Odisha Elections 2024

ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବିଜୁ ଜନତା ଦଳ ନିକଟସ୍ଥ ଅସ୍ଥାୟୀ କାର୍ଯ୍ୟାଳୟରୁ ପାରମ୍ପରିକ ନୃତ୍ୟ, ବାଦ୍ୟର ତାଳେ ତାଳେ ବାଲିଗୁଡା, କ.ନୂଆଗାଁ, ତୁମୁଡିବନ୍ଧ, କୋଟଗଡ ବ୍ଲକ ଓ ବାଲିଗୁଡା ଏନ୍‌ଏସିର ହଜାର ହଜାର ସମର୍ଥକ ସ୍ଥାନୀୟ ବସ୍‌ଷ୍ଟାଣ୍ଡ, ମୁଖ୍ୟ ବଜାର, ଗାନ୍ଧୀ ଛକ ଦେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ସ୍ଥାନୀୟ ନିର୍ବାଚନ ଅଧିକାରୀ ତଥା ଉପଜିଲାପାଳ ଡ.ରିନା ପ୍ରଧାନଙ୍କ ନିକଟରେ ବିଜେଡି ପ୍ରାର୍ଥୀ ଚକ୍ରମଣି ୨ ସେଟ ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କରିଥିଲେ ।

ପ୍ରାର୍ଥୀପତ୍ର ଦାଖଲ ସମୟରେ କନ୍ଧମାଳ ଏମ୍‌ପି ଡ଼.ଅଚ୍ୟୁତ ସାମନ୍ତ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ପୂର୍ବତନ ବିଧାୟକ ରାଜୀବ ପାତ୍ର, ସଂଯୋଜକ ଟୁନା ଦାସ, ଅଜୟ ମହାରଣା, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ତାଙ୍କ ଉପରେ ମୁଖ୍ୟମନ୍ତୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭରଷା କରି ଟିକଟ ଦେଇଥିବାରୁ ଧନ୍ୟବାଦ ଜ୍ଞାପନ କରିଥିଲେ। ସାଂସଦ ଡ.ଅଚ୍ୟୁତ ସାମନ୍ତ ପ୍ରତିକ୍ରିୟାରେ କହିଛନ୍ତି ଯେ, ବାଲିଗୁଡା ବିଧାନସଭା ମଣ୍ଡଳୀର ସମସ୍ତ ଜନସାଧାରଣ ଚକ୍ରମଣି କହଁରଙ୍କୁ ପୁଣି ଥରେ ଆଶୀର୍ବାଦ ପ୍ରଦାନ କରି ବିଜୟୀ କରାନ୍ତୁ ବୋଲି ଅନୁରୋଧ କରିଥିଲେ।

୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ରାଜ୍ୟରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତିର ସୋମବାର ଥିଲା ଚତୁର୍ଥ ଦିନ । ଏପ୍ରିଲ ୨୬ରୁ ମେ ୩ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ମେ ୪ରେ ଯାଞ୍ଚ, ମେ ୬ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ସୀମା ରହିଛି । ଉକ୍ତ ଆସନରେ ମେ ୨୦ରେ ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri