ବଢୁଛି ବିଜେଡି-ଭାଜପା ବାକ୍‌ଯୁଦ୍ଧ

ଭୁବନେଶ୍ବର, ୭ା୩(ବ୍ୟୁରୋ):ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଭାଜପା ଏବଂ ବିଜେଡିର ଶୀର୍ଷନେତାଙ୍କ ମଧ୍ୟରେ ଦୋଷ ଦିଆନିଆ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ କରି ଯୁବମୋର୍ଚ୍ଚା ନେତା ଓ କର୍ମୀଙ୍କୁ ଗିରଫ କରିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପଟେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି ଭାଜପାକୁ ପାଲଟା ଦୋଷ ଦେଇଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଶାସନରେ ଭାଜପା ଯୁବମୋର୍ଚ୍ଚାର ଆନ୍ଦୋଳନକାରୀ ଏବଂ ରାଷ୍ଟ୍ରୀୟ ବିଚାରଧାରା ବିରୋଧୀ ମନ୍ତବ୍ୟକୁ ପ୍ରତିବାଦ କରୁଥିବା ଛାତ୍ରନେତାଙ୍କୁ ଏକପାଖିଆ ଭାବେ ଜେଲରେ ପୂରାଯାଇଛି। ହେଲେ ଏପରି କଲେ ଆଗକୁ ରାଜ୍ୟରେ ଜେଲର ଅଭାବ ପଡ଼ିଯିବ। ଓଡ଼ିଶାର ଶାସନ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱର ୨୩ ବର୍ଷ ପୂର୍ତ୍ତି ହୋଇଛି। ଏତେ ଲମ୍ବା ସମୟ ଶାସନ ବ୍ୟବସ୍ଥାରେ ରହିବା ପରେ ମଧ୍ୟ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି। ରାଜନୀତିରେ ହିଂସାର ସ୍ଥାନ ନାହିଁ। ଭାଜପା ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଆନ୍ଦୋଳନ କରୁଥିବା ବେଳେ ଗଣମାଧ୍ୟମରେ ଭିନ୍ନ ଭିନ୍ନ ଚିତ୍ର ପ୍ରକାଶ ପାଇଛି। ଏହା ସାଦା ପୋଷାକଧାରୀ କର୍ମୀ ଓ ପୋଲିସ ଅଧିକାରୀଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି। ଆନ୍ଦୋଳନ କଲେ ସେମାନଙ୍କୁ ଏକପାଖିଆ ଭାବେ ୩୦୭ ଧାରା ଲଗାଯାଇ ଜେଲକୁ ପଠାଯାଉଛି। କିଛିଦିନ ପୂର୍ବେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦେଶର ସମ୍ବିଧାନକୁ ନେଇ ପ୍ରଶ୍ନ ଉଠାଉଥିବା ଲୋକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିବା ଯୋଗୁ ଏବିଭିପି କାର୍ଯ୍ୟକର୍ତ୍ତାଙ୍କୁ ଜେଲରେ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଶାସନରେ ରାଷ୍ଟ୍ରବାଦୀ ବିଚାରଧାରାକୁ ଅଣଦେଖା ସହ ଧାରା ୩୦୭ ମାଧ୍ୟମରେ ନାଲିଆଖି ଦେଖାଯାଉଛି। ଏହି ଆଭିମୁଖ୍ୟ ରହିଲେ ରାଜ୍ୟରେ ଜେଲ ଅଭାବ ପଡ଼ିବ। ଏଭଳି ରାଜନୈତିକ ଆନ୍ଦୋଳନକୁ ଘର ଘରକୁ ନିଆଯିବ। ୨୩ ବର୍ଷ ଶାସନରେ ରହି ମୁଖ୍ୟମନ୍ତ୍ରୀ ମହିଳା ସଶକ୍ତୀକରଣର ଡିଣ୍ଡିମ ପିଟୁଥିବା ବେଳେ ରାଜ୍ୟରେ ଏହାର ବିପରୀତ ସ୍ଥିତି ପରିଲକ୍ଷିତ ହୋଇଛି। ରାଜ୍ୟରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ଆନ୍ଦୋଳନ କରୁଛନ୍ତି। ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ଏହି ସମୟରେ ଆଜି ଜନ୍ମ ନେଉଥିବା ପିଲାମାନେ ସେହି ସମୟରେ ଓଡ଼ିଶାର ଭାଗ୍ୟ ନିର୍ଦ୍ଧାରଣ କରିବେ। ମାତ୍ର ଓଡ଼ିଶାର ୧୯% ନବଜାତ ଶିଶୁଙ୍କ ଓଜନ କମ୍‌ ରହୁଥିବା ବେଳେ ୩୧% ଶିଶୁଙ୍କ ବୟସାନୁସାରେ ଉଚ୍ଚତା ଓ ୧୮% ଶିଶୁଙ୍କ ଉଚ୍ଚତାନୁସାରେ ଓଜନ କମ୍‌ ରହିଛି। ରାଜ୍ୟର ୬୪% ଶିଶୁ ଓ ୬୧.୮ ପ୍ରତିଶତ ଗର୍ଭବତୀ ରକ୍ତହୀନତାରେ ପୀଡ଼ିତ ଥିବା ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟାର ଜବାବ ରଖି ପ୍ରଣବ କହିଛନ୍ତି, ଭାଇ ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। କିଛିଦିନ ତଳେ ସେ ଜାମିନରେ ଆସିଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ୱରେ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ କରାଗଲା। ଏଭଳି ନେତାଙ୍କୁ ସମର୍ଥନକରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି। ସେ ଆହୁରି କହିଛନ୍ତି, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସମ୍ପୃକ୍ତ। ସ୍ବାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ରାଜ୍ୟବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲା ପରିଷଦରେ ଭୋଟର ଭାଜପାକୁ ପ୍ରତ୍ୟାଖ୍ୟାନ କଲେ। ଆଶା କରାଯାଉଥିଲା ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ, ମାତ୍ର ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଏଭଳି ଆପରାଧିକ ତତ୍ତ୍ୱକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନ ହେଲେ ଭବିଷ୍ୟତରେ ଏହି ୨ ନେତା ଆପଣ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ ବୋଲି ପ୍ରଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri