ଆଦିବାସୀ କାର୍ଡ ଖେଳିପାରେ ବିଜେଡି: ମଇଦାନକୁ ଓହ୍ଲାଇବେ ନୂଆ ଚେହେରା

ବାଲିଗୁଡ଼ା,୫ା୪(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାର ୩ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଜି. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ହେଲେ ବାଲିଗୁଡ଼ା ଆସନକୁ ଦଳ ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି। ଫୁଲବାଣୀ ଆସନରେ ନୂଆମୁହଁ ମହିଳା ପ୍ରାର୍ଥୀ ଜୟଶ୍ରୀ କହଁରଙ୍କୁ ବିଜେଡି ପ୍ରାର୍ଥୀ ଦେଇଥିବା ବେଳେ ଘୁ.ଉଦୟଗିରି ଆସନରେ ପୁରୁଣା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କୁ ଦୋହରାଇଛି l ହେଲେ ବାଲିଗୁଡ଼ା ଆସନ କ୍ଷେତ୍ରରେ ଦଳ କାହିଁକି ଏପର୍ଯ୍ୟନ୍ତ ସେଭଳି କିଛି ନିଷ୍ପତ୍ତି ନେଇ ନାହିଁ, ତାକୁ ନେଇ ନାନା କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଏହି ନିର୍ବାଚନ ମଣ୍ଡଳୀରେ ଭାଜପା ଆଦିବାସୀ କାର୍ଡ ଖେଳି ସ୍ଥାନୀୟ ଟାଉନର ମହିଳା ଆଦିବାସୀ ନେତ୍ରୀ ଭାବେ ଜଣାଶୁଣା କଳ୍ପନା କହଁରଙ୍କୁ ପ୍ରଥମଥର ପାଇଁ ଦଳୀୟ ପ୍ରାର୍ଥୀ କରିଛି ଏବଂ କଂଗ୍ରେସ ମଧ୍ୟ ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ କୋଟଗଡ଼ ବ୍ଲକ ପାରିଗଡ଼ ପଞ୍ଚାୟତ ସମିତି ସଭ୍ୟ ସୁରଦା ପ୍ରଧାନଙ୍କୁ ପ୍ରାର୍ଥୀ କରିଛି। ମାତ୍ର ବହୁ କଂଗ୍ରେସ କର୍ମୀ ଓ ବିଭିନ୍ନ ସଂଗଠନ ପକ୍ଷରୁ ପ୍ରାର୍ଥୀ ଜଣକ ଆଦିବାସୀ ନୁହନ୍ତି ବୋଲି ଯୁକ୍ତି ବାଢ଼ି ସ୍ଥାନୀୟ ଉପଜିଲାପାଳଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏ ସବୁ ଭିତରେ ଲଗାତର ବିଜୟଧାରାକୁ ଅବ୍ୟାହତ ରଖିବା ପାଇଁ ବିଜେଡି ମଧ୍ୟ ଏଠାରେ ଆଦିବାସୀ କାର୍ଡ ଖେଳିପାରେ। ସେପଟେ ବିଜେଡି ବିଧାୟକ ପାଇଁ ଆଶାୟୀ ଥିବା ପ୍ରାର୍ଥୀମାନଙ୍କ ମଧ୍ୟରେ ବିଧାୟକ ଚକ୍ରମଣି କହଁରଙ୍କୁ ଦଳ ପୁଣି ଥରେ ପ୍ରାର୍ଥୀ ଘୋଷଣା କରିବ ବୋଲି ଚର୍ଚ୍ଚା ଚାଲିଛି। କିନ୍ତୁ ଅନ୍ୟପକ୍ଷରେ ଆଶାୟୀ ଥିବା ପୂର୍ବତନ ବିଧାୟକ ରାଜୀବ ପାତ୍ର, ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, କ୍ଳେଶ ପ୍ରଧାନ ଓ କନ୍ଧମାଳ ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକଙ୍କ ଭାଇ ବିଜେଶ୍ୱର ମଲ୍ଲିକଙ୍କ ଭଳି ନୂଆ ଚେହେରାଙ୍କୁ ଦଳ ଏଠାରୁ ନିର୍ବାଚନ ମଇଦାନକୁ ଛାଡ଼ି ଚମକ ସୃଷ୍ଟି କରିବା ସମ୍ଭାବନାକୁ ମଧ୍ୟ ଏଡ଼ାଇ ଦେଇ ହେଉନାହିଁ l ହେଲେ ଦଳ ସ୍ଥାନୀୟ ଭୋଟରଙ୍କ ସୁଖ ଦୁଃଖରେ ସର୍ବଦା ଭାଗିଦାର ହୋଇ ପାରୁଥିବା କିଛି ନୂଆ ଚେହେରାଙ୍କୁ ଚାହୁଁଥିବା ଦୃଷ୍ଟିରୁ ବିଜେଡି ସେଭଳି କିଛି ଗୋଟିଚାଳନା କରିପାରେ ବୋଲି ମଧ୍ୟ ସାଧାରଣରେ ଆଲୋଚନା ହେଉଛି। ଏଭଳି ସ୍ଥିତିରେ ବାଲିଗୁଡ଼ା ବିଧାନସଭା ଆସନରୁ ବିଜେଡି କାହାକୁ ପ୍ରାର୍ଥୀ କରୁଛି, ସେଥିପ୍ରତି ସମସ୍ତଙ୍କର ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri