ବାଲିଗୁଡ଼ା ଆସନ ପାଇଁ ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ଦାଖଲ କଲେ ପ୍ରାର୍ଥିପତ୍ର

ବାଲିଗୁଡା,୨୯।୪:(ସଞ୍ଜୟ କୁମାର ପାଣିଗ୍ରାହୀ): ପ୍ରବଳ ଖରା ସତ୍ତ୍ୱେ ହଜାର ହଜାର ସମର୍ଥକଙ୍କ ଗହଣରେ ଏକ ବିରାଟ ଶୋଭାଯାତ୍ରାରେ ଆସି କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।

ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବିଜୁ ଜନତା ଦଳ ନିକଟସ୍ଥ ଅସ୍ଥାୟୀ କାର୍ଯ୍ୟାଳୟରୁ ପାରମ୍ପରିକ ନୃତ୍ୟ, ବାଦ୍ୟର ତାଳେ ତାଳେ ବାଲିଗୁଡା, କ.ନୂଆଗାଁ, ତୁମୁଡିବନ୍ଧ, କୋଟଗଡ ବ୍ଲକ ଓ ବାଲିଗୁଡା ଏନ୍‌ଏସିର ହଜାର ହଜାର ସମର୍ଥକ ସ୍ଥାନୀୟ ବସ୍‌ଷ୍ଟାଣ୍ଡ, ମୁଖ୍ୟ ବଜାର, ଗାନ୍ଧୀ ଛକ ଦେଇ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଥିଲେ। ପରେ ସ୍ଥାନୀୟ ନିର୍ବାଚନ ଅଧିକାରୀ ତଥା ଉପଜିଲାପାଳ ଡ.ରିନା ପ୍ରଧାନଙ୍କ ନିକଟରେ ବିଜେଡି ପ୍ରାର୍ଥୀ ଚକ୍ରମଣି ୨ ସେଟ ପ୍ରାର୍ଥୀପତ୍ର ନାମାଙ୍କନ ଦାଖଲ କରିଥିଲେ ।

ପ୍ରାର୍ଥୀପତ୍ର ଦାଖଲ ସମୟରେ କନ୍ଧମାଳ ଏମ୍‌ପି ଡ଼.ଅଚ୍ୟୁତ ସାମନ୍ତ, ଜିଲା ପର୍ଯ୍ୟବେକ୍ଷକ ବିଜୟ ନାୟକ, ଜିଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ପୂର୍ବତନ ବିଧାୟକ ରାଜୀବ ପାତ୍ର, ସଂଯୋଜକ ଟୁନା ଦାସ, ଅଜୟ ମହାରଣା, ପ୍ରମୋଦ ସାହୁ ପ୍ରମୁଖ ଉପସ୍ଥିତ ଥିଲେ।

ତାଙ୍କ ଉପରେ ମୁଖ୍ୟମନ୍ତୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭରଷା କରି ଟିକଟ ଦେଇଥିବାରୁ ଧନ୍ୟବାଦ ଜ୍ଞାପନ କରିଥିଲେ। ସାଂସଦ ଡ.ଅଚ୍ୟୁତ ସାମନ୍ତ ପ୍ରତିକ୍ରିୟାରେ କହିଛନ୍ତି ଯେ, ବାଲିଗୁଡା ବିଧାନସଭା ମଣ୍ଡଳୀର ସମସ୍ତ ଜନସାଧାରଣ ଚକ୍ରମଣି କହଁରଙ୍କୁ ପୁଣି ଥରେ ଆଶୀର୍ବାଦ ପ୍ରଦାନ କରି ବିଜୟୀ କରାନ୍ତୁ ବୋଲି ଅନୁରୋଧ କରିଥିଲେ।

୨୦୨୪ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ରାଜ୍ୟରେ ହେବାକୁ ଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତିର ସୋମବାର ଥିଲା ଚତୁର୍ଥ ଦିନ । ଏପ୍ରିଲ ୨୬ରୁ ମେ ୩ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ପାଇଁ ଦିନ ଧାର୍ଯ୍ୟ ହୋଇଥିବା ବେଳେ ମେ ୪ରେ ଯାଞ୍ଚ, ମେ ୬ରେ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର ସମୟ ସୀମା ରହିଛି । ଉକ୍ତ ଆସନରେ ମେ ୨୦ରେ ଭୋଟ ଗ୍ରହଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବୁଲାବୁଲି କି ଦାମୀ ପୋଷାକ ନୁହେଁ, ଦରମାର ୭୦% ଏହି କାମରେ ଖର୍ଚ୍ଚ କରନ୍ତି Gen Z

ନୂଆଦିଲ୍ଲୀ,୧୬।୮: ସୋସିଆଲ ମିଡିଆରେ ବର୍ତ୍ତମାନ ସମୟରେ Gen Zଙ୍କ ଟ୍ରେଣ୍ଡ, ଲାଇଫଷ୍ଟାଇଲ୍‌ ଓ ଖର୍ଚ୍ଚକୁ ନେଇ ଚର୍ଚ୍ଚା ଲାଗିରହିଛି । ଅନେକଙ୍କ ଧାରଣା ଯେ, ଯୁବପିଢ଼ି ଅଧିକ…

ବ୍ୟବସାୟୀ ଅପହରଣ ମାମଲା: ହନୁମାନ ପଇସା ପାଇଁ ଅଭିଯୁକ୍ତ ଦେଇଛନ୍ତି ୨ କୋଟି ୭୦ ଲକ୍ଷ, ଏସ୍‌ପି କହିଲେ ଆହୁରି…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ ଗୁଣ୍ଡା ଅପହରଣ ମାମଲାରେ ବୌଦ୍ଧ ଜିଲା କଣ୍ଟାମାଳ ଅଞ୍ଚଳର କ୍ଷୀତିଶ ସାହୁଙ୍କୁ ଭୁବନେଶ୍ବରରୁ ଗିରଫ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ସ୍ପଷ୍ଟଚିହ୍ନିତ ଲଘୁଚାପ: ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷିବା

ଭୁବନେଶ୍ୱର, ୧୬।୮: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। ରବିବାର ଅପରାହ୍ନ ୨ଟା ୩୦ ସୁଦ୍ଧା ଏହା ଉତ୍ତରପଶ୍ଚିମ…

ଟ୍ରେନରେ RPF ଅଧିକାରୀଙ୍କୁ ଆକ୍ରମଣ କଲେ ଏହି ଅଭିନେତ୍ରୀ, ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୬।୮: ଟିଭି, ଫିଲ୍ମ ଏବଂ OTTରେ କାମ କରୁଥିବା ଅଭିନେତ୍ରୀ ଅନ୍ତରା ବାନାର୍ଜୀଙ୍କୁ ଗିରଫ କରିଛି ପୋଲିସ । ୩୧ ବର୍ଷୀୟ ଅଭିନେତ୍ରୀଙ୍କ ବିରୋଧରେ ଅରାବଳୀ ଏକ୍ସପ୍ରେସ୍‌ରେ…

ସାଇବର ଅପରାଧରୁ ରକ୍ଷା ପାଇବା ପାଇଁ ଛାତ୍ରୀଛାତ୍ରଙ୍କୁ ସଚେତନ, ଓଟିପି-ପିନ୍‌ର ଗୋପନୀୟତା କହି…

କଲ୍ୟାଣସିଂହପୁର,୧୬ା୮(ଦୀପକ ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସୁନାଖଣ୍ଡି ପଞ୍ଚାୟତର ଜଗନ୍ନାଥପୁରସ୍ଥିତ ପିଏମ୍‌ ଶ୍ରୀ ହାଇସ୍କୁଲ ପରିସରରେ କଲ୍ୟାଣସିଂହପୁର ଥାନା ପକ୍ଷରୁ ଏକ ସାଇବର ସଚେତନତା…

ସୋନିଆଙ୍କ ବିରୋଧରେ ଦାଖଲ ହେଲା ଅଭିଯୋଗ; ‘ବନ୍ଦେ ମାତରମ’କୁ ଅପମାନ କରିଥିବା…

ନୂଆଦିଲ୍ଲୀ,୧୬।୮: କର୍ନାଟକର ମାଙ୍ଗାଲୁରୁର ଉର୍ଭା ପୋଲିସ ଷ୍ଟେଶନରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବିରୋଧରେ ଭାଜପା ନେତାମାନେ ଏକ ଆନୁଷ୍ଠାନିକ ଅଭିଯୋଗ ଦାଖଲ କରିଛନ୍ତି। ସ୍ବାଧୀନତା ଦିବସରେ…

ମହିଳାଙ୍କ ପାଇଁ ସରକାରଙ୍କ ବଡ଼ ଘୋଷଣା, ରକ୍ଷାବନ୍ଧନରେ ୩ ଦିନ ମାଗଣା ବସ୍ ସେବା

ଲକ୍ଷ୍ନୌ,୧୬।୮: ରକ୍ଷାବନ୍ଧନ ଅବସରରେ ଉତ୍ତରପ୍ରଦେଶର ମହିଳାମାନଙ୍କ ପାଇଁ ବଡ଼ ଖୁସି ଖବର ସାମ୍ନାକୁ ଆସିଛି । ଉତ୍ତର ପ୍ରଦେଶ ରାଜ୍ୟ ସଡ଼କ ପରିବହନ ନିଗମ (UPSRTC) ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri