ମହିଳା କାର୍ଡ ଖେଳିପାରେ ବିଜେଡି

ବାଲେଶ୍ୱର,୮ା୪(ମାନସ ବିଶ୍ୱାଳ):ବାଲେଶ୍ୱରକୁ ଛାଡ଼ିଦେଲେ ରାଜ୍ୟର ୨୦ଟି ଲୋକସଭା ଆସନରେ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଛି। ଲୋକସଭା ପ୍ରାର୍ଥୀ ଘୋଷଣା ନ ହେବା ଯୋଗୁ ଜିଲାର ବିଧାନସଭା ଆସନଗୁଡ଼ିକ ଲାଗି ପ୍ରାର୍ଥୀ ଘୋଷଣା ବିଳମ୍ବ ହେଉଥିବା କୁହାଯାଉଛି। ଦଳ ଏଠାରେ ଜଣେ ମହିଳାଙ୍କୁ ଏମ୍‌ପି ପ୍ରାର୍ଥୀ କରି ମହିଳା କାର୍ଡ ଖେଳିପାରେ ବୋଲି ଚର୍ଚ୍ଚା ହେଉଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଏମ୍‌ପି ପ୍ରତାପ ଷଡ଼ଙ୍ଗୀଙ୍କୁ ଭାଜପା ପ୍ରାର୍ଥୀ ଘୋଷଣା କରିଛି। କଂଗ୍ରେସର ଗତଥର ପ୍ରାର୍ଥୀ ନବଜ୍ୟୋତି ପଟ୍ଟନାୟକ ଟିକେଟ ଦୌଡ଼ରୁ ଓହରିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା ପ୍ରାର୍ଥୀ ହେବା ସମ୍ଭାବନା ଉଜ୍ଜ୍ୱଳ ହୋଇଛି। ତେଣୁ ବିଜେଡି ଜଣେ ପ୍ରଭାବଶାଳୀ ନେତାଙ୍କୁ ଖୋଜୁଛି। ଶେଷରେ ବିଜେଡି ବାଲେଶ୍ୱରରେ ଜଣେ ମହିଳାଙ୍କୁ ମଇଦାନକୁ ଆଣିପାରେ ବୋଲି ଚର୍ଚ୍ଚା ଜୋର ଧରିଛି। ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ରବିବାର ବିଜେଡିରେ ଯୋଗ ଦେବା ପରେ ଏହି ଆଶଙ୍କା ଦୃଢ଼ିଭୂତ ହୋଇଛି।
ବିଜେଡି ସର୍ବଦା ମହିଳା ସଶକ୍ତୀକରଣକୁ ଗୁରୁତ୍ୱ ଦେଇଆସିଛି। ଚଳିତ ନିର୍ବାଚନରେ ଦଳ ବରଗଡ଼, କୋରାପୁଟ, ଆସିକା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଭଳି ୬ଟି ଲୋକସଭା ଆସନ ପାଇଁ ମହିଳା ପ୍ରାର୍ଥୀ ଘୋଷଣା କରିସାରିଛି। ରାଜ୍ୟରେ ମୋଟ ଲୋକସଭା ଆସନ ୨୧ର ଏକ ତୃତୀୟାଂଶ ସଂଖ୍ୟା ହେଉଛି ୭। ତେଣୁ ବିଜେଡି ବାଲେଶ୍ୱର ଆସନରେ ମହିଳା ପ୍ରାର୍ଥୀ ଦେଇ ନାରୀ ସଶକ୍ତୀକରଣକୁ ଏଥର ନିର୍ବାଚନ ପ୍ରସଙ୍ଗ କରି ଭାଜପାକୁ ରାଜ୍ୟବ୍ୟାପୀ ଘେରିପାରେ ବୋଲି କୁହାଯାଉଛି। କାରଣ ଭାଜପା ମାତ୍ର ଦୁଇଟି ସ୍ଥାନରେ ମହିଳା ପ୍ରାର୍ଥୀ ଦେଇଛି। ପୂର୍ବତନ ଜିଲା ପରିଷଦ ସଭାପତି ନିବେଦିତା ମହାନ୍ତି, ଖ୍ୟାତନାମା ଐତିହାସିକ ଡ. ମନ୍ମଥ ନାଥ ଦାସ ଓ ଯଶସ୍ବୀ ଲେଖକ ମନୋଜ ଦାସଙ୍କ ବୋହୂ ଡା. ରଞ୍ଜିତା ଦାସଙ୍କ ସହ ଆଉ କେତେଜଣ ମହିଳାଙ୍କ ଉପରେ ବିଚାର ବିମର୍ଶ କରି ବିଜେଡି ଜଣେ ମହିଳାଙ୍କୁ ପ୍ରାର୍ଥୀ କରିପାରେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ଜନ୍ମ ହେବା ମାତ୍ରେ ମିଳିବ ୨୧,୦୦୦ ଟଙ୍କା, ପଢିବା ଖର୍ଚ୍ଚ ମଧ୍ୟ ବହନ କରିବେ ସରକାର, ଜାଣନ୍ତୁ ଏହି ଯୋଜନା କ’ଣ…

ନୂଆଦିଲ୍ଲୀ,୬।୨: ଝିଅମାନଙ୍କୁ ଶିକ୍ଷା ଏବଂ ପାଳନପୋଷଣ ପାଇଁ ସରକାର ଅନେକ ଯୋଜନା ଚଳାନ୍ତି। ରାଜ୍ୟ ସରକାରଗୁଡ଼ିକ ମଧ୍ୟ ରାଜ୍ୟ ସ୍ତରରେ ଅନେକ ଯୋଜନା ଚଳାନ୍ତି, ଯେପରିକି ଉତ୍ତର…

କୁମୁତାଲପେଟାରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୨ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି

ଜେକେପୁର,୬ା୨(ରାଜେଶ ବିଶ୍ୱାଳ): ରାୟଗଡା ବ୍ଲକର କୁମୁତାଲପେଟା ପଞ୍ଚାୟତ ଅନ୍ତର୍ଗତ କୁମୁତାଲପେଟା ଗ୍ରାମରେ ଥିବା ପଞ୍ଚାୟତ କମ୍ପ୍ଲେକ୍ସର ଏକ ଦୋକାନରେ ଶୁକ୍ରବାର ଭୋର୍‌ ସମୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି।…

‘ଆପଣଙ୍କୁ କେବଳ ପବ୍ଲିସିଟି ଦରକାର’, କାହିଁକି ପ୍ରଶାନ୍ତ କିଶୋରଙ୍କୁ ଏମିତି କହିଲେ ସୁପ୍ରିମକୋର୍ଟ? ଜାଣନ୍ତୁ…

ପାଟନା,୬।୨: ୨୦୨୫ ବିହାର ବିଧାନସଭା ନିର୍ବାଚନକୁ ଚ୍ୟାଲେଞ୍ଜ କରି ଏବଂ ନୂତନ ନିର୍ବାଚନ ପାଇଁ ପ୍ରଶାନ୍ତ କିଶୋରଙ୍କ ଜନ ସୂରଜ ପାର୍ଟି ଦ୍ୱାରା ଦାୟର କରାଯାଇଥିବା ଆବେଦନର…

ଅଟୋ ଛାତରେ ବସି କୁକୁରର ସହର ପରିକ୍ରମା, ଭିଡିଓ ଭାଇରାଲ୍

ପୁଣେ,୬।୨: ମହାରାଷ୍ଟ୍ରର ପୁଣେ ସହରରେ ଏକ ଅଦ୍ଭୁତ ଘଟଣା ଦେଖିବାକୁ ମିଳିଛି। ସହରର ବ୍ୟସ୍ତବହୁଳ ‘ଡାଙ୍ଗେ ଛକ’ ଅଞ୍ଚଳରେ ଏକ ଚଳନ୍ତା ଅଟୋ-ରିକ୍ସା ଛାତ ଉପରେ ଏକ…

୭ରୁ ଓଡ଼ିଶା-ଜାପାନ ପର୍ବ: ଜାଣନ୍ତୁ ଏହାର ଉଦେଶ୍ୟ

ପୁରୀ,୬ା୨(ଅଜିତ୍‌ କୁମାର ମହାନ୍ତି): ଚଳିତ ମାସ ୭ ଏବଂ ୮ ତାରିଖ ସନ୍ଧ୍ୟାରେ ଇଣ୍ଡିଆ-ଜାପାନ ଫ୍ରେଣ୍ଡଶିିପ୍‌ ସେଣ୍ଟର ପକ୍ଷରୁ ସ୍ଥାନୀୟ ତାଳବଣିଆ ପଡ଼ିଆରେ ଓଡ଼ିଶା-ଜାପାନ ପର୍ବ ଆୟୋଜନ…

ଭାଙ୍ଗିଗଲାଣି ଶ୍ରେଣୀଗୃହ, ଗଛତଳେ ପଢୁଛନ୍ତି ପିଲା

କେସିଙ୍ଗା/ନର୍ଲା,୬ା୨(ତୁମେଶ୍ୱର ସାହୁ/ସନ୍ତୋଷ ପାତ୍ର): କଳାହାଣ୍ଡି ଜିଲା କେସିଙ୍ଗା ଓ ନର୍ଲା ବ୍ଲକ ସୀମାନ୍ତ ଅଞ୍ଚଳରେ ଅସ୍ଥାପତି ବିଦ୍ୟାଳୟକୁ ଶିକ୍ଷା ବିଭାଗ ସମେତ ନେତା ବିଧାୟକଙ୍କ ଦୃଷ୍ଟି ଗୋଚର…

‘ଟଙ୍କା ଖୁସି କିଣି ପାରିବ ନାହିଁ…’ କୋଟି କୋଟି ଆୟ ପରେ ଏଲୋନ ମସ୍କ ଏକ ଆଶ୍ଚର୍ଯ୍ୟଜନକ ପୋଷ୍ଟ

ନୂଆଦିଲ୍ଲୀ,୬।୨: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ଏଲନ ମସ୍କ ବର୍ତ୍ତମାନ ଏକ ନୂଆ ଇତିହାସ ରଚିଛନ୍ତି। ସେ ଦୁନିଆର ପ୍ରଥମ ବ୍ୟକ୍ତି ଭାବେ ୮୦୦ ବିଲିୟନ ଡଲାର…

Ola Uber Rapido Strike: ଗୋଟିଏ ଦିନ ପରେ ଆଉ ବୁକ୍‌ କରିପାରିବେନି ଓଲା, ଉବର, ରାପିଡୋ! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୬।୧: ଓଲା, ଉବର ଏବଂ ରାପିଡୋ ଭଳି ଆପ-ଭିତ୍ତିକ ଚାଳକମାନେ ଆସନ୍ତାକାଲି, ଶନିବାର ଦେଶବ୍ୟାପୀ ଧର୍ମଘଟ କରିବେ। ଫେବୃଆରୀ ୭ରେ ଏହି ଦେଶବ୍ୟାପୀ ଧର୍ମଘଟ ଏହି ଆପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri