ଚାଉଳକୁ ନେଇ ବିଜେଡି, ଭାଜପା ନାଟକ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଅରୁଆ ଓ ଉଷୁନା ଚାଉଳକୁ ନେଇ ରାଜନୀତି ଜୋର୍‌ ଧରିଛି। ସମ୍ପ୍ରତି ପଞ୍ଚାୟତ ନିର୍ବାଚନ ଥିବାରୁ ଅରୁଆ ଓ ଉଷୁନା ଚାଉଳକୁ ନେଇ ଉଭୟ ଶାସକ ବିଜେଡି ଏବଂ ଭାଜପା ନାଟକବାଜି କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କିଷାନ ସେଲ୍‌ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକ କହିଛନ୍ତି। ରାଜ୍ୟରେ ଧାନକିଣାକୁ ନେଇ ଅବ୍ୟବସ୍ଥା ଲାଗିରହିଥିବା ବେଳେ ଚାଷୀଙ୍କ ନିକଟରୁ ନିଜକୁ ବଞ୍ଚାଇବା ପାଇଁ ଉଭୟ ଦଳ ଏଭଳି ରାଜନୀତି ରଚିଛନ୍ତି। ଜାଣି ଅଜଣା ପରି ରାଜ୍ୟ ସରକାର ଯଥେଷ୍ଟ ପୂର୍ବରୁ କାହିଁକି ସଂଘୀୟ ବ୍ୟବସ୍ଥାରେ ଓଡ଼ିଶା ଚାଷୀଙ୍କ ହକ୍‌ ପାଇଁ ୧୭ଲକ୍ଷ ମେଟ୍ରିକ୍‌ ଟନ୍‌ ଉଷୁନା ଓ ଅରୁଆ ଚାଉଳ ଉଠାଇବାକୁ ଦାବି କଲେ ନାହିଁ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ କହିଛନ୍ତି, ଛତିଶଗଡ଼ ସରକାର ଯେପରି ଚାଷୀଙ୍କୁ ଏମ୍‌ଏସ୍‌ପି ଉପରେ ପ୍ରାୟ ୫୬୦ଟଙ୍କା ବୋନସ୍‌ ଦେଉଛନ୍ତି, ସେହିପରି ଓଡ଼ିଶା ସରକାରଙ୍କର ଯଦି ଚାଷୀଙ୍କ ପାଇଁ ସତରେ ଚିନ୍ତା ରହିଛି ତେବେ ପ୍ରତି କୁଇଣ୍ଟାଲରେ ୫୦୦ ଟଙ୍କା ବୋନସ ଦିଅନ୍ତୁ। ଓଡ଼ିଶାରେ ଉଷୁନା ଚାଉଳ ମୁଖ୍ୟ ଉତ୍ପାଦ ହୋଇଥିବାବେଳେ ଅରୁଆ ପ୍ଲାଣ୍ଟ ପ୍ରୋସେସିଂ ୟୁନିଟ ଭିତ୍ତିଭୂମି, ବୈଷୟିକ ଜ୍ଞାନକୌଶଳ ପ୍ରଦାନ ଓ ଆବଶ୍ୟକ ସଂଖ୍ୟକ ଗୋଦାମ ଘର ନିର୍ମାଣ ଲାଗି ସୁଯୋଗ ସୃଷ୍ଟି କରାଯାଇ ନାହିଁ। ଅପରପକ୍ଷେ ପ୍ରଧାନମନ୍ତ୍ରୀ ୨୦୨୨ ସୁଦ୍ଧା ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବେ ବୋଲି ୫ବର୍ଷ ତଳେ ଯେଉଁ ପ୍ରତିଶ୍ରୁତି ଦେଇଥିଲେ ତାହା ଏପର୍ଯ୍ୟନ୍ତ ହୋଇନାହିଁ। ସେହିପରି ଜାତୀୟ ସାମ୍ପୁଲ ସର୍ଭେ ଅନୁଯାୟୀ ଓଡ଼ିଶା ଚାଷୀଙ୍କ ଆୟ ବର୍ତ୍ତମାନ ତଳ ଆଡ଼ୁ ଦ୍ୱିତୀୟରେ ରହିଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସାର ଯୋଗାଣରେ ମଧ୍ୟ ଅବହେଳା କରିଚାଲିଛନ୍ତି। ଯଦି କେନ୍ଦ୍ର ସରକାର ଓଡ଼ିଶାର ୨ଲକ୍ଷ ମେଟ୍ରିକ ଟନ୍‌ ଅରୁଆ ଓ ୧୫ଲକ୍ଷ ମେଟ୍ରିକ ଟନ ଉଷୁନା ଚାଉଳକୁ ଯୁଦ୍ଧକାଳୀନ ଭିତ୍ତିରେ ନ ଉଠାନ୍ତି ତେବେ ରାଜ୍ୟର ୧୦ଲକ୍ଷରୁ ଉର୍ଦ୍ଧ୍ୱ ଚାଷୀ କରିବେ କ’ଣ ଏବଂ ସେମାନଙ୍କ ଆୟ କିପରି ଦ୍ୱିଗୁଣିତ ହେବ ବୋଲି ପଟ୍ଟନାୟକ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri