତ୍ରୀଙ୍କୁ ଏକ ପତ୍ର ଲେଖିବା ସହ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ, ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓ ଜିଲା ପର୍ଯ୍ୟବେକ୍ଷକ ସଞ୍ଜୟ ଦାସ ବର୍ମାଙ୍କୁ ମଧ୍ୟ ଏ ବିଷୟରେ ଅବଗତ କରାଇଛନ୍ତି।
ବିଜେଡି ନେତାଙ୍କ କହିବା କଥା ହେଲା, ଭଦ୍ରକ ସଂସଦୀୟ କ୍ଷେତ୍ରରେ ପ୍ରାୟ ୧ ଲକ୍ଷ ୮୦ ହଜାର ସଂଖ୍ୟାଲଘୁ ଭୋଟର ଅଛନ୍ତି। ଅଧିକାଂଶ ସଂଖ୍ୟାଲଘୁ ଭୋଟର ବିଜେଡି ସହ ଅଛନ୍ତି। ଏଭଳି କ୍ଷେତ୍ରରେ ମେଣ୍ଟ ହେଲେ ଭାଜପା ଯଦି ଏମ୍‌ପି ପ୍ରାର୍ଥୀ ଦିଏ, ତେବେ ସଂଖ୍ୟାଲଘୁ ଭୋଟରଙ୍କୁ ବିଜେଡି ହାତଛଡ଼ା କରିବ ବୋଲି ଜିଲା ସଭାପତି ସ୍ବାଇଁ ଏକ ପ୍ରେସ୍‌ ବିବୃତିରେ ଜଣାଇଛନ୍ତି। ଭଦ୍ରକ ସଂସଦୀୟ କ୍ଷେତ୍ରରେ ସମସ୍ତେ ସଚେତନ ଭୋଟର ଅଛନ୍ତି। ଏଣୁ ଏହାକୁ ବିଚାରକୁ ନେଇ ଯଦି ମେଣ୍ଟ ହୁଏ ଏବଂ ଭଦ୍ରକ ସଂସଦୀୟ କ୍ଷେତ୍ରକୁ ବିଜେଡିକୁ ଦିଆଯାଏ, ତେବେ ଦଳ ମଜଭୁତ ସ୍ଥିତିରେ ରହିବ ବୋଲି ସେମାନେ ଦାବି କରିଛନ୍ତି। ୨୦୧୯ରେ ଏହି ଆସନରୁ ବିଜେଡି ପ୍ରାର୍ଥୀ ୨୮,୮୦୩ ଭୋଟ୍‌ରେ ଭାଜପା ପ୍ରାର୍ଥୀଙ୍କୁ ପରାଜିତ କରିଥିଲା। ଏଥର କିନ୍ତୁ ଭାଜପା ଏହି ଆସନ ଉପରେ ଅଧିକ ଫୋକସ୍‌ କରୁଛିି। ପ୍ରକାଶଥାଉ କି, ୧୯୯୫ଠାରୁ ଲଗାତର ବିଜେଡି ଭଦ୍ରକ ଲୋକ ସଭା ଆସନରେ ବିଜୟୀ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri