ବଢୁଛି ବିଜେଡି-ଭାଜପା ବାକ୍‌ଯୁଦ୍ଧ

ଭୁବନେଶ୍ବର, ୭ା୩(ବ୍ୟୁରୋ):ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୁଣି ଭାଜପା ଏବଂ ବିଜେଡିର ଶୀର୍ଷନେତାଙ୍କ ମଧ୍ୟରେ ଦୋଷ ଦିଆନିଆ ଆରମ୍ଭ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଏକ କାର୍ଯ୍ୟକ୍ରମ କରି ଯୁବମୋର୍ଚ୍ଚା ନେତା ଓ କର୍ମୀଙ୍କୁ ଗିରଫ କରିବା ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅନ୍ୟପଟେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଟୁଇଟ୍‌ କରି ଭାଜପାକୁ ପାଲଟା ଦୋଷ ଦେଇଛନ୍ତି।
ଧର୍ମେନ୍ଦ୍ର କହିଛନ୍ତି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ଶାସନରେ ଭାଜପା ଯୁବମୋର୍ଚ୍ଚାର ଆନ୍ଦୋଳନକାରୀ ଏବଂ ରାଷ୍ଟ୍ରୀୟ ବିଚାରଧାରା ବିରୋଧୀ ମନ୍ତବ୍ୟକୁ ପ୍ରତିବାଦ କରୁଥିବା ଛାତ୍ରନେତାଙ୍କୁ ଏକପାଖିଆ ଭାବେ ଜେଲରେ ପୂରାଯାଇଛି। ହେଲେ ଏପରି କଲେ ଆଗକୁ ରାଜ୍ୟରେ ଜେଲର ଅଭାବ ପଡ଼ିଯିବ। ଓଡ଼ିଶାର ଶାସନ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱର ୨୩ ବର୍ଷ ପୂର୍ତ୍ତି ହୋଇଛି। ଏତେ ଲମ୍ବା ସମୟ ଶାସନ ବ୍ୟବସ୍ଥାରେ ରହିବା ପରେ ମଧ୍ୟ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି। ରାଜନୀତିରେ ହିଂସାର ସ୍ଥାନ ନାହିଁ। ଭାଜପା ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ନେଇ ଆନ୍ଦୋଳନ କରୁଥିବା ବେଳେ ଗଣମାଧ୍ୟମରେ ଭିନ୍ନ ଭିନ୍ନ ଚିତ୍ର ପ୍ରକାଶ ପାଇଛି। ଏହା ସାଦା ପୋଷାକଧାରୀ କର୍ମୀ ଓ ପୋଲିସ ଅଧିକାରୀଙ୍କ କାର୍ଯ୍ୟକୁ ନେଇ ପ୍ରଶ୍ନ ସୃଷ୍ଟି କରିଛି। ଆନ୍ଦୋଳନ କଲେ ସେମାନଙ୍କୁ ଏକପାଖିଆ ଭାବେ ୩୦୭ ଧାରା ଲଗାଯାଇ ଜେଲକୁ ପଠାଯାଉଛି। କିଛିଦିନ ପୂର୍ବେ ଉତ୍କଳ ବିଶ୍ୱବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା। ଦେଶର ସମ୍ବିଧାନକୁ ନେଇ ପ୍ରଶ୍ନ ଉଠାଉଥିବା ଲୋକଙ୍କ ବିରୋଧରେ ସ୍ବର ଉତ୍ତୋଳନ କରିବା ଯୋଗୁ ଏବିଭିପି କାର୍ଯ୍ୟକର୍ତ୍ତାଙ୍କୁ ଜେଲରେ ରଖାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଶାସନରେ ରାଷ୍ଟ୍ରବାଦୀ ବିଚାରଧାରାକୁ ଅଣଦେଖା ସହ ଧାରା ୩୦୭ ମାଧ୍ୟମରେ ନାଲିଆଖି ଦେଖାଯାଉଛି। ଏହି ଆଭିମୁଖ୍ୟ ରହିଲେ ରାଜ୍ୟରେ ଜେଲ ଅଭାବ ପଡ଼ିବ। ଏଭଳି ରାଜନୈତିକ ଆନ୍ଦୋଳନକୁ ଘର ଘରକୁ ନିଆଯିବ। ୨୩ ବର୍ଷ ଶାସନରେ ରହି ମୁଖ୍ୟମନ୍ତ୍ରୀ ମହିଳା ସଶକ୍ତୀକରଣର ଡିଣ୍ଡିମ ପିଟୁଥିବା ବେଳେ ରାଜ୍ୟରେ ଏହାର ବିପରୀତ ସ୍ଥିତି ପରିଲକ୍ଷିତ ହୋଇଛି। ରାଜ୍ୟରେ ଆଶାକର୍ମୀ ଓ ଅଙ୍ଗନଓ୍ବାଡି କର୍ମୀ ଆନ୍ଦୋଳନ କରୁଛନ୍ତି। ୨୦୩୬ରେ ଓଡ଼ିଶା ଭାଷାଭିତ୍ତିକ ରାଜ୍ୟ ଭାବେ ସ୍ବତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ଏହି ସମୟରେ ଆଜି ଜନ୍ମ ନେଉଥିବା ପିଲାମାନେ ସେହି ସମୟରେ ଓଡ଼ିଶାର ଭାଗ୍ୟ ନିର୍ଦ୍ଧାରଣ କରିବେ। ମାତ୍ର ଓଡ଼ିଶାର ୧୯% ନବଜାତ ଶିଶୁଙ୍କ ଓଜନ କମ୍‌ ରହୁଥିବା ବେଳେ ୩୧% ଶିଶୁଙ୍କ ବୟସାନୁସାରେ ଉଚ୍ଚତା ଓ ୧୮% ଶିଶୁଙ୍କ ଉଚ୍ଚତାନୁସାରେ ଓଜନ କମ୍‌ ରହିଛି। ରାଜ୍ୟର ୬୪% ଶିଶୁ ଓ ୬୧.୮ ପ୍ରତିଶତ ଗର୍ଭବତୀ ରକ୍ତହୀନତାରେ ପୀଡ଼ିତ ଥିବା ଧର୍ମେନ୍ଦ୍ର କହିଛନ୍ତି।
ଧର୍ମେନ୍ଦ୍ରଙ୍କ ପ୍ରତିକ୍ରିୟାର ଜବାବ ରଖି ପ୍ରଣବ କହିଛନ୍ତି, ଭାଇ ଆପଣଙ୍କ ଦଳର ଯୁବମୋର୍ଚ୍ଚା ସଭାପତି ଇରାଶିଷ ଆଚାର୍ଯ୍ୟ ଜଣେ ହତ୍ୟା ଅଭିଯୁକ୍ତ। କିଛିଦିନ ତଳେ ସେ ଜାମିନରେ ଆସିଛନ୍ତି। ନିକଟରେ ରାଜଧାନୀରେ ବିକ୍ଷୋଭ ନାଁରେ ତାଙ୍କ ନେତୃତ୍ୱରେ ପୋଲିସ ଉପରେ ମରଣାନ୍ତକ ଆକ୍ରମଣ କରାଗଲା। ଏଭଳି ନେତାଙ୍କୁ ସମର୍ଥନକରି ଆପଣ ଓଡ଼ିଶାର ଯୁବକମାନଙ୍କୁ କି ବାର୍ତ୍ତା ଦେବାକୁ ଚାହୁଁଛନ୍ତି ବୋଲି ପ୍ରଣବ ପ୍ରଶ୍ନ କରିଛନ୍ତି। ସେ ଆହୁରି କହିଛନ୍ତି, ଆପଣ ଯାହାଙ୍କୁ ବିରୋଧୀ ଦଳର ନେତା କରିଛନ୍ତି ସେ ମଧ୍ୟ ଜଣେ ଅଭ୍ୟାସଗତ ଅପରାଧୀ ଏବଂ ଜଘନ୍ୟ ହତ୍ୟା ମାମଲାରେ ସମ୍ପୃକ୍ତ। ସ୍ବାସ୍ଥ୍ୟ ଆଳରେ ଜାମିନରେ ଆସିଲା ପରେ ମଧ୍ୟ ସେ ଅପରାଧ ଘଟାଇ ଚାଲିଛନ୍ତି। ଓଡ଼ିଶା ରାଜନୀତି ପାଇଁ ଏହା ଶୁଭଙ୍କର ନୁହେଁ। ରାଜ୍ୟବାସୀ ଏସବୁ ଦେଖୁଛନ୍ତି। ସେଥିପାଇଁ ଗତ ପଞ୍ଚାୟତ ନିର୍ବାଚନରେ ୩୦ରୁ ୩୦ ଜିଲା ପରିଷଦରେ ଭୋଟର ଭାଜପାକୁ ପ୍ରତ୍ୟାଖ୍ୟାନ କଲେ। ଆଶା କରାଯାଉଥିଲା ଦଳର ଛବି ଖରାପ କରିଥିବାରୁ ଏହି ଦୁଇ ନେତାଙ୍କ ବିରୋଧରେ ଆପଣ କିଛି କାର୍ଯ୍ୟାନୁଷ୍ଠାନ ନେବେ, ମାତ୍ର ଓଲଟା ଦେଖିବାକୁ ମିଳିଲା। ଆପଣ ଓଡ଼ିଶାରେ ପହଞ୍ଚି ଏଭଳି ହିଂସା ପାଇଁ ସେମାନଙ୍କୁ ଉତ୍ସାହିତ କଲା ପରି କଥା କହୁଛନ୍ତି। ଆପଣଙ୍କୁ ଅନୁରୋଧ, ଓଡ଼ିଶା ଏକ ଶାନ୍ତିପ୍ରିୟ ରାଜ୍ୟ, ଏଭଳି ଆପରାଧିକ ତତ୍ତ୍ୱକୁ ଆପଣ ନିୟନ୍ତ୍ରଣ କରନ୍ତୁ। ନ ହେଲେ ଭବିଷ୍ୟତରେ ଏହି ୨ ନେତା ଆପଣ ଏବଂ ଆପଣଙ୍କ ଦଳକୁ ଆହୁରି ଅଧିକ ବଦନାମ କରିବେ ବୋଲି ପ୍ରଣବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପରି କାଲି ବି ଜାଳିବ, ରେଡ ଓ୍ବାର୍ଣ୍ଣିଂ ଦେଲା ପାଣିପାଗ ବିଭାଗ

ଭୁବନେଶ୍ୱର,୩୦।୪: ଆକାଶରୁ ନିଆଁ ବର୍ଷୁଛି। ଏମିତି ଲାଗୁଛି ଯେମିତି ବାହାରକୁ ବାହାରିଲେ ମୁହଁପୋଡି ହୋଇଯିବ। ତେବେ ପ୍ରଥମ ଥର ରାଜ୍ୟ ତାପମାତ୍ରା ୪୬ ଡିଗ୍ରୀ ଛୁଇଁଥିବାବେଳେ...

ବାଲେଶ୍ୱରରେ ଅଗ୍ନିବର୍ଷା, ୪୬ ଛୁଇଁଲା ପାରଦ

ଭୁବନେଶ୍ୱର,୩୦।୪: ବାଲେଶ୍ୱରରେ ଅଗ୍ନିବର୍ଷା। ୪୬ ଡିଗ୍ରୀ ଛୁଇଁଲା ତାତି। ଆଜି ଦିନ ୨.୩୦ ସୁଦ୍ଧା ବାଲେଶ୍ୱର ତାପମାତ୍ରା ୪୬ ଡିଗ୍ରୀ, ଭୁବନେଶ୍ୱରରେ ୪୫.୪ ଡିଗ୍ରୀ ଦିନ...

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ...

ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୩୦।୪(ସୀମାଞ୍ଚଳ ମିଶ୍ର ): ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ପହଞ୍ଚି ପୂଜାର୍ଚ୍ଚନା କରିଛନ୍ତି। ଏପରିକି ମା’ଙ୍କ ନିକଟରେ...

ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ନବୀନ

ଭୁବନେଶ୍ୱର,୩୦।୪: ଗଞ୍ଜାମ ଜିଲା ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନ ଭରିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଙ୍ଗଳବାର ଦଳୀୟ କର୍ମୀ ଓ ହଜାର ହଜାର...

ନାମାଙ୍କନପତ୍ର ଦାଖଲ କଲେ ପ୍ରଣବ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, କହିଲେ ମୁଁ ନିଶ୍ଚିତ ଯେ…

ଭୁବନେଶ୍ୱର,୩୦।୪: ସମ୍ବଲପୁର ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର...

ପଦ୍ମଶ୍ରୀ ମାଗୁଣି କୁଅଁର ଗୁରୁତର: ହସ୍ପିଟାଲରେ ଭର୍ତ୍ତି

କେନ୍ଦୁଝର,୩୦।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ବିଶିଷ୍ଠ କାଠି କଣ୍ଢେଇ ନୃତ୍ୟ ଗୁରୁ ତଥା ପଦ୍ମଶ୍ରୀ ମାଗୁଣି ଚରଣ କୁଅଁର ମଙ୍ଗଳବାର ଅସୁସ୍ଥ ହୋଇ କେନ୍ଦୁଝର ଜିଲା...

ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri